ଠାକୁରପାଟଣା ପ୍ରାଥମିକ ବିଦ୍ୟାଳୟକୁ ରାସ୍ତାନାହିଁ

ବରୀ,୨୫ା୮(ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ୍‌ ଅଧୀନ ବରୀ ପଞ୍ଚାୟତ ଠାକୁରପାଟଣା ପ୍ରାଥମିକ ବିଦ୍ୟାଳୟକୁ ରାସ୍ତା ନାହିଁ। ଫଳରେ ଛାତ୍ରୀଛାତ୍ର ବିଦ୍ୟାଳୟକୁ ଯାତାୟାତ କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସାଧାରଣତଃ ବର୍ଷା ଋତୁରେ ଏହି ବିଦ୍ୟାଳୟକୁ ସଂଯୋଗ କରୁଥିବା ରାସ୍ତାଟି ଜଳମଗ୍ନ ହେଉଥିବାରୁ ପାଣିରେ ପଶି ଛାତ୍ରୀଛାତ୍ର ଆସୁଛନ୍ତି। ମାତ୍ର ଏହି ଘଟଣା କୌଣସି ରାଜନେତା ଓ ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟିକୁ ନ ଆସିବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ ବୋଲି ବୁଦ୍ଧିଜୀବୀ ମତ ରଖିଛନ୍ତି। ଏତଦ୍‌ବ୍ୟତୀତ ଏହି ବିଦ୍ୟାଳୟକୁ ଲାଗି ଏକ ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ତେଣୁ ଏହି କେନ୍ଦ୍ରରେ ଅଧ୍ୟୟନରତ କୋମଳମତି ଶିଶୁଙ୍କୁ ବର୍ଷାଋତୁରେ ଅଭିଭାବକ କାନ୍ଧରେ ବସାଇ ଆଣୁଛନ୍ତି। ଅଙ୍ଗନଓ୍ବାଡି କର୍ମୀ ଓ ସହକର୍ମୀ ମଧ୍ୟ ପିଲାଙ୍କୁ ଶିକ୍ଷା କେନ୍ଦ୍ରକୁ ଆଣିବାରେ ସହଯୋଗ କରୁଛନ୍ତି।
ବ୍ଲକ୍‌ କାର୍ଯ୍ୟାଳୟ ଓ ବ୍ଲକ୍‌ ଶିକ୍ଷାମଣ୍ଡଳ କାର୍ଯ୍ୟାଳୟଠାରୁ ଏହି ବିଦ୍ୟାଳୟ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ମାତ୍ର ୨ କି.ମି. ଦୂର। ହେଲେ କେହି ଏହା ଉପରେ ଗୁରୁତ୍ୱ ଦେଉନାହାନ୍ତି। ଛାତ୍ରୀଛାତ୍ରଙ୍କ ଯାତାୟାତ କ୍ଷେତ୍ରରେ ଉପୁଜୁଥିବା ସମସ୍ୟା ପ୍ରଶାସନିକ ଅଧିକାରୀଙ୍କ ନଜରକୁ ନ ଆସିବା ଯୋଗୁ ଏଭଳି ଅବସ୍ଥା ସୃଷ୍ଟି ହେଉଛି ବୋଲି ଅଭିଯୋଗ ହୋଇଛି। ୧୦ ବର୍ଷ ହେଲା ଏହି ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ସଂଯୋଗ କରୁଥିବା ରାସ୍ତା କାମ ଅଧାରେ ଅଟକି ରହିଛି। ବିଦ୍ୟାଳୟକୁ ଯାତାୟାତ ପାଇଁ ରାସ୍ତା ନ ଥିବାରୁ ଅନେକ ଅଭିଭାବକ ସେମାନଙ୍କ ପିଲାଙ୍କ ନାମ ଅନ୍ୟ ବିଦ୍ୟାଳୟରେ ଲେଖାଉଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ଏହି ରାସ୍ତା ଦେଇ ୭୦ରୁ ଊର୍ଦ୍ଧ୍ୱ ପରିବାର ଯାତାୟାତ ପାଇଁ ନିର୍ଭର କରୁଛନ୍ତି। ସେମାନେ ପ୍ରଶାସନ ନିକଟରେ ରାସ୍ତା ନିର୍ମାଣ ପାଇଁ ବାରମ୍ବାର ଦାବି କରୁଥିଲେ ମଧ୍ୟ ଏହାର କୌଣସି ସୁଫଳ ମିଳି ପାରିନାହିଁ। ତେଣୁ ତୁରନ୍ତ ରାସ୍ତା ନିର୍ମାଣ ଦିଗରେ ଜିଲାପାଳ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri