ରାସ୍ତା ନାହିଁ ତ ଭୋଟ ନାହିଁ

ଆର.ଉଦୟଗିରି, ୧୧ା୩ (ମନୋଜ କୁମାର ପାଢ଼ୀ):ଆର.ଉଦୟଗିରି ବ୍ଲକ ଅନୁଗୁର ପଞ୍ଚାୟତର ୧୦ରୁ ଊଦ୍ଧର୍‌ବ ଗାଁ ଜୟପୁର, ହାତୀକୁଦା, ତରଜସିଂ, ଜାମ୍ଭସାହି, କେଡିପଦର, ପଟେଗୁଡା, ହାରୁମା, ହୁଡାସିଂ, ଅନୁପୁର, ମାଣିକପୁର, ଜାମ୍ଭଗୁଡା ଓ ଅନାନ୍ୟ ଗାଁର ଶତାଧିକ ମହିଳା ଓ ପୁରୁଷମାନଙ୍କ ୁ ନେଇ ନଦୀମୁଠା ଅଞ୍ଚଳରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ସ୍ବାଧୀନତାର ୭୬ ବର୍ଷ ବିତିଯାଇଥିଲେ ମଧ୍ୟ ଜୟପୁର ଠାରୁ ପଦ୍ମପୁର ଯିବା ପାଇଁ ସଂଯୋଗୀକରଣ ବ୍ରିଜ, ଜୟପୁର ଠାରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର, ଜୟପୁରରେ ନଳକୂପ ମରାମତି, ମାଙ୍କିଡି କେନ୍ଦୁ ନାଳ ଚେକ ଡ୍ୟାମରେ କେନାଲ କରିବା, ଜୟପୁରଠାରୁ କିରାମା ପର୍ଯ୍ୟନ୍ତ ପକ୍କା ରାସ୍ତା, ଜୟପୁର କେଡିପଦରଠାରୁ ପଟେଗୁଡା ପର୍ଯ୍ୟନ୍ତ ପକ୍କା ରାସ୍ତା ଆଦି ସମସ୍ୟା ରହିଛି। ନଦିମୁଠା ଅଞ୍ଚଳର ଆଦିବାସୀ ଗରିବ ଲୋକମାନେ ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ହେଉଛନ୍ତି। ଏଣୁ ଏହିସବୁ ସମସ୍ୟାର ସମାଧାନ ପାଇଁ ଉପରୋକ୍ତ ଗ୍ରାମବାସୀ ଗୁରୁବାରା ଏକ ବୈଠକ କରିଛନ୍ତି। ସମସ୍ୟାଗୁଡ଼ିକ ସମାଧାନ ନ ହେଲେ ଆସନ୍ତା ନିର୍ବାଚନରେ ଭୋଟ ବର୍ଜନ କରିବା ପାଇଁ ନିଷ୍ପତ୍ତି ନେଇଥିବା ପ୍ରକାଶ କରିଛନ୍ତି। ଏହି ବୈଠକରେ ଆରେନି ରାଇକା, ମିଖଲ ରଇତ, ଆୟୁସାନ ରାଇକା, ଆରମ୍ଭ ଦଳ ବେହେରା, ମାଥ୍ୟୁ ରଇତ, ଇସ୍ରାଏଲ ଦଳ ବେହେରା, ଅମର ସିଂ ରାଇକା, ନିବେଦକ ମାଥ୍ୟୁ ରଇତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ

ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍‌ ରୋଡ୍‌ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ...

ପ୍ରଶାନ୍ତ ୫୦ ହଜାରରୁ ଅଧିକ ଭୋଟରେ ଜିତିବେ: ଚିରଞ୍ଜୀବ

ଜଗତ୍‌ସିଂହପୁର,୨୭ା୪(ପ୍ରମୋଦ କୁମାର ନାୟକ): ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ଉପରେ ଆସ୍ଥା ପ୍ରକଟ କରି ଚିରଞ୍ଜୀବ ବିଶ୍ୱାଳ ବିନା ସର୍ତ୍ତରେ ବିଜେଡିରେ ମିଶିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ଜଗତ୍‌ସିଂହପୁର...

ବଡ଼ଚଣାରେ ଭାବବିହ୍ବଳ ହେଲେ ବର୍ଷା

ଚଣ୍ଡିଖୋଲ/ ଛତିଆ/ ବଡ଼ଚଣା, ୨୭ା୪ (ପ୍ରଦୀପ୍ତ କୁମାର ପୃଷ୍ଟି/ ସୌମ୍ୟରଞ୍ଜନ ସାହୁ/ ଦିଲୀପ କୁମାର ମହାନ୍ତି): ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା...

ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା...

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri