‘ଆତ୍ମସନ୍ତୋଷର ସ୍ଥାନ ନାହିଁ, ଅଧିକ ସତର୍କ ହୁଅ’

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କୋଭିଡ୍‌ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ସବୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ଏବଂ କୋଭିଡ୍‌ ଯୋଦ୍ଧାଙ୍କ କଠିନ ପରିଶ୍ରମ ତଥା ସମ୍ପୃକ୍ତ ବିଭାଗର ଉଦ୍ୟମ ଯୋଗୁ ସଂକ୍ରମଣ କମିଛି। ସମୁଦାୟ ଟେଷ୍ଟିଂ ସଂଖ୍ୟା ୪୦ ଲକ୍ଷରୁ ଅଧିକ ହୋଇଥିବାବେଳେ ଆରୋଗ୍ୟଙ୍କ ସଂଖ୍ୟା ଅଢେଇ ଲକ୍ଷରେ ପହଞ୍ଚତ୍ଛି। ତଥାପି ଆତ୍ମସନ୍ତୋଷର ସ୍ଥାନ ନାହିଁ ବୋଲି କହି ସତର୍କ କରାଇଛନ୍ତି ମୁଖ୍ୟମନ୍ତ୍ରୀ। ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କ ହେବା ସହିତ କୋଭିଡ୍‌ ନିୟମ କଡାକଡି ପାଳନ ହେବା ଦରକାର। କୋଭିଡ୍‌ ସମ୍ପର୍କରେ ଜନସଚେତନତା ପାଇଁ ବ୍ୟାପକ ସୂଚନା ଅଭିଯାନ ଜାରି ରଖିବା ସହ କୌଣସି କ୍ଷେତ୍ରରେ ସାମାନ୍ୟ ଅବହେଳା ନ କରିବାକୁ ସେ ସତର୍କ କରାଇଛନ୍ତି। ତେବେ ଅଧିକ ରୋଗରେ ପୀଡିତ ଥିବା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଉପରେ ଅଧିକ ଗୁରୁତ୍ୱ ଦେବା ଓ ଗରିବ ଲୋକଙ୍କ ଜୀବିକାକୁ ଦୃଷ୍ଟିରେ ରଖି ଅର୍ଥନୈତିକ କାର୍ଯ୍ୟକ୍ରମ ଯେପରି ଅବିରତଭାବେ ଜାରି ରହିବ ସେଥିପ୍ରତି ଧ୍ୟାନ ଦେବା ପାଇଁ ପରାମର୍ଶ ଦେଇଛନ୍ତି। ଶିଳ୍ପ ସଂସ୍ଥାଗୁଡିକ ନିର୍ବିଘ୍ନରେ ସେମାନଙ୍କ ଉତ୍ପାଦନ ଜାରି ରଖିବା ସହ ପୁଞ୍ଜି ବିନିଯୋଗ କାର୍ଯ୍ୟକାରୀ ପାଇଁ ସମସ୍ତ ଉଦ୍ୟମ ଜାରି ରଖିବାକୁ କହିଛନ୍ତି। ଏହି ଅବସରରେ ନବୀନ ସମସ୍ତ କୋଭିଡ୍‌ ଯୋଦ୍ଧା ଓ ତାଙ୍କ ପରିବାରକୁ ଦଶହରା ପାଇଁ ଶୁଭେଚ୍ଛା ଜଣାଇଛନ୍ତି।
ବୈଠକରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର ରାଜ୍ୟରେ କୋଭିଡ୍‌ ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ସେ କହିଛନ୍ତି, ସଂକ୍ରମଣ ହ୍ରାସ ଘଟୁଥିବା ସତ୍ତ୍ୱେ ପ୍ରଶାସନ ସମ୍ପୂର୍ଣ୍ଣ ସତର୍କ ଅଛି। ଦଶହରା ଓ ଦୀପାବଳି ପାଇଁ ଅଧିକ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି। ୫ ଜିଲା ଯଥା ଖୋର୍ଦ୍ଧା, କଟକ, ସୁନ୍ଦରଗଡ, ମୟୂରଭଞ୍ଜ ଓ ଅନୁଗୋଳରେ ସକ୍ରିୟ ରୋଗୀ ସଂଖ୍ୟା ହଜାରରୁ ଅଧିକ ରହିଥିବା ସୁରେଶ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି, ରାଜ୍ୟରେ ସଂକ୍ରମଣ ହାର ୦.୭୧ ପ୍ରତିଶତକୁ ହ୍ରାସ ଘଟିଥିବାବେଳେ ଆରୋଗ୍ୟ ହାର ୯୩ ପ୍ରତିଶତରେ ପହଞ୍ଚତ୍ଛି। ଏହା ଜାତୀୟ ହାରଠାରୁ ଅଧିକ। ଆର୍‌ଟି-ପିସିଆର ଟେଷ୍ଟ ରିପୋର୍ଟ ୨୪ ଘଣ୍ଟା ମଧ୍ୟରେ ଦିଆଯାଉଛି। ସଂକ୍ରମଣ ହାରରେ ହ୍ରାସ ଯୋଗୁ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀ ଉତ୍ସାହିତ ହୋଇ ଅଧିକ ପରିଶ୍ରମ କରି ରୋଗୀସେବା ଜାରି ରଖିଛନ୍ତି। ଅଗଷ୍ଟ ୧୮ପରଠାରୁ ରାଜ୍ୟରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୦ ହଜାର ତଳେ ଅଛି। ୧୫,୫୧୫ ରୋଗୀ ବର୍ତ୍ତମାନ ଗୃହ ସଙ୍ଗରୋଧରେ ଅଛନ୍ତି। ପଜିଟିଭି ହାର କମୁଥିବାରୁ ଲୋକେ ଟେଷ୍ଟିଂ ପାଇଁ ଆଗ୍ରହ ଦେଖାଉ ନାହାନ୍ତି। କିନ୍ତୁ ଲକ୍ଷଣ ଥିବା ରୋଗୀଙ୍କୁ ଟେଷ୍ଟିଂ ପାଇଁ ଆଗେଇ ଆସିବାକୁ ସେ ଅନୁରୋଧ କରିଛନ୍ତି।
ପୂଜା ସମୟରେ କୋଭିଡ କଟକଣା ପାଳନ ଲାଗି ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇ ପୋଲିସ ଡିଜି ଅଭୟ କହିଛନ୍ତି, ସବୁ ଏସ୍‌ପିଙ୍କ ସହ ଆଲୋଚନା କରି ରଣନୀତି ପ୍ରସ୍ତୁତ ହେବା ସହ ଅଧିକ ପୋଲିସ ମୁତୟନ ପାଇଁ ବନ୍ଦୋବସ୍ତ କରାଯାଇଛି। ସମ୍ବେଦନଶୀଳ ଜିଲା ଉପରେ ସ୍ବତନ୍ତ୍ର ନଜର ରହିଛି। ବିଭିନ୍ନ ସହରର ପୂଜା କମିଟିକୁ ସଚେତନ କରାଯାଇଥିବା ସେ କହିଛନ୍ତି। ଅନ୍ୟପଟେ ଭୁବନେଶ୍ୱରରେ ସେରୋ ସର୍ଭେ ଶେଷ ହୋଇଥିବାବେଳେ କଟକ ଏବଂ ପୁରୀରେ ଦଶହରା ପରେ ପୁଣି ଆରମ୍ଭ ହେବ। ବୈଠକକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?