ଠାକୁରପାଟଣା ପ୍ରାଥମିକ ବିଦ୍ୟାଳୟକୁ ରାସ୍ତାନାହିଁ

ବରୀ,୨୫ା୮(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ୍‌ ଅଧୀନ ବରୀ ପଞ୍ଚାୟତ ଠାକୁରପାଟଣା ପ୍ରାଥମିକ ବିଦ୍ୟାଳୟକୁ ରାସ୍ତା ନାହିଁ। ଫଳରେ ଛାତ୍ରୀଛାତ୍ର ବିଦ୍ୟାଳୟକୁ ଯାତାୟାତ କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସାଧାରଣତଃ ବର୍ଷା ଋତୁରେ ଏହି ବିଦ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତାଟି ଜଳମଗ୍ନ ହେଉଥିବାରୁ ପାଣିରେ ପଶି ଛାତ୍ରୀଛାତ୍ର ଆସୁଛନ୍ତି। ମାତ୍ର ଏହି ଘଟଣା କୌଣସି ରାଜନେତା ଓ ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟିକୁ ନ ଆସିବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ ବୋଲି ବୁଦ୍ଧିଜୀବୀ ମତ ରଖିଛନ୍ତି। ଏତଦ୍‌ବ୍ୟତୀତ ଏହି ବିଦ୍ୟାଳୟକୁ ଲାଗି ଏକ ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ତେଣୁ ଏହି କେନ୍ଦ୍ରରେ ଅଧ୍ୟୟନରତ କୋମଳମତି ଶିଶୁଙ୍କୁ ବର୍ଷାଋତୁରେ ଅଭିଭାବକ କାନ୍ଧରେ ବସାଇ ଆଣୁଛନ୍ତି। ଅଙ୍ଗନଓ୍ବାଡି କର୍ମୀ ଓ ସହକର୍ମୀ ମଧ୍ୟ ପିଲାଙ୍କୁ ଶିକ୍ଷା କେନ୍ଦ୍ରକୁ ଆଣିବାରେ ସହଯୋଗ କରୁଛନ୍ତି।
ବ୍ଲକ୍‌ କାର୍ଯ୍ୟାଳୟ ଓ ବ୍ଲକ୍‌ ଶିକ୍ଷାମଣ୍ଡଳ କାର୍ଯ୍ୟାଳୟଠାରୁ ଏହି ବିଦ୍ୟାଳୟ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ମାତ୍ର ୨ କି.ମି. ଦୂର। ହେଲେ କେହି ଏହା ଉପରେ ଗୁରୁତ୍ୱ ଦେଉନାହାନ୍ତି। ଛାତ୍ରୀଛାତ୍ରଙ୍କ ଯାତାୟାତ କ୍ଷେତ୍ରରେ ଉପୁଜୁଥିବା ସମସ୍ୟା ପ୍ରଶାସନିକ ଅଧିକାରୀଙ୍କ ନଜରକୁ ନ ଆସିବା ଯୋଗୁ ଏଭଳି ଅବସ୍ଥା ସୃଷ୍ଟି ହେଉଛି ବୋଲି ଅଭିଯୋଗ ହୋଇଛି। ୧୦ ବର୍ଷ ହେଲା ଏହି ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ସଂଯୋଗ କରୁଥିବା ରାସ୍ତା କାମ ଅଧାରେ ଅଟକି ରହିଛି। ବିଦ୍ୟାଳୟକୁ ଯାତାୟାତ ପାଇଁ ରାସ୍ତା ନ ଥିବାରୁ ଅନେକ ଅଭିଭାବକ ସେମାନଙ୍କ ପିଲାଙ୍କ ନାମ ଅନ୍ୟ ବିଦ୍ୟାଳୟରେ ଲେଖାଉଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ଏହି ରାସ୍ତା ଦେଇ ୭୦ରୁ ଊର୍ଦ୍ଧ୍ୱ ପରିବାର ଯାତାୟାତ ପାଇଁ ନିର୍ଭର କରୁଛନ୍ତି। ସେମାନେ ପ୍ରଶାସନ ନିକଟରେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରୁଥିଲେ ମଧ୍ୟ ଏହାର କୌଣସି ସୁଫଳ ମିଳି ପାରିନାହିଁ। ତେଣୁ ତୁରନ୍ତ ରାସ୍ତା ନିର୍ମାଣ ଦିଗରେ ଜିଲାପାଳ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri