ପେନାଲା ଗ୍ରାମକୁ ରାସ୍ତା ନାହିଁ: କାଠଗଣ୍ଡିରେ ଯାତାୟାତ କରୁଛନ୍ତି ଆଦିବାସୀ

ବାଲିଗୁଡ଼ା,୨୧।୧୨(ଡି.ଏନ୍‌.ଏ.): କନ୍ଧମାଳର ବିକାଶ ପାଇଁ ସରକାରୀସ୍ତରରେ ସ୍ବତନ୍ତ୍ର ଯୋଜନା ରହିଛି। ହେଲେ ଏବେ ମଧ୍ୟ ଅନେକ ଅଞ୍ଚଳରେ ବିକାଶ ଅପହଞ୍ଚ ହୋଇଛି। ଫଳରେ ବର୍ଷବର୍ଷ ଧରି ଲୋକେ କାଠଗଣ୍ଡିରେ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏହା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଟିକାବାଲି ବ୍ଲକରେ। ଉକ୍ତ ବ୍ଲକର ଗଦଗୁଡ଼ା ପଞ୍ଚାୟତର ପେନାଲା ଗ୍ରାମର ପିଲାଠାରୁ ଆରମ୍ଭ କରି ବୟସ୍କ ସମସ୍ତେ ଜୀବନକୁ ବାଜି ଲଗାଇ ଏହି କାଠଗଣ୍ଡି ଉପରେ ଚଳାଚଳ କରୁଛନ୍ତି। ଏହି ବାଟ ନିକଟତର ହେଉଥିବାରୁ କାଠ ଉପରେ ଯାତାୟାତ କରନ୍ତି ବୋଲି ପେନାଲ ଗ୍ରାମର ଆଦିବାସୀ କହିଛନ୍ତି। ଏହାର ସମାଧାନ ପାଇଁ ବିଡିଓଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ଗ୍ରାମବାସୀ ମୌଖିକ ଓ ଲିଖିତ ଅଭିଯୋଗ କରିଥିଲେ, କିନ୍ତୁ ଫଳଶୂନ ବୋଲି କହିଛନ୍ତି।
ନିର୍ବାଚନ ସମୟରେ ଭୋଟ ପାଇଁ ନେତା ଆସି ପୋଲ ଓ ରାସ୍ତା କରିଦେବେ ବୋଲି ପ୍ରତିଶ୍ରୁତି ଦେଇ ଫେରନ୍ତି। କିନ୍ତୁ ନିର୍ବାଚନ ସରିଲେ କାହାର ଦେଖା ମିଳେନାହିଁ ବୋଲି ଗ୍ରାମବାସୀ କହିଛନ୍ତି। ପଲ୍ଲିସଭାରେ ମଧ୍ୟ ଅନେକ ଥର ରାସ୍ତା ଓ ପୋଲ କଥା ଉଠାଇବା ପରେ କିଛି ଅର୍ଥ ମଞ୍ଜୁର ହୋଇଥିଲା। ହେଲେ ରାସ୍ତା ତିଆରି ହେଲା ନାହିଁ। ଏ ସମ୍ପର୍କରେ ଗଦଗୁ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନଙ୍କୁ ପଚାରିବାରୁ ଯେଉଁ କାଠଗଣ୍ଡି ପକାଇ କିଛି ଗ୍ରାମବାସୀ ଯାତାୟାତ କରୁଛନ୍ତି, ତାହା କେବଳ ଜଙ୍ଗଲରୁ କାଠ ଆଣିବା କିମ୍ବା ଗୋରୁ ଚରାଇବାରେ ବ୍ୟବହାର କରୁଛନ୍ତି। ତେଣୁ ଉକ୍ତ ରାସ୍ତା ପ୍ରତି ଗୁରୁତ୍ୱ ଦିଆଯାଇ ନାହିଁ। ଯଦି ଅଧିକ ସଂଖ୍ୟାରେ ଅଞ୍ଚଳବାସୀ ଯାତାୟାତ କରୁଥାନ୍ତି, ତା’ହେଲେ ଏହାର ସମୀକ୍ଷା କରାଯାଇ ପଦକ୍ଷେପ ଗ୍ରହଣ କରାଯିବ ସେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri