ଗାଁକୁ ରାସ୍ତା ନାହିଁ, ବ୍ଲକ ଘେରାଉ କଲେ ଗ୍ରାମବାସୀ

ଆନନ୍ଦପୁର,୧୧ା୯(ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ବ୍ଲକ କୋଡ଼ପଡ଼ା ପଞ୍ଚାୟତ ଗୋଳାବନ୍ଧ ଗ୍ରାମକୁ ଆସିଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସାମାନ୍ୟ ବର୍ଷା ହେଲେ ରାସ୍ତା ପାଣି କାଦୁଅରେ ଭର୍ତ୍ତି ହେଉଛି। ସାଧାରଣ ଚଳାଚଳରେ ସମସ୍ୟା ସୃଷ୍ଟି ହେବା ସହିତ ଗ୍ରାମକୁ ଜରୁରିକାଳୀନ ସେବାର ଯାନବାହନ ପ୍ରବେଶ କରିବା ସମ୍ଭବ ହେଉନାହିଁ। ରୋଗୀଟିଏ ସୁବିଧାରେ ଡାକ୍ତରଖାନାକୁ ଆସିପାରୁନି କି ପିଲାମାନେ ସ୍କୁଲକୁ ଠିକ୍‌ ଭାବେ ଯାତାୟାତ କରିପାରୁନାହାନ୍ତି। ରାସ୍ତାର ଶୋଚନୀୟ ଅବସ୍ଥାକୁ ନେଇ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଗୋଳାବନ୍ଧ ଗ୍ରାମବାସୀ ଏକତ୍ରିତ ହୋଇ ଗ୍ରାମର ତନ୍ମୟ ସାହୁଙ୍କ ନେତୃତ୍ୱରେ ବୁଧବାର ଆନନ୍ଦପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କରିଥିଲେ। ଗ୍ରାମର ଶୋଚନୀୟ ରାସ୍ତା ସମସ୍ୟାକୁ ନେଇ ପୂର୍ବରୁ ଆନନ୍ଦପୁର ବ୍ଲକ ବିଡିଓଙ୍କୁ ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହୋଇଥିଲା। ହେଲେ ଅଦ୍ୟାବଧି ସମସ୍ୟାର ସମାଧାନ ହୋଇ ନ ଥିବାରୁ ଆଜି ଦୁଇ ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଏକଜୁଟ୍‌ ହୋଇ ବ୍ଲକ କାର୍ଯ୍ୟାଳୟ ଘେରାଉ କରିଥିଲେ। ଆନନ୍ଦପୁର ବିଡିଓ ଯୋଗରଞ୍ଜନ ନାୟକ ଗ୍ରାମବାସୀଙ୍କ ସହିତ ଆଲୋଚନା ପୂର୍ବକ ଖୁବ୍‌ଶୀଘ୍ର ରାସ୍ତା ସମସ୍ୟା ଦୂର କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ବିଡିଓଙ୍କ ପ୍ରତିଶ୍ରୁତି ପରେ ଗ୍ରାମବାସୀ ଆନ୍ଦୋଳନରୁ ଓହରିଥିଲେ ହେଁ ସପ୍ତାହେ ମଧ୍ୟରେ ରାସ୍ତାର ଆବଶ୍ୟକ ମରାମତି କିମ୍ବା ନୂତନ ରାସ୍ତା ନିର୍ମାଣ ଦିଗରେ ପଦକ୍ଷେପ ଗ୍ରହଣ କରା ନ ଗଲେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri