ପେନାଲା ଗ୍ରାମକୁ ରାସ୍ତା ନାହିଁ: କାଠଗଣ୍ଡିରେ ଯାତାୟାତ କରୁଛନ୍ତି ଆଦିବାସୀ

ବାଲିଗୁଡ଼ା,୨୧।୧୨(ଡି.ଏନ୍‌.ଏ.): କନ୍ଧମାଳର ବିକାଶ ପାଇଁ ସରକାରୀସ୍ତରରେ ସ୍ବତନ୍ତ୍ର ଯୋଜନା ରହିଛି। ହେଲେ ଏବେ ମଧ୍ୟ ଅନେକ ଅଞ୍ଚଳରେ ବିକାଶ ଅପହଞ୍ଚ ହୋଇଛି। ଫଳରେ ବର୍ଷବର୍ଷ ଧରି ଲୋକେ କାଠଗଣ୍ଡିରେ ବିପଦସଙ୍କୁଳ ଅବସ୍ଥାରେ ଯାତାୟାତ କରୁଛନ୍ତି। ଏହା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଟିକାବାଲି ବ୍ଲକରେ। ଉକ୍ତ ବ୍ଲକର ଗଦଗୁଡ଼ା ପଞ୍ଚାୟତର ପେନାଲା ଗ୍ରାମର ପିଲାଠାରୁ ଆରମ୍ଭ କରି ବୟସ୍କ ସମସ୍ତେ ଜୀବନକୁ ବାଜି ଲଗାଇ ଏହି କାଠଗଣ୍ଡି ଉପରେ ଚଳାଚଳ କରୁଛନ୍ତି। ଏହି ବାଟ ନିକଟତର ହେଉଥିବାରୁ କାଠ ଉପରେ ଯାତାୟାତ କରନ୍ତି ବୋଲି ପେନାଲ ଗ୍ରାମର ଆଦିବାସୀ କହିଛନ୍ତି। ଏହାର ସମାଧାନ ପାଇଁ ବିଡିଓଙ୍କଠାରୁ ଆରମ୍ଭ କରି ଜିଲାପାଳଙ୍କୁ ଗ୍ରାମବାସୀ ମୌଖିକ ଓ ଲିଖିତ ଅଭିଯୋଗ କରିଥିଲେ, କିନ୍ତୁ ଫଳଶୂନ ବୋଲି କହିଛନ୍ତି।
ନିର୍ବାଚନ ସମୟରେ ଭୋଟ ପାଇଁ ନେତା ଆସି ପୋଲ ଓ ରାସ୍ତା କରିଦେବେ ବୋଲି ପ୍ରତିଶ୍ରୁତି ଦେଇ ଫେରନ୍ତି। କିନ୍ତୁ ନିର୍ବାଚନ ସରିଲେ କାହାର ଦେଖା ମିଳେନାହିଁ ବୋଲି ଗ୍ରାମବାସୀ କହିଛନ୍ତି। ପଲ୍ଲିସଭାରେ ମଧ୍ୟ ଅନେକ ଥର ରାସ୍ତା ଓ ପୋଲ କଥା ଉଠାଇବା ପରେ କିଛି ଅର୍ଥ ମଞ୍ଜୁର ହୋଇଥିଲା। ହେଲେ ରାସ୍ତା ତିଆରି ହେଲା ନାହିଁ। ଏ ସମ୍ପର୍କରେ ଗଦଗୁ ସରପଞ୍ଚ ଚିତ୍ତରଞ୍ଜନ ପ୍ରଧାନଙ୍କୁ ପଚାରିବାରୁ ଯେଉଁ କାଠଗଣ୍ଡି ପକାଇ କିଛି ଗ୍ରାମବାସୀ ଯାତାୟାତ କରୁଛନ୍ତି, ତାହା କେବଳ ଜଙ୍ଗଲରୁ କାଠ ଆଣିବା କିମ୍ବା ଗୋରୁ ଚରାଇବାରେ ବ୍ୟବହାର କରୁଛନ୍ତି। ତେଣୁ ଉକ୍ତ ରାସ୍ତା ପ୍ରତି ଗୁରୁତ୍ୱ ଦିଆଯାଇ ନାହିଁ। ଯଦି ଅଧିକ ସଂଖ୍ୟାରେ ଅଞ୍ଚଳବାସୀ ଯାତାୟାତ କରୁଥାନ୍ତି, ତା’ହେଲେ ଏହାର ସମୀକ୍ଷା କରାଯାଇ ପଦକ୍ଷେପ ଗ୍ରହଣ କରାଯିବ ସେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri