ରାସ୍ତା ନାହିଁ ତ ଭୋଟ ନାହିଁ

ଆର.ଉଦୟଗିରି,୭ା୩(ମନୋଜ କୁମାର ପାଢ଼ୀ): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଅନୁଗୁର ପଞ୍ଚାୟତ ଅନ୍ତର୍ଗତ ୧୦ରୁ ଊଦ୍ଧର୍‌ବ ଗାଁ ଜୟପୁର, ହାତୀକୁଦା, ତରଜସିଂ, ଜାମ୍ଭସାହି, କେଡିପଦର, ପଟେଗୁଡା, ହାରୁମା, ହୁଡାସିଂ, ଅନୁପୁର, ମାଣିକପୁର, ଜାମ୍ଭଗୁଡା ଓ ଅନ୍ୟାନ୍ୟ ଗ୍ରାମର ଶତାଧିକ ମହିଳା ଓ ପୁରୁଷଙ୍କୁ ନେଇ ନଦୀମୁଠା ଅଞ୍ଚଳରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି।

ସ୍ବାଧୀନତାର ୭୬ ବର୍ଷ ବିତିଯାଇଥିଲେ ମଧ୍ୟ ଜୟପୁରରୁ ପଦ୍ମପୁର ଯିବା ପାଇଁ ସଂଯୋଗୀକରଣ ବ୍ରିଜ, ଜୟପୁରଠାରେ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର, ଜୟପୁରରେ ନଳକୂପ ମରାମତି, ମାଙ୍କିଡି କେନ୍ଦୁ ନାଳ ଚେକ୍‌ଡ୍ୟାମରେ କେନାଲ ନିର୍ମାଣ, ଜୟପୁରଠାରୁ କିରାମା ପର୍ଯ୍ୟନ୍ତ ପକ୍କା ରାସ୍ତା, ଜୟପୁର କେଡିପଦରଠାରୁ ପଟେଗୁଡା ପର୍ଯ୍ୟନ୍ତ ପକ୍କା ରାସ୍ତା ଆଦି ବିଭିନ୍ନ ସମସ୍ୟା ରହିଛି।

ନଦିମୁଠା ଅଞ୍ଚଳର ଆଦିବାସୀ ଗରିବ ଲୋକମାନେ ମୌଳିକ ସୁବିଧା ସୁଯୋଗରୁ ବଞ୍ଚିତ ହେଉଛନ୍ତି। ଏଣୁ ଏହିସବୁ ସମସ୍ୟାର ସମାଧାନ ପାଇଁ ଉପରୋକ୍ତ ଗ୍ରାମବାସୀ ଗୁରୁବାର ଏକ ବୈଠକ କରିଛନ୍ତି। ସମସ୍ୟାଗୁଡ଼ିକ ସମାଧାନ ନ ହେଲେ ଆସନ୍ତା ନିର୍ବାଚନରେ ଭୋଟ ବର୍ଜନ କରିବା ପାଇଁ ନିଷ୍ପତ୍ତି ନେଇଥିବା ସେମାନେ ପ୍ରକାଶ କରିଛନ୍ତି। ବୈଠକରେ ଆରେନି ରାଇକା, ମିଖଲ ରଇତ, ଆୟୁସାନ ରାଇକା, ଆରମ୍ଭ ଦଳ ବେହେରା, ମାଥ୍ୟୁ ରଇତ, ଇସ୍ରାଏଲ ଦଳ ବେହେରା, ଅମର ସିଂ ରାଇକା, ନିବେଦକ ମାଥ୍ୟୁ ରଇତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଆଉ ୮ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ବାସନ ମାଜୁଥିବା ବେଳେ ଟଳିପଡ଼ିଲେ ବୃଦ୍ଧା, ଅଂଶୁଘାତ ଆଶଙ୍କା

ରାୟଗଡ଼ା/ଟିକିରି,୨୭ା୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ପଞ୍ଚାୟତର ଜଣେ ବୃଦ୍ଧା ବାସନ ମାଜୁଥିବା ସମୟରେ ଟଳି ପଡ଼ିଥିଲେ। ମୃତ...

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri