ରାସ୍ତା ନାହିଁ ତ ଭୋଟ ନାହିଁ

ଆର.ଉଦୟଗିରି, ୧୧ା୩ (ମନୋଜ କୁମାର ପାଢ଼ୀ):ଆର.ଉଦୟଗିରି ବ୍ଲକ ଅନୁଗୁର ପଞ୍ଚାୟତର ୧୦ରୁ ଊଦ୍ଧର୍‌ବ ଗାଁ ଜୟପୁର, ହାତୀକୁଦା, ତରଜସିଂ, ଜାମ୍ଭସାହି, କେଡିପଦର, ପଟେଗୁଡା, ହାରୁମା, ହୁଡାସିଂ, ଅନୁପୁର, ମାଣିକପୁର, ଜାମ୍ଭଗୁଡା ଓ ଅନାନ୍ୟ ଗାଁର ଶତାଧିକ ମହିଳା ଓ ପୁରୁଷମାନଙ୍କ ୁ ନେଇ ନଦୀମୁଠା ଅଞ୍ଚଳରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ସ୍ବାଧୀନତାର ୭୬ ବର୍ଷ ବିତିଯାଇଥିଲେ ମଧ୍ୟ ଜୟପୁର ଠାରୁ ପଦ୍ମପୁର ଯିବା ପାଇଁ ସଂଯୋଗୀକରଣ ବ୍ରିଜ, ଜୟପୁର ଠାରେ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର, ଜୟପୁରରେ ନଳକୂପ ମରାମତି, ମାଙ୍କିଡି କେନ୍ଦୁ ନାଳ ଚେକ ଡ୍ୟାମରେ କେନାଲ କରିବା, ଜୟପୁରଠାରୁ କିରାମା ପର୍ଯ୍ୟନ୍ତ ପକ୍କା ରାସ୍ତା, ଜୟପୁର କେଡିପଦରଠାରୁ ପଟେଗୁଡା ପର୍ଯ୍ୟନ୍ତ ପକ୍କା ରାସ୍ତା ଆଦି ସମସ୍ୟା ରହିଛି। ନଦିମୁଠା ଅଞ୍ଚଳର ଆଦିବାସୀ ଗରିବ ଲୋକମାନେ ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ହେଉଛନ୍ତି। ଏଣୁ ଏହିସବୁ ସମସ୍ୟାର ସମାଧାନ ପାଇଁ ଉପରୋକ୍ତ ଗ୍ରାମବାସୀ ଗୁରୁବାରା ଏକ ବୈଠକ କରିଛନ୍ତି। ସମସ୍ୟାଗୁଡ଼ିକ ସମାଧାନ ନ ହେଲେ ଆସନ୍ତା ନିର୍ବାଚନରେ ଭୋଟ ବର୍ଜନ କରିବା ପାଇଁ ନିଷ୍ପତ୍ତି ନେଇଥିବା ପ୍ରକାଶ କରିଛନ୍ତି। ଏହି ବୈଠକରେ ଆରେନି ରାଇକା, ମିଖଲ ରଇତ, ଆୟୁସାନ ରାଇକା, ଆରମ୍ଭ ଦଳ ବେହେରା, ମାଥ୍ୟୁ ରଇତ, ଇସ୍ରାଏଲ ଦଳ ବେହେରା, ଅମର ସିଂ ରାଇକା, ନିବେଦକ ମାଥ୍ୟୁ ରଇତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri