ରାସ୍ତା ନାହିଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଡାଙ୍ଗାସିବାସୀ

ରାଇକିଆ,୨୮ା୩(ଡି.ଏନ୍‌.ଏ):ରାସ୍ତା ନାହିଁ, ୫ କି.ମି. ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢ଼ି ଗଲେ ପହଞ୍ଚି ହୁଏ କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ। କନ୍ଧମାଳ- ଗଞ୍ଜାମ ଜିଲା ସୀମାନ୍ତରେ ଥିବା ଏହି ଗ୍ରାମରେ ସରକାରର ସବୁ ଯୋଜନା ଅପହଞ୍ଚ। ରାସ୍ତାଠାରୁ ଆରମ୍ଭ କରି ଶିକ୍ଷା,ସ୍ବାସ୍ଥ୍ୟ ଭଳି ଜରୁରୀ ସେବାରୁ ବଞ୍ଚିତ ହେଉଛନ୍ତି ଗ୍ରାମବାସୀ । ଗାଁରେ ପ୍ରାଥମିକ ବିଦ୍ୟାଳୟ ନାହିଁ କି ଅଙ୍ଗନଓ୍ବାଡି କେନ୍ଦ୍ର ନାହିଁ। ଗାଁରେ ଏକାଧିକ ପିଲା ବିଦ୍ୟାଳୟରେ ନାମ ଲେଖାଇ ନ ପାରି ଅଧାରୁ ପାଠ ଛାଡ଼ିଛନ୍ତି। ସର୍ବନିମ୍ନ ସ୍ବାସ୍ଥ୍ୟସେବା ପାଇବାକୁ ହେଲେ ୨୫ କି.ମି. ଦୂର ରାଇକିଆ ସହର ଉପରେ ନିର୍ଭରଶୀଳ । ଏ ସବୁ ସମସ୍ୟା ଭିତରେ ସବୁଠାରୁ ବଡ଼ ଚାଲେଞ୍ଜ ଭାବେ ଦେଖା ଦେଇଛି ରାସ୍ତା କାମ । ଅଧାପନ୍ତରିଅ ଭାବେ ରାସ୍ତା କାମ ଛାଡ଼ି ଦିଆଯାଇଥିବାରୁ ଗଁାକୁ ଦୁଇଚକିଆ ଯାନ ମଧ୍ୟ ଯାଇପାରୁନାହିଁ । କାମ ଶେଷ କରିବା ପାଇଁ ଅନେକ ଥର ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏପରି କି ଜିଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ମାଧ୍ୟମରେ ଦୁଇ ଥର ଅଭିଯୋଗ ମଧ୍ୟ କରିଛନ୍ତି । ୧୪ ପରିବାର ବସବାସ କରୁଥିବା ଏହି ଗ୍ରାମରେ ସବୁ ଘର ମାଟି ଓ କଚାଘର । ଆବାସ ଯୋଜନା ପାଇବା ପାଇଁ କିଛି ଗ୍ରାମବାସୀଙ୍କ ତାଲିକାରେ ନାମ ଥିଲେ ମଧ୍ୟ ରାସ୍ତା ନଥିବାରୁ ଘର ତିଆରି ସରଞ୍ଜାମ ଆଣିବାରେ ଅସୁବିଧା ଯୋଗୁ ଘର ତିଆରି କରିପାରୁ ନାହାନ୍ତି। ପଞ୍ଚାୟତ କାର୍ଯ୍ୟାଳୟକୁ ଆସି ନ ପାରି ଭତ୍ତାରୁ ବଞ୍ଚିତ ହେଉଛନ୍ତି ବୃଦ୍ଧାବୃଦ୍ଧ । ଗାଁରେ ଥିବା ଏକ ମାତ୍ର ଚୁଆ ଓ ଝରଣା ପାଣିକୁ ଗ୍ରାମବାସୀ ବ୍ୟବହାର କରୁଛନ୍ତି। ଖରାଦିନେ ଝରଣା ଶୁଖିଗଲେ ୨କି.ମି. ପାହାଡ ଚଢି ପାଣି ଆଣିବାକୁ ପଡୁଛି। ଏସବୁ ଭିତରେ ସାଧାରଣ ଜୀବନ ବିତାଇବା ପାଇଁ ଗ୍ରାମବାସୀ ସଂଘର୍ଷ କରୁଛନ୍ତି । ଭୋଟ ଦେଲା ବେଳେ ମଧ୍ୟ ଘାଟି ପାହାଡ ଚଢି ଭୋଟ ଦାନ କରୁଛନ୍ତି। ଏ ନେଇ ଗ୍ରାମର ମଞ୍ଜୁଳା ପ୍ରଧାନ କୁହନ୍ତି, ଗାଆଁକୁ ରାସ୍ତା ନ ଥିବାରୁ ନା ଏଠାରେ ବିଦ୍ୟାଳୟ ଅଛି ନା ଅଙ୍ଗନଓ୍ବାଡି ଗୃହ ଅଛି, ପିଲାମାନେ ପାଠ ପଢି ପାରୁନାହାନ୍ତି। ଦେହ ଖରାପ ହେଲେ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ପାରୁନାହୁଁ । ସାବିତ୍ରୀ ମଲ୍ଲିକ କୁହନ୍ତି, ପିଇବା ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ଝରଣାପାଣି ଉପରେ ନିର୍ଭର କରୁଛନ୍ତି, ରାସ୍ତା ନ ଥିବାରୁ ନଳକୂପଟିଏ ମଧ୍ୟ ଗ୍ରାମରେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri