‘ଜୀବନ ରକ୍ଷା ପାଇଁ ସମ୍ବଳର ଅଭାବ ନାହିଁ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ହେଉ ଅବା ମହାମାରୀ, ପ୍ରତ୍ୟେକଙ୍କ ଜୀବନ ରକ୍ଷା କରିବା ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। ହେଲେ ପ୍ରତି ଘରେ କିମ୍ବା ରାସ୍ତାରେ ରହି ସବୁ ସମୟରେ ସଚେତନ କରାଇବା ସରକାରଙ୍କ ପକ୍ଷେ ସମ୍ଭବ ନୁହେଁ। ଜୀବନ ରକ୍ଷା ପାଇଁ ସମ୍ବଳର ଅଭାବ ନାହିଁ। ଏକାଠି ହୋଇ ମହାମାରୀ ବିରୋଧରେ ଲଢ଼ିବା ସମସ୍ତଙ୍କ ବ୍ୟକ୍ତିଗତ ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଧାୟକଙ୍କ ଉଦ୍ଦେଶ୍ୟରେ ବୁଧବାର ଆୟୋଜିତ କୋଭିଡ୍‌-୧୯ ସଚେତନତା କର୍ମଶାଳାକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କୋଭିଡ୍‌ ଯୋଦ୍ଧାଙ୍କ ମନୋବଳ ବଢ଼ାଇବା ସହ ରାଜ୍ୟବାସୀଙ୍କୁ ଏପରି ଆହ୍ବାନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟରେ କହିଲେ, କୋଭିଡ୍‌ ଯୋଦ୍ଧାମାନେ ମହାମାରୀ ବିରୋଧୀ ଲଢ଼େଇକୁ ମିଶନ ଭାବେ ଗ୍ରହଣ କରିଛନ୍ତି। ସେମାନେ ଦରମା ପାଇଁ ନୁହେଁ, ବରଂ ଲୋକଙ୍କ ଜୀବନ ରକ୍ଷା କରିବା ଲାଗି ଦିନରାତି ସେବା ଯୋଗାଇ ଚାଲିଛନ୍ତି। ଏମାନଙ୍କ ନିଃସ୍ବାର୍ଥପର ସେବା ପାଇଁ ରାଜ୍ୟର ୧୮ ହଜାର ରୋଗୀ କରୋନାରୁ ଆରୋଗ୍ୟ ଲାଭ କରିସାରିଲେଣି। ସେମାନଙ୍କ ତ୍ୟାଗ ଓଡ଼ିଶାବାସୀଙ୍କ ପାଇଁ ପ୍ରେରଣା। ଏହାକୁ ଓଡ଼ିଆ ଜାତି ସବୁଦିନ ମନେରଖିବ। କୋଭିଡ୍‌ ଯୋଦ୍ଧାଙ୍କ ମନୋବଳ ବଢ଼ାଇବା ଦିଗରେ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।
ରାଜ୍ୟରେ କରୋନା ଚିକିତ୍ସା ସୁବିଧା ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅନ୍ୟ ରାଜ୍ୟରେ କୋଭିଡ୍‌ ଚିକିତ୍ସା ପାଇଁ ଲକ୍ଷାଧିକ ଟଙ୍କା ଦାବି କରାଯାଉଥିବାବେଳେ ଓଡ଼ିଶା ସରକାର ରୋଗୀ ଚିକିତ୍ସା ଲାଗି ସବୁକିଛି ବିନାମୂଲ୍ୟରେ ଯୋଗାଇ ଦେଉଛନ୍ତି। ମହାମାରୀ ପାଇଁ ପୃଥିବୀର ପ୍ରତି ପରିବାର କ୍ଷତିଗ୍ରସ୍ତ ହୋଇଛନ୍ତି। ଏହା ସମଗ୍ର ବିଶ୍ୱ ଅର୍ଥନୀତିକୁ ପ୍ରଭାବିତ କରିଛି। ମହାମାରୀ ପ୍ରଭାବିତ ଅର୍ଥନୀତିକୁ ସଜାଡ଼ିବାକୁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଓଡ଼ିଶା ଅନେକ ବିପର୍ଯ୍ୟୟର ସଫଳ ମୁକାବିଲା କରିଛି। ପ୍ରତିକୂଳ ପରିିସ୍ଥିତିର ମୁକାବିଲା କରିବା ଏବଂ ପୁଣି ଥରେ ଦୃଢ଼ ଭାବେ ଫେରିଆସିବାର ଶକ୍ତି ପ୍ରତି ଓଡ଼ିଆଙ୍କ ନିକଟରେ ରହିଛି। ମହାମାରୀ ଚାଲିଯିବା ପରେ ଓଡ଼ିଶା ଅଧିକ ଦୃଢ଼ ଏବଂ ସମୃଦ୍ଧିଶାଳୀ ରାଜ୍ୟ ଭାବେ ସ୍ଥିତି ଜାହିର କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପୋଷଣ କରିଛନ୍ତି। ଏହି ଅବସରରେ ବିଧାୟକମାନଙ୍କୁ ବ୍ୟକ୍ତିଗତ ସ୍ବାସ୍ଥ୍ୟର ଯତ୍ନନେବା ସହ ନିଜ ଅଞ୍ଚଳରେ ପ୍ରେରଣାଦାୟୀ ନେତୃତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହ କରୋନାରୁ ୩ଜଣ ବିଧାୟକ ଆରୋଗ୍ୟ ଲାଭ କରିଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ। ବିରୋଧୀଦଳ ନେତା ପ୍ରଦୀପ୍ତ ନାୟକ କରୋନା ମୁକାବିଲା ପାଇଁ ମିଳିମିଶି କାମ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର କୋଭିଡ୍‌ ସ୍ଥିତିର ଅନୁଧ୍ୟାନ ପାଇଁ ଏକ ହାଉସ୍‌ କମିଟି ଗଠନ ପାଇଁ ପରାମର୍ଶ ଦେଇଛନ୍ତି। କର୍ମଶାଳାରେ ରାଜ୍ୟ ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ବିଧାୟକଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri