ସାମ୍ପ୍ରତିକ ରାଜନୀତିରେ ନୀତି-ନୈତିକତାର ସ୍ଥାନ ନାହିଁ

ଦିଗପହଣ୍ଡି,୨୩।୬(ଅଶେଷ ନାଥ ମିଶ୍ର): ପୂର୍ବତନ ବିଧାୟକ ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ କମିଟି ପକ୍ଷରୁ ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭାମଣ୍ଡପରେ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ବିଶ୍ୱନାଥଙ୍କ ପୁତ୍ର ତଥା ସମଦୃଷ୍ଟି ପତ୍ରିକାର କାର୍ଯ୍ୟନିର୍ବାହୀ ସମ୍ପାଦକ ବିଘ୍ନେଶ୍ୱର ସାହୁଙ୍କ ଉପସ୍ଥିତିରେ କବି ବୃନ୍ଦାବନ ପଣ୍ଡାଙ୍କ ଆବାହକତ୍ୱ ଏବଂ ପତ୍ରିକା ସବୁଜ ପତ୍ରର ସମ୍ପାଦକ କୁରେଶୁୁ ପଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ସଭାରେ ବିଶିଷ୍ଟ ଚାଷୀ ନେତା ଶମ୍ଭୁ ପଣ୍ଡା ଅଧ୍ୟକ୍ଷତା କରିଥିଲେ।
ବରିଷ୍ଠ ଆଇନଜୀବି ନୋଟାରି ପବ୍ଲିକ ତଥା ସମାଜ ବିଜ୍ଞାନୀ ଭଗବାନ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ତାଙ୍କ ସ୍ମୃତି ଚାରଣ କରିବା ସହ ସମଗ୍ର ରାଜ୍ୟରେ ଛାତ୍ର ଆନ୍ଦୋଳନ ଏବଂ ଚାଷୀ ଆନ୍ଦୋଳନରେ ତାଙ୍କ ଯୋଗଦାନ ଥିଲା। ସେ ଜଣେ ଦୃଢ଼ମନା ରାଜନେତା ଭାବେ ପରିଚିତ ଥିଲେ। ନୀତି ଓ ନୈତିକତା କୁ ନେଇ ସେ ସମୟରେ ରାଜନୀତି କରାଯାଉଥିଲା। ରାଜନେତା ମାନଙ୍କ ଉତ୍ତର ଦାୟିତ୍ୱ ଥିଲା। ସାମ୍ପ୍ରତିକ ରାଜନୀତି ରେ ନୀତି ଓ ନୈତିକତାର ସ୍ଥାନ ନାହିଁ ବୋଲି କ୍ଷୋଭ ପ୍ରକାଶ କରିଥିଲେ।

ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା,ସିପିଆଇ(ଏମ) ନେତା କୈଳାସ ଷଡଙ୍ଗୀ, ଖେମୁଣ୍ଡି ଓକିଲ ସଂଘ ସଭାପତି ହୃଦୟ ରଞ୍ଜନ ମେକାପ,ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଜିଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନ,ସାନଖେମୁଣ୍ଡି ବ୍ଲକ ପୂର୍ବତନ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ବାଇଁ,ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରାକ୍ତନ ସଭାପତି ହରିକୃଷ୍ଣ ପଣ୍ଡା, ଫରୱାର୍ଡ ବ୍ଲକ ଗଞ୍ଜାମ ଜିଲା ସଭାପତି ବିଭୁଧେନ୍ଦ୍ର ପାଢ଼ୀ,ଅବସରପ୍ରାପ୍ତ ବ୍ଲକ ଶିକ୍ଷାଧିକାରୀ ଲିଙ୍ଗରାଜ ସ୍ବାଇଁ,ଦିଗପହଣ୍ଡି ପ୍ରେସକ୍ଲବ ସଭାପତି ଅଶେଷ ନାଥ ମିଶ୍ର, ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି(ଇସକଫ) ର ଜିଲା ସଭାପତି ହରପ୍ରସାଦ ରଥ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ।

ବିଶ୍ୱନାଥ ସାହୁଙ୍କ ଜୀବନାଦର୍ଶ ସମ୍ପର୍କରେ ଅତିଥିବୃନ୍ଦ ଉଦବୋଧନ ଦେଇଥିଲେ। ଶତ ବାର୍ଷିକୀ କମିଟି ପକ୍ଷରୁ ଶମ୍ଭୁ ପଣ୍ଡା,ଶୋଭା ଚନ୍ଦ୍ର ଷଡ଼ଙ୍ଗୀ,ସୋମନାଥ ଦାସ ଶର୍ମା,ବିଦ୍ୟାଧର ମହାପାତ୍ର, କୈଳାସ ଷଡଙ୍ଗୀ, ଅନ୍ତର୍ଯ୍ୟାମୀ ସ୍ବାଇଁ,ଅନନ୍ତ ମହାଙ୍କୁଡ଼, ଅଶିନୀ କୁମାର ଦାସ, ହରପ୍ରସାଦ ଆଚାରୀ,ତ୍ରିନାଥ ପ୍ରଧାନ, ବିଶନାଥ ବରାଡ଼,ଗୋପାଳ ପାଣିଗ୍ରାହୀ, ନରସିଂହ ଜେନା ଏବଂ ନିକଟରେ ରାଷ୍ଟ୍ରପତି ଙ୍କ ଠାରୁ ପୁରସ୍କାର ପାଇଥିବା ଛାତ୍ରୀ ପ୍ରଜ୍ଞାରାଣୀ ପଣ୍ଡା ଙ୍କୁ ପ୍ରଶସ୍ତି ପତ୍ର ସହ ଉପଢୌକନ ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା। ଶେଷରେ ଆଇନଜୀବି ମନୋରଞ୍ଜନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।

ସମାରୋହର ଦିତୀୟ ଅଧିବେଶନରେ କବି ଲିଙ୍ଗରାଜ ପୂଜାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କବିତା ପାଠୋତ୍ସବରେ ସମଦୃଷ୍ଟି ପତ୍ରିକାର କାର୍ଯ୍ୟନିର୍ବାହୀ ସମ୍ପାଦକ ବିଘ୍ନେଶ୍ୱର ସାହୁ, କବି ତଥା ଆଇନଜୀବି ଲକ୍ଷ୍ମୀନାରାୟଣ ଦାସ,ପତ୍ରିକା ସମ୍ପାଦକ କୁରେଶୁ ପଣ୍ଡା ଅତିଥି ଭାବେ ମଞ୍ଚାସିନ ଥିଲେ।କବି ଲକ୍ଷ୍ମୀନାରାୟଣ ଦାସ ଏବଂ ପୀତବାସ ତ୍ରିପାଠୀ ଙ୍କ ମିଳିତ ସଂଯୋଜନାରେ ବହୁ ସଂଖ୍ୟକ କବୟିତ୍ରୀ ଏବଂ କବି ପ୍ରଗତିଶୀଳ କବିତା ପାଠ କରିଥିଲେ।ଶେଷରେ ସମସ୍ତ କବୟିତ୍ରୀ ଏବଂ କବି ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଆଇନଜୀବି ପି.ଶିବଶଙ୍କର, ମିଶ୍ର ତପନ କୁମାର ମିଶ୍ର, ଦୀନବନ୍ଧୁ ଦୈତାରୀ ରେଡ୍ଡୀ,ଏମ.ରାମଚନ୍ଦ୍ର ପ୍ରମୁଖ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?