ରାଜ୍ୟରେ ନାହିଁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟବାସୀଙ୍କୁ ବୁଧବାର ଆଶ୍ୱସ୍ତିକର ସୂଚନା ଦେଇଛନ୍ତି ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଧୀରେନ ସାମଲ। ସେ କହିଛନ୍ତି, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ବର୍ଷା ହୋଇନାହିଁ। ତେଣୁ ବନ୍ୟା ଆଶଙ୍କା ନାହିଁ । ଯେଉଁ ସବୁ ନଦୀରେ ଜଳପତ୍ତନ ଅଧିକ ଥିଲା, ସେସବୁ ନଦୀରେ ସକାଳୁ ଜଳପତ୍ତନ ସ୍ଥିର ହୋଇ ହ୍ରାସ ପାଉଛି । ବନ୍ୟା ଆଶଙ୍କାରେ କଲବଲ ହେଉଥିବା ରାଜ୍ୟବାସୀଙ୍କୁ ସେ ଏପରି ଖୁସି ଖବର ଦେଇଛନ୍ତି।
ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ବୈତରଣୀ ନଦୀର ଆଖୁଆପଦାଠାରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ ହେଉଥିଲେ ମଧ୍ୟ ଜଳପତ୍ତନ ହ୍ରାସ ପାଇବା ଆରମ୍ଭ କରିଛି । ସେହିପରି ବ୍ରାହ୍ମଣୀ ନଦୀରେ ମଧ୍ୟ ଜଳସ୍ତର କମିବା ଆରମ୍ଭ କରିଛି । ତା’ ଛଡ଼ା ଉପର ମୁଣ୍ଡରେ ଆଉ ବର୍ଷା ହେଉ ନ ଥିବାରୁ ବନ୍ୟା ଆଶଙ୍କା ନାହିଁ । ତେବେ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି ଓ ନିଷ୍କାସନ ସମସ୍ୟା ଥିବାରୁ କିଛି ଅଞ୍ଚଳ ଜଳମଗ୍ନ ହୋଇ ରହିଛି । ରାଜ୍ୟର କୌଣସି ସ୍ଥାନରେ ନଦୀବନ୍ଧ ଭାଙ୍ଗିବା ଭଳି ସ୍ଥିତି ଉପୁଜି ନ ଥିବା ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri