ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତ ଅନ୍ତର୍ଗତ ଗାଇଡା-ଏ ଗାଁରେ ବୁଧବାର ଦେଖିବାକୁ ମିଳିଛି। ଗାଁକୁ ପକ୍କା ରାସ୍ତା ନଥିବାରୁ ଜଣେ ମହିଳାଙ୍କୁ ପ୍ରାୟ ୩ କିଲୋମିଟର ଭାରରେ ବୋହି ନେବାକୁ ପଡ଼ିଛି। ପରେ ବାଦୁଆ ନିକଟରେ ଆମ୍ବୁଲାନ୍ସରେ ଚଢ଼ାଇ ତାଙ୍କୁ ପାତ୍ରପୁର ଡାକ୍ତରଖାନା ନିଆଯାଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ ଗାଇଡ଼ା-ଏ ଗାଁର ପୂର୍ଣ୍ଣଚନ୍ଦ୍ର କାର୍ଯୀଙ୍କ ପତ୍ନୀ ବେଙ୍ଗେଇ କାର୍ଯୀ ଗତ କିଛିଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ହାତ ଓ ଗୋଡ଼ ଫୁଲିଯିବା ସହ ଶାରୀରିକ ଦୁର୍ବଳତା ଦେଖାଦେଇଥିଲା। ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନା ନେବା ଆବଶ୍ୟକ ହୋଇଥିଲା। ହେଲେ ଗାଁ ଭିତରକୁ ଆମ୍ବୁଲାନ୍ସ ଯିବା ପାଇଁ ଯୋଗାଯୋଗ ରାସ୍ତା ନ ଥିବାରୁ ଗ୍ରାମବାସୀ ଏକାଠି ହୋଇ ଭାର ପ୍ରସ୍ତୁତ କରିଥିଲେ। ଦୁର୍ଗମ ମାଟି ରାସ୍ତା ଦେଇ ପ୍ରାୟ ୩ କିଲୋମିଟର ମହିଳାଙ୍କୁ ବୋହି ଆଣିବା ପରେ ବାଦୁଆଠାରେ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ପଠାଯାଇଥିଲା। ଗାଁକୁ ପକ୍କା ରାସ୍ତା ନ ଥିବାରୁ କେବଳ ଅସୁସ୍ଥ ରୋଗୀ ନୁହେଁ, ଗର୍ଭବତୀ ମହିଳା, ବୃଦ୍ଧାବୃଦ୍ଧ ଓ ଛୋଟ ପିଲାଙ୍କ ଯାତାୟାତ ମଧ୍ୟ ଅତ୍ୟନ୍ତ କଷ୍ଟକର ହୋଇପଡ଼ିଛି। ବର୍ଷାଦିନରେ ସମସ୍ୟା ଆହୁରି ଗମ୍ଭୀର ହେଉଥିବା ଗ୍ରାମବାସୀ କହିଛନ୍ତି। ଏପରି ଦୃଶ୍ୟ ଗ୍ରାମାଞ୍ଚଳର ବିକାଶ ଓ ମୌଳିକ ସୁବିଧା ପହଞ୍ଚିବା ନେଇ ବଡ଼ ପ୍ରଶ୍ନ ଠିଆ କରିଛି। ଗାଇଡ଼ା ନିକଟସ୍ଥ ଗଡ଼ଙ୍ଗ-ଧୋବାଲିଙ୍ଗି ଅଞ୍ଚଳକୁ ପକ୍କା ରାସ୍ତା ନିର୍ମାଣ ଚାଲିଥିବା ବେଳେ ଗାଇଡ଼ା-ଏ ଗାଁକୁ ମଧ୍ୟ ଏହି ରାସ୍ତା ସହ ସଂଯୋଗ କରାଯାଉ ବୋଲି ଗ୍ରାମବାସୀ ଦାବି କରିଛନ୍ତି। ପ୍ରଶାସନ ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ଗାଇଡା-ଏ ଗାଁକୁ ଶୀଘ୍ର ପକ୍କା ରାସ୍ତା ଯୋଗାଇଦେବା ସହ ଜରୁରୀ ସ୍ବାସ୍ଥ୍ୟସେବା ପହଞ୍ଚିବାର ସୁବିଧା କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ…

ଗିରଫ ହେବେ ଟିଏମପି ଏମପି ମହୁଆ ମୋଇତ୍ରା? ହେଟ ସ୍ପିଚ ମାମଲାରେ…

ନୂଆଦିଲ୍ଲୀ,୧୯।୮: ପଶ୍ଚିମବଙ୍ଗର ରାଜନୈତିକ ଦୃଶ୍ୟପଟରୁ ଏକ ପ୍ରମୁଖ ଖବର ସାମ୍ନାକୁ ଆସିଛି। ନାଦିଆ ଜିଲାର ଏକ କୋର୍ଟ ହେଟ୍‌ ସ୍ପିଚ ମାମଲା ସମ୍ପର୍କରେ ଜାରି କରିଥିବା ସମନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri