ପଲିଥିନ ବ୍ୟବହାରରେ ଅଙ୍କୁଶ ନାହିଁ

ଅମରପାଲି,୩ା୩(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ପଲିଥିନ ନିଷିଦ୍ଧ ପ୍ରହସନ ପାଲଟିଛି। ୨୦୧୯ ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀରୁ ଓଡ଼ିଶା ସରକାର ପଲିଥିନ ବିକ୍ରି ଓ ବ୍ୟବହାର ଉପରେ ଅଙ୍କୁଶ ଲଗାଇଛନ୍ତି। କିନ୍ତୁ ସରକାରଙ୍କ ଏହି ନିର୍ଦ୍ଦେଶନାମା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ପ୍ରହସନ ପାଲଟିଛି। ବିଭିନ୍ନ ଦୋକାନ, ବଜାରରେ ପଲିଥନ ଖୁଲମଖୁଲା ବିକ୍ରି ଚାଲିଛି।
ରାଜ୍ୟରେ ପଲିଥିନ ବିକ୍ରି ଉପରେ କଟକଣା ଲଗାଇବା ପରେ ବୀରମହାରାଜପୁରରେ ମଧ୍ୟ ଉପଜିଲାପାଳଙ୍କ ନେତୃତ୍ୱରେ ଲୋକଙ୍କୁ ସଚେତନତ କରାଯାଇଥିଲା। ଅଞ୍ଚଳରେ ପଲିଥିନ ବ୍ୟବହାର ନିଷିଦ୍ଧ ସହ ପ୍ଲାଷ୍ଟିକ ଥାଳି, ଚାମଚ, ଗିନା, କପ, ପ୍ଲେଟ, ଗ୍ଲାସ ଆଦି ମଧ୍ୟ ବ୍ୟବହାର ହୋଇପାରିବନାହିଁ ବୋଲି କଟକଣା ଲାଗିଲା। ଯେଉଁ ପଲିନର ସ୍ଥୂଳତା ୫୦ ମାଇକ୍ରନ ତଳକୁ ଥିବ ତାହା ବ୍ୟବହାର ଉପଯୋଗୀ ନୁହେଁ। କେବଳ କ୍ଷୀର କିମ୍ବା ଅନ୍ୟ ଔଷଧୀୟ ସାମଗ୍ରୀ ରଖିବାକୁ ଉପଯୁକ୍ତମାନର ପଲିଥନ ବ୍ୟବହାର କରାଯାଇପାରେ। ରାଜ୍ୟ ସରକାରଙ୍କ ଏହି ନିର୍ଦ୍ଦେଶନାମା ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ କୁହାଯାଇଥିଲେ ସୁଦ୍ଧା ବୀରମହାରାଜପୁର ଅଞ୍ଚଳରେ ଏହା ପାଳନ କରାଯାଉନାହିଁ। ମୁଖ୍ୟାଳୟ ସମେତ ଗାଁ ଗହଳିରେ ପଲିଥିନର ବହୁଳ ବ୍ୟବହାର ହେଉଥିଲେ ମଧ୍ୟ ଆଦୌ ଚଢାଉ କରାଯାଉନାହିଁ। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ୨୦୧୯ ସେପ୍ଟେମ୍ବର ୩୦ରେ ଏ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି କରାଯାଇଥିଲା। ଏଥିରେ ଉଲ୍ଲେଖ ଥିଲା ଯେଉଁ ପଲିଥନଗୁୁଡିକ ଠିକ ଭାବେ ନଷ୍ଟ ଅର୍ଥାତ୍‌ ମାଟିରେ ମିଶିପାରୁଛି ସେଗୁଡିକ ବ୍ୟବହାର ଉପଯୋଗୀ । ଅବଶିଷ୍ଟ ବ୍ୟବହାର ଅନୁପଯୋଗୀ ବୋଲି କୁହାଯାଇଛି। ତେଣୁ ସେହି ପ୍ରକାର ପଲିଥିନ ଉତ୍ପାଦନ ମଧ୍ୟ ହୋଇପାରିବ ନାହିଁ। ଏହି ରକମର ପଲିଥିନ ଉପରେ କଟକଣା ଲଗାଯାଇଥିଲା। ମାତ୍ର ସରକାରଙ୍କ ଉକ୍ତ ନିୟମ ମାନୁଛି କିଏ ବୋଲି ପ୍ରଶ୍ନ କରିଛନ୍ତି ସ୍ବେଚ୍ଛାସେବୀ ଦିଲୀପ ପ୍ରଧାନ। ପାନ ଦୋକାନଠାରୁ, ରାଶନ, ଷ୍ଟେଶନାରୀ ଓ ଜଳଖିଆ ଆଦି ପ୍ରାୟ ଦୋକାନରେ ପଲିଥନ ଖୋଲା ଖୋଲି କାରବାର ଚାଲିଛି। ବୀରମହାରାଜପୁର ଅଞ୍ଚଳରେ ପଲିଥନ ଉତ୍ପାଦନ ହେଉନାହିଁ। ତଥାପି ଏତେ ମାତ୍ରାରେ ପଲିଥିନ ବାହାରୁ ଆସୁଥିଲେ ମଧ୍ୟ ପ୍ରଶାସନ ସବୁଜାଣି ଚୁପ ରହିଛି। ପଲିଥିନ ବ୍ୟବହାରରେ ରୋକ ଲଗାଇବାରେ ପ୍ରଶାସନ ବିଫଳ ହେଉଥିବା ପରିବେଶପ୍ରେମୀ ପ୍ରେମାନନ୍ଦ ନାଏକ ପ୍ରକାଶ କରିଛନ୍ତି। ପଲିଥନ ବନ୍ଦ ପାଇଁ ଏନଫୋସର୍ର୍ମେଣ୍ଟ କମିଟି ଗଠନ କରାଯାଇଥିଲା। କିନ୍ତୁ କମିଟି ଆଶାନୁରୂପ ଚଢାଉ କରାଯାଉ ନ ଥିବାରୁ ପଲିଥିନ ପୂର୍ବପରି ବ୍ୟବହୃତ ହେଉଛି। ପଲିଥିନ ବ୍ୟବହାର ଉପରେ କଟକଣା ଲଗାଇବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri