ଶ୍ରୀମନ୍ଦିରରେ ହୋଇପାରୁନି ସ୍ବତନ୍ତ୍ର ର଼୍ୟାମ୍ପ

ପୁରୀ ଅଫିସ,୨୩ା୧୨: ଦିବ୍ୟାଙ୍ଗ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବାରେ ହଇରାଣ ହେଉଛନ୍ତି। ତେଣୁ ସେମାନଙ୍କ ନିମନ୍ତେ ସ୍ବତନ୍ତ୍ର ର଼୍ୟାମ୍ପ ବ୍ୟବସ୍ଥା କରାଯିବାକୁ ସାଧାରଣରେ ଦାବି ହେବା ପରେ ଉତ୍ତରଦ୍ୱାର ନିକଟରେ ଏହି ବ୍ୟବସ୍ଥା କରାଯିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୧ ନଭେମ୍ବରରେ ନିଷ୍ପତ୍ତି ନିଆଯାଇଥିଲା। ତେବେ ଏହାର ବର୍ଷକ ପରେ ବି ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହୋଇପାରିନାହିଁ। ଫଳରେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁ ପୂର୍ବଭଳି ସମସ୍ୟା ଭୋଗୁଛନ୍ତି। ଏ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ସମ୍ପ୍ରତି ମୁଖ୍ୟମନ୍ତ୍ରୀଙ୍କୁ ଆଇନଜୀବୀ ମୃଣାଳିନୀ ପାଢ଼ୀ ଏ ନେଇ ଚିଠି ଲେଖିବା ପରେ ପୁଣି ଏହି ଦାବି ତେଜିଛି।
ସୂଚନା ଅନୁଯାୟୀ, ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ଉତ୍ତର ଦ୍ୱାର ଓ ଘଣ୍ଟିଦ୍ୱାରରେ ର଼୍ୟାମ୍ପ ରହିଛି। ମାତ୍ର ଏହି ର଼୍ୟାମ୍ପ ଦେଇ ହୁଇଲଚେୟାରରେ ଦିବ୍ୟାଙ୍ଗ ଶ୍ରଦ୍ଧାଳୁ ଯାଇପାରୁ ନାହାନ୍ତି। ସେମାନଙ୍କୁ ସମ୍ପର୍କୀୟ ଓ ସ୍ବେଚ୍ଛାସେବୀମାନେ କାନ୍ଧରେ ବସାଇ ନେଉଥିବା ଦେଖିବାକୁ ମିଳିଛି। ପ୍ରଶାସନର ଦୂରଦୃଷ୍ଟିର ଅଭାବ ଏବଂ ସେବାୟତଙ୍କ ସହ ବିନା ଆଲୋଚନାରେ ର଼୍ୟାମ୍ପ କରାଯିବା ଯୋଗୁ ଏହାର ସେବା ମିଳିପାରୁନାହିଁ। ଉତ୍ତରଦ୍ୱାରଠାରୁ ଆନନ୍ଦବଜାର ଦେଇ କୀର୍ତ୍ତନ ଚକଡ଼ା ଦେଇ ଘଣ୍ଟି ଦ୍ୱାର ପର୍ଯ୍ୟନ୍ତ ର଼୍ୟାମ୍ପ ବ୍ୟବସ୍ଥା କରାଯିବାକୁ ୨୦୨୧ ନଭେମ୍ବରରେ ନିଷ୍ପତ୍ତି ହୋଇଥିଲା। ମାତ୍ର ଏହା କାର୍ଯ୍ୟକାରୀ ନ ହେବାରୁ ବର୍ତ୍ତମାନ ଦିବ୍ୟାଙ୍ଗମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପାର୍କିଂଠାରୁ ଇ-ଅଟୋ ପର୍ଯ୍ୟନ୍ତ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ସୁବିଧା ରହିଛି। ମାତ୍ର ର଼୍ୟାମ୍ପ ସୁବିଧା ନ ଥିବାରୁ ମହାପ୍ରଭୁଙ୍କ ଦର୍ଶନ କରିବାରେ ସେମାନଙ୍କ ପାଇଁ ସମସ୍ୟା ଉପୁଜୁଛି। ତେଣୁ ଖୁବଶୀଘ୍ର ର଼୍ୟାମ୍ପ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ସବୁ ମହଲରେ ଦାବି ହୋଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ଏହି ପ୍ରକଳ୍ପ ଚାଲିଥିଲେ ମଧ୍ୟ ଦିବ୍ୟାଙ୍ଗଙ୍କ ପାଇଁ ରାମ୍ପ ବ୍ୟବସ୍ଥା ହୋଇ ନ ପାରିବା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଶ୍ରୀମନ୍ଦିର ଭିତରକୁ ଦିବ୍ୟାଙ୍ଗଙ୍କ ପ୍ରବେଶ ପାଇଁ ର଼୍ୟାମ୍ପ ନିର୍ମାଣ ପ୍ରସଙ୍ଗ ନେଇ ହାଇକୋର୍ଟରେ ରୁଜୁ ମାମଲାରେ ଶ୍ରୀମନ୍ଦିର ପ୍ରଶାସନ, ଶ୍ରୀମନ୍ଦିର ପରିଚାଳନା କମିଟି ଓ ପୁରୀ ଜିଲାପାଳ ମିଳିତ ଭାବେ ଏକ ଆଇନ ସମ୍ମତ ନିଷ୍ପତ୍ତି ନେବାକୁ ପୂର୍ବରୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଆବେଦନକାରୀ ଜଣେ ଦିବ୍ୟାଙ୍ଗ ହୋଇଥିବା ବେଳେ ସେ ହୁଇଲ୍‌ ଚେୟାରରେ ଯାତାୟାତ କରୁଛନ୍ତି। ଗତବର୍ଷ ବିଶ୍ୱ ଭିନ୍ନକ୍ଷମ ଦିବସରେ ଜଣାଶୁଣା ଦିବ୍ୟାଙ୍ଗ ଅଭିନେତା ତଥା ଫିଲ୍ଣ ନିର୍ମାତା ଜିତେନ୍ଦ୍ର ବିଶ୍ୱାଳ ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ ମଧ୍ୟ କରିଥିଲେ। ଅନ୍ୟପଟରେ ଗତବର୍ଷ ଦିବ୍ୟାଙ୍ଗ ଭକ୍ତଙ୍କ ଦାବିକୁ ସମର୍ଥନ ଜଣାଇଥିଲେ ବିଶିଷ୍ଟ ସାମ୍ବାଦିକ ରାଜଦୀପ ସରଦେଶାଇ ଏବଂ ତେହସିନ ପୁନାୱାଲା। ଗତ ୧୫ ତାରିଖରେ ଏ ନେଇ ଆଇନଜୀବୀ ମୃଣାଳିନୀ ପାଢ଼ୀ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ଆସନ୍ତା ଜାନୁୟାରୀ ୧ରୁ ବ୍ୟବସ୍ଥା କାର୍ଯ୍ୟକାରୀ ପାଇଁ ଅନୁରୋଧ କରିଛନ୍ତି। ଫଳରେ ଏହି ଦାବି ପୁଣି ଜୋର୍‌ ଧରିଛି। ଏ ସମ୍ପର୍କରେ ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ଉତ୍ତର ଦ୍ୱାର ପଟେ ଯେଉଁ ର଼୍ୟାମ୍ପ ବ୍ୟବସ୍ଥା କରାଯାଇଛି ତାହା ବର୍ତ୍ତମାନ ସୁଦ୍ଧା ସମ୍ପୂର୍ଣ୍ଣ ହୋଇନାହିଁ। ଯଥାଶୀଘ୍ର ତାହା ଶେଷ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତଙ୍କ ସହମତିରେ ଏକ ମଡେଲ ପ୍ରସ୍ତୁତ କରାଯିବ। ଫଳରେ ଦିବ୍ୟାଙ୍ଗମାନେ ସହଜରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri