Posted inଜାତୀୟ

ଚାଷୀଙ୍କ ମୃତ୍ୟୁର ରେକର୍ଡ ନାହିଁ, ଅନୁକମ୍ପାମୂଳକ ସହାୟତା ଦେବାରେ ପ୍ରଶ୍ନ ଉଠୁନି…

ନୂଆଦିଲ୍ଲୀ,୧।୧୨: ବିବାଦୀୟ କୃଷି ଆଇନ ରଦ୍ଦ କରିବାକୁ ଦାବି କରି ଏକ ବର୍ଷ ଧରି ଚାଲିଥିବା ଆନ୍ଦୋଳନରେ କେତେ ଚାଷୀଙ୍କ ମୃତ୍ୟୁ ଘଟିଛି ତାହାର କୌଣସି ରେକର୍ଡ ନାହିଁ ବୋଲି କେନ୍ଦ୍ର ସରକାର କହିଛନ୍ତି। ତେଣୁ ଆର୍ଥିକ ସହାୟତା ଦେବାର ପ୍ରଶ୍ନ ଉଠୁନାହିଁ । କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ଲୋକସଭାରେ ‘କୃଷି ଆଇନ ଆନ୍ଦୋଳନ’କୁ ନେଇ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି।

ଅନ୍ୟାନ୍ୟ ପ୍ରଶ୍ନ ମଧ୍ୟରେ ଚାଷୀଙ୍କ ବିରୋଧରେ ପଞ୍ଜିକୃତ ହୋଇଥିବା ମାମଲାଗୁଡ଼ିକର ସଂଖ୍ୟା ମଧ୍ୟ ଲୋଡ଼ା ଯାଇଥିଲା। ରାଜଧାନୀ ଦିଲ୍ଲୀରେ ଏବଂ ଆଖପାଖ ଅଞ୍ଚଳରେ ଚାଲିଥିବା ଆନ୍ଦୋଳନ ସମୟରେ କେତେଜଣ ଚାଷୀଙ୍କ ମୃତ୍ୟୁ ଘଟିଛି ଏବଂ ଉକ୍ତ ଆନ୍ଦୋଳନ ସମୟରେ ମୃତ କୃଷକଙ୍କ ପରିବାରକୁ ସରକାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ସରକାରଙ୍କର ପକ୍ଷରୁ କିଛି ଯୋଜନା ରହିଛି କି ନାହିଁ ତାହା ଲିଖିତ ପ୍ରଶ୍ନ ମାଧ୍ୟମରେ ପଚରା ଯାଇଥିଲା।

ଏନେଇ କୃଷି ମନ୍ତ୍ରଣାଳୟର ଏକ ସ୍ପଷ୍ଟ ଉତ୍ତର ଥିଲା ଯେ ଏହାର କୌଣସି ରେକର୍ଡ ନାହିଁ। ତେଣୁ ଆର୍ଥିକ ସହାୟତା ଦେବାର ପ୍ରଶ୍ନ ଉଠୁନାହିଁ। ସରକାର କୃଷକ ନେତାଙ୍କ ସହ ୧୧ ରାଉଣ୍ଡ ଆଲୋଚନା କରି ଥିବା ନେଇ କୃଷିମନ୍ତ୍ରୀ ବିସ୍ତୃତ ଭାବରେ ସୂଚନା ପ୍ରଦାନ କରିଥିଲେ। ଆନ୍ଦୋଳନ ସମୟରେ ୭୦୦ରୁ ଅଧିକ ଚାଷୀଙ୍କ ମୃତ୍ୟୁ ଘଟିଥିବା କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଦାବି କରାଯାଇଛି। ତିନି ବିବାଦୀୟ ଆଇନକୁ ରଦ୍ଦ କରିବାର ଦାବିକୁ ନେଇ ଏକ ବର୍ଷ ଧରି ଚାଲିଆସୁଥିବା ଆନ୍ଦୋଳନ ସମୟରେ କୃଷକଙ୍କ ବିରୋଧରେ ପଞ୍ଜୀକୃତ ମାମଲା ପ୍ରତ୍ୟାହାର ଏବଂ ମୃତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ ଏବଂକୃଷକଙ୍କ ଆନ୍ଦୋଳନ ସମୟରେ ମୃତ ଚାଷୀଙ୍କ ପରିବାର ପାଇଁ ଥଇଥାନ ଦାବି ମଧ୍ୟ ଏହି ପ୍ରଶ୍ନରେ ଥିଲା।

ଏହି ଆନ୍ଦୋଳନରେ ମୃତ୍ୟୁ ଘଟିଥିବା ଚାଷୀମାନଙ୍କୁ କୃଷକ ନେତାମାନେ ଶହୀଦ କୃଷକ ବୋଲି କହିଛନ୍ତି। ଏହି ଆନ୍ଦୋଳନର ନେତୃତ୍ୱ ନେଉଥିବା ୟୁନାଇଟେଡ କିସାନ ମୋର୍ଚ୍ଚା ଦାବି କରିଛି ଯେ ଗତ ବର୍ଷ ଠାରୁ ଜାରି ରହିଥିବା ଆନ୍ଦୋଳନ ସମୟରେ ୭୦୦ ଜଣ ଚାଷୀଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri