ବକ୍ସିଙ୍କ ନାଁରେ ନଗର, ପ୍ରତିମୂର୍ତ୍ତି ନାହିଁ

ଖୋର୍ଦ୍ଧା ଅଫିସ,୧ା୧୦: ସ୍ବାଧୀନୋତ୍ତର ଭାରତରେ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ମିଳିଛି। ଆଜାଦିକା ଅମୃତ ମହୋତ୍ସବ ଉପଲକ୍ଷେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପାଇକ ବୀରଙ୍କ ବୀରତ୍ୱ ଗାଥାକୁ ମନେ ପକାଇବା ପାଇଁ ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ଆଲୋଚନାଚକ୍ର, ପାଇକ ଆଖଡା ଆୟୋଜନ କରାଯାଇଛି। ବକ୍ସି ଏବଂ ପାଇକ ବୀରଙ୍କ ବୀରତ୍ୱକୁ ନେଇ ଏକ ଘରୋଇ ଚ୍ୟାନେଲ ‘ବିଦ୍ରୋହୀ’ ନାମରେ ଏକ ଧାରାବାହିକ ପ୍ରସାରଣ କରିବାକୁ ଯାଉଛି। ଲାଲମାଟି ଗଡ଼ ଭାବେ ଖୋର୍ଦ୍ଧା ଦେଶରେ ପ୍ରସିଦ୍ଧି ଲାଭ କରିଛି। ତେବେ ସ୍ବାଧୀନ ଭାରତରେ ପାଇକ ବୀରଙ୍କୁ ଉପଯୁକ୍ତ ସ୍ଥାନ ଦିଆଯାଇ ନାହିଁ। ପାଇକ ବିଦ୍ରୋହର ମହାନାୟକ ବକ୍ସି ଜଗବନ୍ଧୁଙ୍କ ନାମରେ ସହରର ବକ୍ସି ଜଗବନ୍ଧୁ ନଗର ଗଠନ ହୋଇଥିଲା। ତେବେ ସେଠାରେ ବକ୍ସିଙ୍କ ପ୍ରତିମୂର୍ତ୍ତି ନାହିଁ। ଏନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରକାଶ ଯେ, ସ୍ଥାନୀୟ ବିଡିଏ କଲୋନୀ ଓ ଆଖପାଖ ଅଞ୍ଚଳକୁ ବକ୍ସି ଜଗବନ୍ଧୁ ନଗର ଭାବେ ନାମିତ କରାଯାଇଥିଲା। ସେତେବେଳେ ନଗର ପ୍ରବେଶ ପଥରେ ଏକ ସୂଚନା ଫଳକ ମଧ୍ୟ ଲଗାଯାଇଥିଲା। ପରବର୍ତ୍ତୀ ସମୟରେ ତାହା ଆଉ ନ ଥିଲା। ଏନେଇ ସ୍ଥାନୀୟ ବାସିନ୍ଦାଙ୍କ ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭାରେ ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ରଙ୍କୁ ଅବଗତ କରାଯାଇଥିଲା। ଏଥିସହ ବିଡିଏ କଲୋନୀ ଏମ୍‌ଆଇଜି ବ୍ଲକ୍‌ରେ ଏମ୍‌-୨୪ ଓ ଏମ୍‌-୨୫ ମଧ୍ୟରେ ଥିବା ଖଣିକୁ ପୋତାଯାଇ ସେଠାରେ ବକ୍ସି ଜଗବନ୍ଧୁଙ୍କ ନାମରେ ଏକ ପାଠାଗାର ଏବଂ ବରିଷ୍ଠ ନାଗରିକଙ୍କ କକ୍ଷ ନିର୍ମାଣ କରାଯିବା ପାଇଁ ପ୍ରସ୍ତାବ ଦିଆଯାଇଥିଲା। ବିଧାୟକ ପାଣ୍ଠିରୁ ଏହା କରାଯିବ ବୋଲି ମିତ୍ର ପ୍ରତିଶ୍ରୁତି ଦେଇଥିଲେ। ତେବେ ୩ ବର୍ଷ ବିତିଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନାହିଁ। ମ୍ୟୁନିସିପାଲିଟି ପକ୍ଷରୁ କେବଳ ଖଣିିକୁ ପୋତି କାମ ସାରିଦେଇଛନ୍ତି। ଏହାର ଚାରିପଟ ପାଚେରି ନିର୍ମାଣ କରାଯାଇନାହିଁ। ଫଳରେ ଅସାମାଜିକ ବ୍ୟକ୍ତିଙ୍କ ଦ୍ୱାରା ଏହି ସ୍ଥାନ ଜବରଦଖଲ ହେବା ଆଶଙ୍କା ରହିଛି। ସୂଚନାଯୋଗ୍ୟ, ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା ବିଡିଏ କଲୋନୀ ନିର୍ମିତ ହୋଇଥିବା ବେଳେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ବର୍ଷା ହେଲେ ପାଣି ଲହଡ଼ି ମାରୁଛି। ଏଠାରେ ବକ୍ସିଙ୍କ ନାମରେ ଏକ ପ୍ରତିମୂର୍ତ୍ତି ସ୍ଥାପନ ଏବଂ ପାଠାଗାର ନିର୍ମାଣ ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି। ନିକଟରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ ସାମଲ ଜିଲାର ଉନ୍ନୟନ କାର୍ଯ୍ୟ ସମୀକ୍ଷା ପାଇଁ ଗସ୍ତରେ ଆସିଥିବା ବେଳେ ସରକାରୀ ଜମିକୁ ଜବରଦଖଲମୁକ୍ତ ଏବଂ ଏହାର ତାରବାଡ଼ ଦେଇ ସୁରକ୍ଷିତ ରଖିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପ୍ରସ୍ତାବିତ ପାଠାଗାର ପାଇଁ ପୋତା ଯାଇଥିବା ଜମିକୁ ତାରବାଡ଼ ଦେଇ ସୁରକ୍ଷିତ କରାନଗଲେ, ଏହା ଜବରଦଖଲ ହେବା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ସ୍ଥାନୀୟ ବାସିନ୍ଦା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?