ଗାଁକୁ ରାସ୍ତା ନାହିଁ ତ ଭୋଟ୍‌ ନାହିଁ

ମହାକାଳପଡ଼ା ,୨୫ା୧ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳ ପେଟଛେଲା ପଞ୍ଚାୟତ ୧୪ ନଂ. ୱାର୍ଡ ଜ୍ୱାଇଁପଡ଼ା ଗାଁକୁ ସବୁଦିନିଆ ରାସ୍ତା ନାହିଁ। ଗ୍ରାମବାସୀ ବର୍ଷା ଦିନରେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ବିରୋଧରେ ସୋମବାର ପଡ଼ା ଗାଁର ମହିଳାମାନେ ଏକଜୁଟ ହୋଇ କହିଛନ୍ତି, ଗାଁକୁ ରାସ୍ତା ନାହିଁ ତ ଭୋଟ୍‌ ନାହିଁ। ଏଥର ଆମେ ମତଦାନକୁ ବର୍ଜନ କରିବୁ ବୋଲି ଚେତାବନୀ ଦେଇଛନ୍ତି।
ଏହି ପଡ଼ା ଗାଁରେ ନଳିନୀ ସରକାର, ବାବୁଲାଲ ଦେବନାଥ, ମଲ୍ଲିକା ବର୍ମନ, ରବି ମଣ୍ଡଳ, ନାରାୟଣ ଦେବନାଥ ପ୍ରମୁଖ କହିଛନ୍ତି, ୪୫ରୁ ଅଧିକ ପରିବାର ଦୀର୍ଘବର୍ଷ ହେଲା ବସବାସ କରୁଛନ୍ତି। ହେଲେ ପ୍ରଶାସନ ପକ୍ଷରୁ ରାସ୍ତାଟିଏ ହୋଇପାରୁନାହିଁ। ଫଳରେ ଏହି ପଡ଼ା ଗାଁର ଗର୍ଭବତୀ, ଗୁରୁତର ରୋଗୀମାନେ ଆମ୍ବୁଲାନ୍ସ ସେବାରୁ ବଞ୍ଚତ୍ତ ହେଉଛନ୍ତି। ଡାକ୍ତରଖାନା ଯିବାକୁ ହେଲେ ଭାରର ସାହାରା ନେବାକୁ ପଡୁଛି। କିଛି ବାଟ ଗଲା ପରେ ଆମ୍ବୁଲାନ୍ସରେ ରୋଗୀଙ୍କୁ ନିଆଯାଉଛି। ଛାତ୍ରୀଛାତ୍ରମାନେ ନିକଟ ବିଦ୍ୟାଳୟକୁ ଯାଇ ପାରୁନାହାନ୍ତି। ଏହି ସମସ୍ୟାକୁ ନେଇ ଜ୍ୱାଇଁପଡ଼ା ଗାଁର ମହିଳାମାନେ ପ୍ଲା କାର୍ଡ ଧରି ଗାଁ ପରିଭ୍ରମଣ କରି ବିଭିନ୍ନ ନାରାବାଜି କରିଥିଲେ। ଆମ ଗାଁକୁ ରାସ୍ତା ନାହିଁ ତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭୋଟ ବର୍ଜନ କରିବୁ। କୌଣସି ରାଜନେତାଙ୍କୁ ଗାଁରେ ପୂରାଇ ଦିଆଯିବ ନାହିଁ ବୋଲି ବିଭିନ୍ନ ସ୍ଲୋଗାନ ଦେଇ ଚେତାବନୀ ଦେଇଛନ୍ତି। ପଡ଼ା ଗାଁର ମହିଳାମାନେ କହିବା କଥା, ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ଗାଁକୁ ସବୁଦିନିଆ ରାସ୍ତା ପାଇଁ ରାଜନେତା ଓ ପ୍ରଶାସନିକ ଅଧିକାରୀଙ୍କୁ ବହୁ ଗୁହାରି କଲୁ। ହେଲେ ରାଜନେତା ଓ ପ୍ରଶାସନିକ ଅଧିକାରୀମାନେ ଆମ କଥାକୁ ଶୁଣିଲେନି କି ସମସ୍ୟାର ସମାଧାନ କଲେ ନାହିଁ। ପାଖ ଗାଁରେ ଗଳି କନ୍ଦିରେ ପକ୍କା ଓ ଟାଇଲି ରାସ୍ତା ନିର୍ମାଣ ହେଉଛି। ଆମ ପଡ଼ା ଗାଁ ସେଥିରୁ ବଞ୍ଚତ୍ତ କରାଯାଇଛି। ଏ ନେଇ ସ୍ଥାନୀୟ ପ୍ରଶାସନଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଅପରପକ୍ଷେ ଭୋଟ ବେଳେ ସ୍ଥାନୀୟ ଜନ ପ୍ରତିନିଧିମାନେ ବିଭିନ୍ନ ପ୍ରତିଶ୍ରୁତି ଦେଉଛନ୍ତି। ହେଲେ ନିର୍ବାଚନ ସରିଲେ ସବୁ କିଛି ଭୁଲି ଯାଉଛନ୍ତି ବୋଲି ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri