ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା

ଭୁବନେଶ୍ୱର,୧୦ା୬(ବ୍ୟୁରୋ):  ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଗୁରୁବାର ସୂଚନା ଦେଇଛନ୍ତି। ଗତବର୍ଷ ଭଳି ସାଧାରଣ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା ଏସ୍‌ଆର୍‌ସି କହିଛନ୍ତି।

ଏସ୍‌ଆର୍‌ସି କହିଛନ୍ତି, ରଥଯାତ୍ରାରେ ଶ୍ରଦ୍ଧାଳୁମାନେ ସାମିଲ ହୋଇପାରିବେ ନାହିଁ। କେବଳ ସେବାୟତମାନେ ସାମିଲ ହେବେ। ସେମାନଙ୍କ ପାଇଁ ବି କଟକଣା ରହିବ। ଯେଉଁ ସେବାୟତମାନେ ଦୁଇ ଡୋଜ୍‌ ଟିକା ନେଇଥିବେ ବା ରଥଯାତ୍ରାର ୪୮ ଘଣ୍ଟା ପୂର୍ବରୁ ଯେଉଁ ସେବାୟତଙ୍କ ଆର୍‌ଟିପିସିଆର୍‌ ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଥିବ ସେମାନେ କେବଳ ମହାପ୍ରଭୁଙ୍କ ରଥଯାତ୍ରାରେ ସାମିଲ ହୋଇପାରିବେ।