ସାର ଅଭାବ ନାହିଁ, କଳାବଜାର ରୋକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୯ (ରବିନାରାୟଣ ଜେନା): ସମ୍ପ୍ରତି ଧାନଚାଷ ପାଇଁ ଚାଷୀଙ୍କୁ ଆବଶ୍ୟକ ୟୁରିଆ ସାର। ହେଲେ ତାହା ସରକାରୀ ବ୍ୟବସ୍ଥା ମଧ୍ୟରେ ଠିକ୍‌ରେ ମିଳୁ ନ ଥିବାରୁ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଏଥିପାଇଁ ରାସ୍ତାରୋକୋ, ଧାରଣା, ପାକ୍ସ ସମ୍ମୁଖରେ ଚାଷୀମାନେ ଭୋରରୁ ଲମ୍ବା ଧାଡ଼ି ଲଗାଇବା ଭଳି ଦୃଶ୍ୟ ଦେଖିବାକୁ ମିଳୁଛି। ଏହାର ଫାଇଦାରେ ବଜାରରେ ଚଢ଼ା ଦରରେ ୟୁରିଆ ବିକ୍ରି କରାଯାଉଛି, ଯାହାକି ଚାଷୀମାନଙ୍କୁ ଆନ୍ଦୋଳନମୁଖୀ କରିଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରିଛନ୍ତି। ସ୍ଥିତି ଅନୁଧ୍ୟାନ ପରେ ରାଜ୍ୟରେ ସାର ଅଭାବ ନ ଥିବା ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଚାଷୀମାନଙ୍କୁ ପାକ୍ସ ଏବଂ ଲାମ୍ପ୍ସ ମାଧ୍ୟମରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ୍‌ ଭାବେ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୌଣସି ପ୍ରକାର କଳାବଜାର, ଗଚ୍ଛିତ କିମ୍ବା ନକଲି ସାରର ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଞ୍ଚ ସ୍ଥାନରେ ସାରକୁ ଜବତ ନ କରି ସେହି ସାରକୁ ନିକଟସ୍ଥ ପାକ୍ସ କିମ୍ବା ଲାମ୍ପକୁ ସ୍ଥାନାନ୍ତର କରି ଚାଷୀଙ୍କୁ ଆବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ରାଜ୍ୟରେ ଚାଷୀଙ୍କ ଆବଶ୍ୟକତା ଅନୁଯାୟୀ ସାର ମହଜୁଦ ରହିଛି। ଏପରି କି ବର୍ତ୍ତମାନ ରାଜ୍ୟରେ ୧ଲକ୍ଷ ୮୦ହଜାରରୁ ଅଧିକ ମେଟ୍ରିକ୍‌ ଟନ୍‌ ସାର ରହିଛି। ଯେଉଁଠାରେ ସାର କଳାବଜାର ନେଇ ଅଭିଯୋଗ ଆସୁଛି ସେଠାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ରାଜ୍ୟରେ ସାର ସଙ୍କଟ ଓ ଏହାକୁ ନେଇ ବିଭିନ୍ନ ଜିଲାରେ ଉପୁଜୁଥିବା ଘଟଣାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଗୁରୁବାର ପୂର୍ବାହ୍ନରେ ଲୋକସେବା ଭବନରେ ସାର ସମୀକ୍ଷା କରିଛନ୍ତି। ଏହି ଅବସରରେ କୃଷି ବିଭାଗ ପକ୍ଷରୁ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ ରାଜ୍ୟରେ ସାରର ଆବଶ୍ୟକତା ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆସିଥିବା ସାର ମହଜୁଦ ସମ୍ପର୍କରେ ଟିକିନିଖି ଅବଗତ କରାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ହୃଦ୍‌ବୋଧ ହୋଇଥିଲା ଯେ, କେନ୍ଦ୍ର ସରକାର ଚଳିତବର୍ଷ ଚାଷୀଙ୍କ ଆବଶ୍ୟକତା ଅନୁଯାୟୀ ସାର ଯୋଗାଣ କରିଛନ୍ତି। ମାତ୍ର ଜିଲାସ୍ତରରେ ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ) ଏବଂ ବୃହତ୍‌ ଅଞ୍ଚଳ ବହୁମୁଖୀ ସମତି (ଲାମ୍ପ୍ସ) କର୍ମଚାରୀମାନେ ଠିକଣା ଭାବେ ସାର ଆବଣ୍ଟନ କରୁନାହାନ୍ତି; ଯେଉଁଥିପାଇଁ କୃତ୍ରିମ ଭାବେ ସାର ସଙ୍କଟ ସମସ୍ୟା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ଜିଲାପାଳମାନେ ପ୍ରତ୍ୟେକ ପାକ୍ସ ଓ ଲାମ୍ପ୍ସକୁ ତଦାରଖ କରି ମହଜୁଦ ସାରକୁ ଚାଷୀଙ୍କୁ ଆବଣ୍ଟନ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ସୂଚନା ଅନୁଯାୟୀ, ୨୦୨୫ ଖରିଫ ଋତୁରେ ସାର ଅଭାବ ନାହିଁ ସେପ୍ଟେମ୍ବର ୩୦ ସୁଦ୍ଧା ୯,୫୫,୦୦୦ ମେଟ୍ରିକ ଟନ୍‌ ସାର ଆବଶ୍ୟକ ଥିବାବେଳେ କେନ୍ଦ୍ର ସରକାର ଏହି ପରିମାଣର ସାର ଆବଣ୍ଟନ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାରଙ୍କ ପାଖରେ ମହଜୁଦ ଥିବା ୧୧,୬୬,୭୩୩ ମେଟ୍ରିକ ଟନ ସାର ମଧ୍ୟରୁ ୯,୮୫,୯୬୭ ମେଟ୍ରିକ ଟନ ବିକ୍ରି ହୋଇସାରିଛି। ତେବେ ଜିଲାରେ ସାରର ଷ୍ଟକ ସ୍ଥିତି ଏବଂ ଆବଶ୍ୟକତା ଅନୁସାରେ ପାକ୍ସ ଏବଂ ଲାମ୍ପ୍ସକୁ ବିଭିନ୍ନ ଗ୍ରେଡ୍‌ର ସାର ଯୋଗାଇଦେବା ପାଇଁ କୃଷି ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ମାର୍କଫେଡ୍‌ର ଅଧିକାରୀମାନଙ୍କୁ ସାର ଯୋଗାଣ ତ୍ୱରାନ୍ବିତ କରିବାକୁ ପରାମର୍ଶ ଦେଇଛନ୍ତି। ଜିଲା ଏବଂ ବ୍ଲକସ୍ତରରେ ନିୟମିତ ଭାବରେ ବେଆଇନ କାର୍ଯ୍ୟକଳାପ ଉପରେ ଯାଞ୍ଚ କରିବା, କଳାବଜାର ରୋକିବା ପାଇଁ ଚଢ଼ଉକୁ ଅଧିକ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରତ୍ୟେକ ଜିଲାରେ ଫସଲ ବିବିଧକରଣ ଏବଂ ସମନ୍ବିତ ଚାଷ ପଦ୍ଧତିକୁ ଅଧିକ ଗୁରୁତ୍ୱ ଦେବା ସହିତ ତୈଳବୀଜ ଏବଂ ଡାଲି ଜାତୀୟ ଫସଲ କରିବା ପାଇଁ ପ୍ରୋତ୍ସାହନ ଦେବାପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଛନ୍ତି। ସମୃଦ୍ଧ କୃଷକ ଯୋଜନା ମାଧ୍ୟମରେ ଚାଷ କାର୍ଯ୍ୟକୁ ବହୁଗୁଣିତ କରିବା ପାଇଁ ଲକ୍ଷ୍ୟ ରହିଛି। ବନ୍ୟାଞ୍ଚଳରେ କ୍ଷୟକ୍ଷତି ଆକଳନ କରି ସେଠାରେ ଚାଷୀମାନଙ୍କୁ ଯଥା ସୁବିଧା ଯୋଗାଇ ଦିଆଯାଉଛି ଏବଂ ଯେପରି ସେହି ଅଞ୍ଚଳରେ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେ ବିଷୟରେ ଧ୍ୟାନ ଦିଆଯିବା ଆବଶ୍ୟକ ବୋଲି ସେ କହିଛନ୍ତି।
ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଛନ୍ତି, ରାଜ୍ୟରେ ସାର ସଙ୍କଟ ନାହିଁ। କିନ୍ତୁ କିଛି ସ୍ଥାନରେ କଳାବଜାର କାରଣରୁ ସେମାନଙ୍କ ଉପରେ ବି କାର୍ଯ୍ୟାନୁଷ୍ଠାନ ହୋଇଛି। ୫୮ଟି ସ୍ଥାନରେ ଚଢ଼ଉ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ ସାରର ଅଧିକ ଆବଶ୍ୟକତା ରହିଛି। ଯେତିକି ଆବଶ୍ୟକତା ଅଛି ତା’ଠୁ ଅଧିକ ସାର ରାଜ୍ୟକୁ ଆସିଛି। ଆଉ ୮ ରୁ ୧୦ ଦିନ ସାର ଆବଶ୍ୟକ। କିନ୍ତୁ କଳାବଜାର ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସରକାର ନିଶ୍ଚିତ କରିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।
ବୈଠକରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?