ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ପାଇଁ ନାହାନ୍ତି ସ୍ବତନ୍ତ୍ର ଶିକ୍ଷକ

ରସୁଲପୁର,୨୨।୩(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନରେ ୨୫୦ରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ରହିଛି। ସେଥିମଧ୍ୟରୁ ୧୧୫ଟି ବିଦ୍ୟାଳୟରେ ୨୪୦ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଅଧ୍ୟୟନରତ ଅଛନ୍ତି। ହେଲେ ସେସବୁ ବିଦ୍ୟାଳୟଗୁଡ଼ିକରେ ତାଲିମପ୍ରାପ୍ତ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦିଆଯାଉନାହିଁ। ଏ ଦିଗରେ ରହିଆସୁଥିବା କୋର୍ଟ ନିର୍ଦ୍ଦେଶକୁ ରାଜ୍ୟ ସରକାର ପାଳନ କରୁ ନ ଥିବାରୁ ବିଦ୍ୟାଳୟରେ ଦିବ୍ୟାଙ୍ଗ ପିଲାଙ୍କ ପାଇଁ ଶିକ୍ଷକ ନିଯୁକ୍ତି ହୋଇପାରୁ ନାହିଁ। ଏଭଳି ସ୍ଥିତିରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କୁ ଗୁଣାତ୍ମକ ଶିକ୍ଷା କେବଳ ପ୍ରହସନରେ ପରିଣତ ହୋଇଛି। ଦିବ୍ୟାଙ୍ଗଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା, ଅକ୍ଷମଙ୍କୁ ସକ୍ଷମ କରିବା ପ୍ରୟାସ କେବଳ କାଗଜକଲମ ଓ ଭାଷଣରେ ସୀମିତ ରହିଥିବା ମତପ୍ରକାଶ ପାଇଛି।
ଶିକ୍ଷା ମୌଳିକ ଅଧିକାର ପରିସରଭୁକ୍ତ ହୋଇଛି। ଏହି ମାଧ୍ୟମରେ ସର୍ବଶିକ୍ଷା ଅଭିଯାନ ପରେ ଏବେ ସମଗ୍ର ଶିକ୍ଷା ଓ ଅନ୍ତଃନିର୍ହିତ ଶିକ୍ଷା ଅଭିଯାନ କାର୍ଯ୍ୟକାରୀ ହେଉଛି। ସେହି ଆଧାରରେ ସବୁବର୍ଗର ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଇଆସୁଛି। ଦିବ୍ୟାଙ୍ଗ ପିଲାଙ୍କୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରି-ପାଇମେରି, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ପ୍ରାଇମେରି ବର୍ଗରେ ବିଭକ୍ତ କରାଯାଇଛି। ଏହି ବର୍ଗର ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତିର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିଦେଇ ଜୁଲାଇ, ୨୦୨୧ରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଆସିଥିବା ନିର୍ଦ୍ଦେଶ ମୁତାବକ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟନରତ ୧୦ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୫ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ପାଇଁ ଜଣେ ଲେଖାଏ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇବେ। ଏପିରି କି ଗୋଟିଏ ବିଦ୍ୟାଳୟରେ ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ପାଇଁ ଜଣେ ଶିକ୍ଷକଙ୍କୁ ମଧ୍ୟ ନିଯୁକ୍ତି ଦିଆଯିବ ବୋଲି କୁହାଯାଇଛି। ଏହି ବର୍ଗର ଶିକ୍ଷକମାନେ ସ୍ପର୍ଶ, ସଚେତନ, ଶ୍ରବଣ, ଶ୍ରୁତି, ସମ୍ପର୍କ, ସାମର୍ଥ୍ୟ, ସହଜ, ସରଳ, ସଂପୃକ୍ତି ଆଦି ବିଷୟରେ ତାଲିମ ନେବା ସହ ପିଲାଙ୍କୁ ସହଜ ଓ ସରଳ ଉପାୟରେ ପାଠ ପଢ଼ାଇବା ଉପରେ ଧ୍ୟାନ ଦେବେ। ମାତ୍ର ସ୍ବତନ୍ତ୍ର ଶିକ୍ଷକ ଅଭାବରୁ ଅନ୍ତଃନିର୍ହିତ ଶିକ୍ଷା ବାଧାପ୍ରାପ୍ତ ହେଉଛି।
ସରକାରଙ୍କ ପକ୍ଷରୁ ସାଧାରଣ ବର୍ଗର ଶିକ୍ଷକଙ୍କୁ ଦିବ୍ୟାଙ୍ଗ ପିଲାଙ୍କୁ ପାଠ ପଢ଼ାଇବାକୁ ତାଲିମ ଦିଆଯାଉଛି। ଏହି ବର୍ଗର ଶିକ୍ଷକ ବିଦ୍ୟାଳୟ ପରିଚାଳନା ସାଙ୍ଗକୁ ସାଧାରଣ ବର୍ଗର ପିଲାଙ୍କୁ ପଠାପଢ଼ାଇବାକୁ ଧ୍ୟାନ ଦେବାବେଳେ ଦିବ୍ୟାଙ୍ଗ ପିଲା ଅଣଦେଖା ହୋଇଯାଉଛନ୍ତି। ଦିବ୍ୟାଙ୍ଗ ପିଲାଙ୍କ ଶିକ୍ଷା ପ୍ରଦାନ ଆଳରେ କେବଳ ଖେଳ, ବିଭିନ୍ନ ଥେରାପି ପ୍ରଶିକ୍ଷଣ, ଏକ୍ସପୋଜର ଭିଜିଟ୍‌, ସହାୟତା ଏବଂ ସାମଗ୍ରୀ ଆଦି ପ୍ରଦାନ କରିବାରେ ସୀମିତ ରହିଛି। ତେଣୁ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ବିଭିନ୍ନ ମହଲରେ ଦାବି ହେଉଛି। ଏ ସମ୍ପର୍କରେ ବ୍ଲକ ସମ୍ବଳ ଶିକ୍ଷକ ରାମକୃଷ୍ଣ ମହାକୁଡ଼ଙ୍କୁ ପଚାରିବାରୁ ସେ କହିଛନ୍ତି, ଦିବ୍ୟାଙ୍ଗ ପିଲାଙ୍କୁ ସରକାର ସୁବପ୍ରକାର ସହାୟତା ଓ ପାଠ୍ୟ ଉପକରଣ ଯୋଗାଇ ଦେଉଛନ୍ତି। ହେଲେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦିଆଯାଉ ନ ଥିବାରୁ ଗୁଣାତ୍ମକ ଶିକ୍ଷାଦାନ ହୋଇପାରୁ ନାହିଁ। ଏ ଦିଗରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଆସୁଛି। ପ୍ରତ୍ୟେକ ୧୦ଜଣ ପିଲାଙ୍କୁ ନେଇ ଜଣେ ଶିକ୍ଷକ ନିଯୁକ୍ତି ଦେବାକୁ ପ୍ରସ୍ତାବ ରଖାଯାଇଛି। ମାତ୍ର ଏଯାଏ ସ୍ବତନ୍ତ୍ର ନିଯୁକ୍ତିକୁ ନେଇ ସରକାରୀସ୍ତରରେ କୌଣସି ନିଷ୍ପତ୍ତି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri