ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ପାଇଁ ନାହାନ୍ତି ସ୍ବତନ୍ତ୍ର ଶିକ୍ଷକ

ରସୁଲପୁର,୨୨।୩(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନରେ ୨୫୦ରୁ ଊର୍ଦ୍ଧ୍ୱ ବିଦ୍ୟାଳୟ ରହିଛି। ସେଥିମଧ୍ୟରୁ ୧୧୫ଟି ବିଦ୍ୟାଳୟରେ ୨୪୦ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଅଧ୍ୟୟନରତ ଅଛନ୍ତି। ହେଲେ ସେସବୁ ବିଦ୍ୟାଳୟଗୁଡ଼ିକରେ ତାଲିମପ୍ରାପ୍ତ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦିଆଯାଉନାହିଁ। ଏ ଦିଗରେ ରହିଆସୁଥିବା କୋର୍ଟ ନିର୍ଦ୍ଦେଶକୁ ରାଜ୍ୟ ସରକାର ପାଳନ କରୁ ନ ଥିବାରୁ ବିଦ୍ୟାଳୟରେ ଦିବ୍ୟାଙ୍ଗ ପିଲାଙ୍କ ପାଇଁ ଶିକ୍ଷକ ନିଯୁକ୍ତି ହୋଇପାରୁ ନାହିଁ। ଏଭଳି ସ୍ଥିତିରେ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କୁ ଗୁଣାତ୍ମକ ଶିକ୍ଷା କେବଳ ପ୍ରହସନରେ ପରିଣତ ହୋଇଛି। ଦିବ୍ୟାଙ୍ଗଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା, ଅକ୍ଷମଙ୍କୁ ସକ୍ଷମ କରିବା ପ୍ରୟାସ କେବଳ କାଗଜକଲମ ଓ ଭାଷଣରେ ସୀମିତ ରହିଥିବା ମତପ୍ରକାଶ ପାଇଛି।
ଶିକ୍ଷା ମୌଳିକ ଅଧିକାର ପରିସରଭୁକ୍ତ ହୋଇଛି। ଏହି ମାଧ୍ୟମରେ ସର୍ବଶିକ୍ଷା ଅଭିଯାନ ପରେ ଏବେ ସମଗ୍ର ଶିକ୍ଷା ଓ ଅନ୍ତଃନିର୍ହିତ ଶିକ୍ଷା ଅଭିଯାନ କାର୍ଯ୍ୟକାରୀ ହେଉଛି। ସେହି ଆଧାରରେ ସବୁବର୍ଗର ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଗୁରୁତ୍ୱ ଦିଆଯାଇଆସୁଛି। ଦିବ୍ୟାଙ୍ଗ ପିଲାଙ୍କୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରି-ପାଇମେରି, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ପ୍ରାଇମେରି ବର୍ଗରେ ବିଭକ୍ତ କରାଯାଇଛି। ଏହି ବର୍ଗର ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତିର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିଦେଇ ଜୁଲାଇ, ୨୦୨୧ରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ଆସିଥିବା ନିର୍ଦ୍ଦେଶ ମୁତାବକ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟନରତ ୧୦ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୫ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ପାଇଁ ଜଣେ ଲେଖାଏ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇବେ। ଏପିରି କି ଗୋଟିଏ ବିଦ୍ୟାଳୟରେ ଜଣେ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କ ପାଇଁ ଜଣେ ଶିକ୍ଷକଙ୍କୁ ମଧ୍ୟ ନିଯୁକ୍ତି ଦିଆଯିବ ବୋଲି କୁହାଯାଇଛି। ଏହି ବର୍ଗର ଶିକ୍ଷକମାନେ ସ୍ପର୍ଶ, ସଚେତନ, ଶ୍ରବଣ, ଶ୍ରୁତି, ସମ୍ପର୍କ, ସାମର୍ଥ୍ୟ, ସହଜ, ସରଳ, ସଂପୃକ୍ତି ଆଦି ବିଷୟରେ ତାଲିମ ନେବା ସହ ପିଲାଙ୍କୁ ସହଜ ଓ ସରଳ ଉପାୟରେ ପାଠ ପଢ଼ାଇବା ଉପରେ ଧ୍ୟାନ ଦେବେ। ମାତ୍ର ସ୍ବତନ୍ତ୍ର ଶିକ୍ଷକ ଅଭାବରୁ ଅନ୍ତଃନିର୍ହିତ ଶିକ୍ଷା ବାଧାପ୍ରାପ୍ତ ହେଉଛି।
ସରକାରଙ୍କ ପକ୍ଷରୁ ସାଧାରଣ ବର୍ଗର ଶିକ୍ଷକଙ୍କୁ ଦିବ୍ୟାଙ୍ଗ ପିଲାଙ୍କୁ ପାଠ ପଢ଼ାଇବାକୁ ତାଲିମ ଦିଆଯାଉଛି। ଏହି ବର୍ଗର ଶିକ୍ଷକ ବିଦ୍ୟାଳୟ ପରିଚାଳନା ସାଙ୍ଗକୁ ସାଧାରଣ ବର୍ଗର ପିଲାଙ୍କୁ ପଠାପଢ଼ାଇବାକୁ ଧ୍ୟାନ ଦେବାବେଳେ ଦିବ୍ୟାଙ୍ଗ ପିଲା ଅଣଦେଖା ହୋଇଯାଉଛନ୍ତି। ଦିବ୍ୟାଙ୍ଗ ପିଲାଙ୍କ ଶିକ୍ଷା ପ୍ରଦାନ ଆଳରେ କେବଳ ଖେଳ, ବିଭିନ୍ନ ଥେରାପି ପ୍ରଶିକ୍ଷଣ, ଏକ୍ସପୋଜର ଭିଜିଟ୍‌, ସହାୟତା ଏବଂ ସାମଗ୍ରୀ ଆଦି ପ୍ରଦାନ କରିବାରେ ସୀମିତ ରହିଛି। ତେଣୁ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ବିଭିନ୍ନ ମହଲରେ ଦାବି ହେଉଛି। ଏ ସମ୍ପର୍କରେ ବ୍ଲକ ସମ୍ବଳ ଶିକ୍ଷକ ରାମକୃଷ୍ଣ ମହାକୁଡ଼ଙ୍କୁ ପଚାରିବାରୁ ସେ କହିଛନ୍ତି, ଦିବ୍ୟାଙ୍ଗ ପିଲାଙ୍କୁ ସରକାର ସୁବପ୍ରକାର ସହାୟତା ଓ ପାଠ୍ୟ ଉପକରଣ ଯୋଗାଇ ଦେଉଛନ୍ତି। ହେଲେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦିଆଯାଉ ନ ଥିବାରୁ ଗୁଣାତ୍ମକ ଶିକ୍ଷାଦାନ ହୋଇପାରୁ ନାହିଁ। ଏ ଦିଗରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇ ଆସୁଛି। ପ୍ରତ୍ୟେକ ୧୦ଜଣ ପିଲାଙ୍କୁ ନେଇ ଜଣେ ଶିକ୍ଷକ ନିଯୁକ୍ତି ଦେବାକୁ ପ୍ରସ୍ତାବ ରଖାଯାଇଛି। ମାତ୍ର ଏଯାଏ ସ୍ବତନ୍ତ୍ର ନିଯୁକ୍ତିକୁ ନେଇ ସରକାରୀସ୍ତରରେ କୌଣସି ନିଷ୍ପତ୍ତି ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?