Posted inଜାତୀୟ

ପଛଘୁଞ୍ଚା ନାହିଁ କୃଷକ ଜାତକେ

ନୂଆଦିଲ୍ଲୀ,୨ା୧୨: ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀ ଓ ଜାତୀୟ ରାଜଧାନୀ ସୀମାରେ ଆନ୍ଦୋଳନ କରୁଥିବା ଚାଷୀମାନେ ପଛଘୁଞ୍ଚା ଦେବେ ନାହିଁ। କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଆନ୍ଦୋଳନ ପ୍ରତ୍ୟାହାର ପାଇଁ ମଙ୍ଗଳବାର ଚାଷୀ ନେତାମାନଙ୍କୁ ଅନୁରୋଧ କରିବା ସତ୍ତ୍ୱେ ସେମାନେ ଓହରିବେ ନାହିଁ। ଏହି ଆଇନ ନ ହଟାଇବା ଯାଏ ଆନ୍ଦୋଳନ ଜାରି ରହିବ ବୋଲି କୃଷକ ନେତାମାନେ ସ୍ପଷ୍ଟ କରିଛନ୍ତି।
କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା ପରେ ଭାରତୀୟ କିଷାନ ୟୁନିୟନ (ବିକେୟୁ) ଅଧ୍ୟକ୍ଷ ନରେଶ ଟିକାଏତ୍‌ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଆଲୋଚନା କିଛି ବାଟ ଆଗେଇଛି। କିନ୍ତୁ ଆନ୍ଦୋଳନ ଜାରି ରହିବ। କୃଷି ଆଇନକୁ ନେଇ ଆମେ ଆମର ସମସ୍ୟା ସମ୍ପର୍କରେ ବୁଧବାର କେନ୍ଦ୍ର ସରକାରଙ୍କୁ ଏକ ଚିଠା ଦେବୁ। ସରକାର ପଞ୍ଜାବ, ହରିୟାଣା, ଦିଲ୍ଲୀ, ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ଚାଷୀମାନଙ୍କ ସହ ଆଲୋଚନା ଆରମ୍ଭ କରିଛନ୍ତି। ତେଣୁ ଡିସେମ୍ବର ୩ରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ବୈଠକ ପର୍ଯ୍ୟନ୍ତ ସରକାର ଏହି ପ୍ରସଙ୍ଗରେ ଗଭୀର ଭାବେ ଅନୁଧ୍ୟାନ କରନ୍ତୁ। ବୈଠକରେ ୫ ଜଣିଆ କମିଟି ଗଠନ କରି ସରକାରଙ୍କ ସହ ଆଲୋଚନା ପାଇଁ ତୋମାର କହିଥିଲେ। ଏହାକୁ ଆମେ ପ୍ରତ୍ୟାଖ୍ୟାନ କରିଛୁ। ତୋମାର କହିଛନ୍ତି, ଟିକାଏତ୍‌ କିଷାନ ୟୁନିୟନ ସହ ମଧ୍ୟ ଆଲୋଚନା ହୋଇଛି। ଏହି ଆଇନକୁ ନେଇ ସେମାନଙ୍କର ଅସୁବିଧା ସମ୍ପର୍କରେ ଲିଖିତ ଭାବେ ଜଣାଇବାକୁ କୁହାଯାଇଛି। ଏହି ଅବସରରେ କୃଷକ ନେତାମାନେ ତୋମାରଙ୍କୁ ଲଙ୍ଗରକୁ ଆମନ୍ତ୍ରଣ କରିଥିଲେ। କେନ୍ଦ୍ରମନ୍ତ୍ରୀ ସେମାନଙ୍କ ବିକ୍ଷୋଭସ୍ଥଳକୁ ଆସନ୍ତୁ। ସେମାନେ ତାଙ୍କୁ ଜିଲାପି ଓ ପକୋଡ଼ା ଖାଇବାକୁ ଦେବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri