ସାର ଅଭାବ ନାହିଁ, କଳାବଜାର ରୋକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୯ (ରବିନାରାୟଣ ଜେନା): ସମ୍ପ୍ରତି ଧାନଚାଷ ପାଇଁ ଚାଷୀଙ୍କୁ ଆବଶ୍ୟକ ୟୁରିଆ ସାର। ହେଲେ ତାହା ସରକାରୀ ବ୍ୟବସ୍ଥା ମଧ୍ୟରେ ଠିକ୍‌ରେ ମିଳୁ ନ ଥିବାରୁ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଏଥିପାଇଁ ରାସ୍ତାରୋକୋ, ଧାରଣା, ପାକ୍ସ ସମ୍ମୁଖରେ ଚାଷୀମାନେ ଭୋରରୁ ଲମ୍ବା ଧାଡ଼ି ଲଗାଇବା ଭଳି ଦୃଶ୍ୟ ଦେଖିବାକୁ ମିଳୁଛି। ଏହାର ଫାଇଦାରେ ବଜାରରେ ଚଢ଼ା ଦରରେ ୟୁରିଆ ବିକ୍ରି କରାଯାଉଛି, ଯାହାକି ଚାଷୀମାନଙ୍କୁ ଆନ୍ଦୋଳନମୁଖୀ କରିଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରିଛନ୍ତି। ସ୍ଥିତି ଅନୁଧ୍ୟାନ ପରେ ରାଜ୍ୟରେ ସାର ଅଭାବ ନ ଥିବା ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଚାଷୀମାନଙ୍କୁ ପାକ୍ସ ଏବଂ ଲାମ୍ପ୍ସ ମାଧ୍ୟମରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ୍‌ ଭାବେ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପ୍ରକାର କଳାବଜାର, ଗଚ୍ଛିତ କିମ୍ବା ନକଲି ସାରର ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଞ୍ଚ ସ୍ଥାନରେ ସାରକୁ ଜବତ ନ କରି ସେହି ସାରକୁ ନିକଟସ୍ଥ ପାକ୍ସ କିମ୍ବା ଲାମ୍ପକୁ ସ୍ଥାନାନ୍ତର କରି ଚାଷୀଙ୍କୁ ଆବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ରାଜ୍ୟରେ ଚାଷୀଙ୍କ ଆବଶ୍ୟକତା ଅନୁଯାୟୀ ସାର ମହଜୁଦ ରହିଛି। ଏପରି କି ବର୍ତ୍ତମାନ ରାଜ୍ୟରେ ୧ଲକ୍ଷ ୮୦ହଜାରରୁ ଅଧିକ ମେଟ୍ରିକ୍‌ ଟନ୍‌ ସାର ରହିଛି। ଯେଉଁଠାରେ ସାର କଳାବଜାର ନେଇ ଅଭିଯୋଗ ଆସୁଛି ସେଠାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟରେ ସାର ସଙ୍କଟ ଓ ଏହାକୁ ନେଇ ବିଭିନ୍ନ ଜିଲାରେ ଉପୁଜୁଥିବା ଘଟଣାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଗୁରୁବାର ପୂର୍ବାହ୍ନରେ ଲୋକସେବା ଭବନରେ ସାର ସମୀକ୍ଷା କରିଛନ୍ତି। ଏହି ଅବସରରେ କୃଷି ବିଭାଗ ପକ୍ଷରୁ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ ରାଜ୍ୟରେ ସାରର ଆବଶ୍ୟକତା ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆସିଥିବା ସାର ମହଜୁଦ ସମ୍ପର୍କରେ ଟିକିନିଖି ଅବଗତ କରାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ହୃଦ୍‌ବୋଧ ହୋଇଥିଲା ଯେ, କେନ୍ଦ୍ର ସରକାର ଚଳିତବର୍ଷ ଚାଷୀଙ୍କ ଆବଶ୍ୟକତା ଅନୁଯାୟୀ ସାର ଯୋଗାଣ କରିଛନ୍ତି। ମାତ୍ର ଜିଲାସ୍ତରରେ ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ) ଏବଂ ବୃହତ୍‌ ଅଞ୍ଚଳ ବହୁମୁଖୀ ସମତି (ଲାମ୍ପ୍ସ) କର୍ମଚାରୀମାନେ ଠିକଣା ଭାବେ ସାର ଆବଣ୍ଟନ କରୁନାହାନ୍ତି; ଯେଉଁଥିପାଇଁ କୃତ୍ରିମ ଭାବେ ସାର ସଙ୍କଟ ସମସ୍ୟା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ଜିଲାପାଳମାନେ ପ୍ରତ୍ୟେକ ପାକ୍ସ ଓ ଲାମ୍ପ୍ସକୁ ତଦାରଖ କରି ମହଜୁଦ ସାରକୁ ଚାଷୀଙ୍କୁ ଆବଣ୍ଟନ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ସୂଚନା ଅନୁଯାୟୀ, ୨୦୨୫ ଖରିଫ ଋତୁରେ ସାର ଅଭାବ ନାହିଁ ସେପ୍ଟେମ୍ବର ୩୦ ସୁଦ୍ଧା ୯,୫୫,୦୦୦ ମେଟ୍ରିକ ଟନ୍‌ ସାର ଆବଶ୍ୟକ ଥିବାବେଳେ କେନ୍ଦ୍ର ସରକାର ଏହି ପରିମାଣର ସାର ଆବଣ୍ଟନ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାରଙ୍କ ପାଖରେ ମହଜୁଦ ଥିବା ୧୧,୬୬,୭୩୩ ମେଟ୍ରିକ ଟନ ସାର ମଧ୍ୟରୁ ୯,୮୫,୯୬୭ ମେଟ୍ରିକ ଟନ ବିକ୍ରି ହୋଇସାରିଛି। ତେବେ ଜିଲାରେ ସାରର ଷ୍ଟକ ସ୍ଥିତି ଏବଂ ଆବଶ୍ୟକତା ଅନୁସାରେ ପାକ୍ସ ଏବଂ ଲାମ୍ପ୍ସକୁ ବିଭିନ୍ନ ଗ୍ରେଡ୍‌ର ସାର ଯୋଗାଇଦେବା ପାଇଁ କୃଷି ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ମାର୍କଫେଡ୍‌ର ଅଧିକାରୀମାନଙ୍କୁ ସାର ଯୋଗାଣ ତ୍ୱରାନ୍ବିତ କରିବାକୁ ପରାମର୍ଶ ଦେଇଛନ୍ତି। ଜିଲା ଏବଂ ବ୍ଲକସ୍ତରରେ ନିୟମିତ ଭାବରେ ବେଆଇନ କାର୍ଯ୍ୟକଳାପ ଉପରେ ଯାଞ୍ଚ କରିବା, କଳାବଜାର ରୋକିବା ପାଇଁ ଚଢ଼ଉକୁ ଅଧିକ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରତ୍ୟେକ ଜିଲାରେ ଫସଲ ବିବିଧକରଣ ଏବଂ ସମନ୍ବିତ ଚାଷ ପଦ୍ଧତିକୁ ଅଧିକ ଗୁରୁତ୍ୱ ଦେବା ସହିତ ତୈଳବୀଜ ଏବଂ ଡାଲି ଜାତୀୟ ଫସଲ କରିବା ପାଇଁ ପ୍ରୋତ୍ସାହନ ଦେବାପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ସମୃଦ୍ଧ କୃଷକ ଯୋଜନା ମାଧ୍ୟମରେ ଚାଷ କାର୍ଯ୍ୟକୁ ବହୁଗୁଣିତ କରିବା ପାଇଁ ଲକ୍ଷ୍ୟ ରହିଛି। ବନ୍ୟାଞ୍ଚଳରେ କ୍ଷୟକ୍ଷତି ଆକଳନ କରି ସେଠାରେ ଚାଷୀମାନଙ୍କୁ ଯଥା ସୁବିଧା ଯୋଗାଇ ଦିଆଯାଉଛି ଏବଂ ଯେପରି ସେହି ଅଞ୍ଚଳରେ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେ ବିଷୟରେ ଧ୍ୟାନ ଦିଆଯିବା ଆବଶ୍ୟକ ବୋଲି ସେ କହିଛନ୍ତି।
ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି, ରାଜ୍ୟରେ ସାର ସଙ୍କଟ ନାହିଁ। କିନ୍ତୁ କିଛି ସ୍ଥାନରେ କଳାବଜାର କାରଣରୁ ସେମାନଙ୍କ ଉପରେ ବି କାର୍ଯ୍ୟାନୁଷ୍ଠାନ ହୋଇଛି। ୫୮ଟି ସ୍ଥାନରେ ଚଢ଼ଉ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ ସାରର ଅଧିକ ଆବଶ୍ୟକତା ରହିଛି। ଯେତିକି ଆବଶ୍ୟକତା ଅଛି ତା’ଠୁ ଅଧିକ ସାର ରାଜ୍ୟକୁ ଆସିଛି। ଆଉ ୮ ରୁ ୧୦ ଦିନ ସାର ଆବଶ୍ୟକ। କିନ୍ତୁ କଳାବଜାର ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସରକାର ନିଶ୍ଚିତ କରିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
ବୈଠକରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri