Posted inଜାତୀୟ

ଦେଶରେ ଯକ୍ଷ୍ମା ନିରୋଧୀ ଔଷଧର ଅଭାବ ନାହିଁ, ରହିଛି ୬ ମାସର ଷ୍ଟକ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୬।୯ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର ଦାବି କରିଛି ଦେଶରେ ଯକ୍ଷ୍ମା ନିରୋଧୀ ଔଷଧର ଅଭାବ ନାହିଁ। ସମସ୍ତ ଔଷଧ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ଏବଂ ପ୍ରାୟ ୬ମାସ କିମ୍ବା ଅଧିକ ସମୟ ପାଇଁ ଷ୍ଟକ ରହିଛି। କେତେକ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଥିଲା ଦେଶରେ ଯକ୍ଷ୍ମା ନିରୋଧୀ ଔଷଧର ଅଭାବ ରହିଛି ଏବଂ ଜାତୀୟ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ ଅଧୀନରେ ଦିଆଯାଉଥିବା ଏହି ଔଷଧର ଫଳପ୍ରଦତା ଉପରେ ମଧ୍ୟ ପ୍ରଶ୍ନ ଉଠିଥିଲା ।

ବର୍ତ୍ତମାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଏହି ରିପୋର୍ଟକୁ ଖଣ୍ଡନ କରି ଦେଶରେ ଯକ୍ଷ୍ମା ନିରୋଧୀ ଔଷଧର ଅଭାବ ନାହିଁ ବୋଲି ଦାବି କରିଛି। ଔଷଧ ସମ୍ବେଦନଶୀଳ ଚିକିତ୍ସାରେ, ଯକ୍ଷ୍ମା ରୋଗୀଙ୍କୁ ୨ ମାସ ପାଇଁ ଚାରି ପ୍ରକାର ଔଷଧର ସିରିଜ ଦିଆଯାଏ। ସେଥିମଧ୍ୟରେ ଇସୋନିଆଜିଡ, ରିଫାମ୍ପାଇସିନ, ଏଥାମବୁଟୋଲ ଏବଂ ପିରାଜାଇନାମାଇଡ ରହିଛି। ଏହା ପରେ, ପରବର୍ତ୍ତୀ ଦୁଇ ମାସ ପାଇଁ ତିନୋଟି ଔଷଧ, ଇସୋନିଆଜିଡ, ରିଫାମ୍ପାଇସିନ ଏବଂ ଏଥାମବୁଟୋଲ ଦିଆଯାଏ । ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଏହି ସମସ୍ତ ଔଷଧ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ।

ମଲ୍ଟି ଡ୍ରଗ ପ୍ରତିରୋଧକ ଯକ୍ଷ୍ମା ଚିକିତ୍ସାରେ ସାଧାରଣତ ୭ ସାତୋଟି ଔଷଧ ଅନ୍ତର୍ଭୁକ୍ତ ହୋଇଛି। ଚାରିମାସ ପାଇଁ ବେଡାକୁଇଲିନ, ଲେଭୋଫ୍ଲୋକ୍ସାସିନ, କ୍ଲୋଫାଜିମାଇନ, ଆଇସୋନିଆଜିଡ, ଇଥାମବୁଟଲ, ପିରାଜାଇନାମାଇଡ ଏବଂ ଇଥିଓନାମାଇଡ ଦିଆଯାଇଥାଏ। ଏହା ପରେ, ପରବର୍ତ୍ତୀ ପାଞ୍ଚ ମାସ ପାଇଁ, ଚାରୋଟି ଔଷଧରେ ଲେଭୋଫ୍ଲୋକ୍ସାସିନ, କ୍ଲୋଫେଜାମାଇନ, ପିରାଜାଇନାମାଇଡ ଏବଂ ଏଥାମବୁଟୋଲ ଦିଆଯାଇଥାଏ।

 


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?