Posted inଖେଳ

‘କଠିନ ପରିଶ୍ରମର ବିକଳ୍ପ ନାହିଁ’

ଭୁବନେଶ୍ୱର, ୧୯।୮: ”ଓଡ଼ିଶା ସରକାର ରାଜ୍ୟରେ କ୍ରୀଡ଼ାର ବିକାଶ ପାଇଁ ଯେଉଁଭଳି କାର୍ଯ୍ୟ କରୁଛନ୍ତି ତାହା ଅତି ପ୍ରଶଂସନୀୟ। କେବଳ ହକି ନୁହେଁ, ଅନ୍ୟ ସମସ୍ତ କ୍ରୀଡ଼ାକୁ ସମାନ ଗୁରୁତ୍ୱ ଦେଉଛନ୍ତି। କ୍ରୀଡ଼ାର ବିକାଶ ହେଉ କିମ୍ବା କ୍ରୀଡ଼ାବିତ୍‌ଙ୍କୁ ପ୍ରୋତ୍ସାହନ, ସବୁଥିରେ ଓଡ଼ିଶା ଅନ୍ୟ ରାଜ୍ୟ ପାଇଁ ଉଦାହରଣ ପାଲଟିଛି“ ବୋଲି ଶୁକ୍ରବାର ଅଶୋକ ପଟ୍ଟନାୟକଙ୍କ ସ୍ମାରକୀ ବକ୍ତୃତାରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଭାରତୀୟ ମହିଳା ହକି ଦଳର ପୂର୍ବତନ ଅଧିନାୟିକା ରାଣୀ ରାମପାଲ ପ୍ରକାଶ କରିଛନ୍ତି। ରାଣୀ କହିଥିଲେ, ‘କଠିନ ପରିଶ୍ରମ କଲେ ନିଶ୍ଚିତ ସଫଳତା ମିଳିବ। ଜୀବନରେ ଆମେ ହାର ମାନିବା ଉଚିତ ନୁହେଁ। ବହୁ ପରିଶ୍ରମ କରି ଆଜି ମୁଁ ଏ ସ୍ଥାନରେ ପହଞ୍ଚତ୍ଛି। ଯେଉଁ କ୍ରୀଡ଼ାବିତ୍‌ମାନେ ଏଠାରେ ଉପସ୍ଥିତ ରହିଛନ୍ତି ସେମାନଙ୍କୁ ମୋର ଗୋଟିଏ ପରାମର୍ଶ, ନିଷ୍ଠାର ସହ ପରିଶ୍ରମ କରିଚାଲ ଦେଖିବ ୧୦ ବର୍ଷ ପରେ ତୁମେ ମୋ ସ୍ଥାନରେ ଥିବ।
କଳିଙ୍ଗ ଷ୍ଟାଡିୟମ ଟେନିସ ସେଣ୍ଟର ସମ୍ମିଳନୀ କକ୍ଷରେ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା) ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଣୀଙ୍କ ସହ ରାଜ୍ୟ କ୍ରୀଡ଼ା ବିଭାଗର ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ, ଓଡ଼ିଶା ହକିର ନିର୍ଦ୍ଦେଶକ ଡେଭିଡ୍‌ ଜନ୍‌ ଓ ଓଡ଼ିଶା ନାଭାଲ ଟାଟା ହକି ଉତ୍କର୍ଷ କେନ୍ଦ୍ରର ପରିଚାଳନା ମୁଖ୍ୟ ରାଜୀବ ସେଠ୍‌ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।
କାର୍ଯ୍ୟ୍ୟକ୍ରମ ଆରମ୍ଭରୁ ଏକ ମିନିଟ ନୀରବ ପ୍ରାର୍ଥନା କରଯାଇଥିଲା। ଏହି ଅବସରରେ ଓସ୍‌ଜାର ବାର୍ଷିକ ସ୍ମରଣିକା ଲୋକାର୍ପିତ ହୋଇଥିଲା।
ନିର୍ଦ୍ଦେଶକ ସିଦ୍ଧାର୍ଥ କହିଥିଲେ, ”କ୍ରୀଡ଼ା ଓ କ୍ରୀଡ଼ାବିତ୍‌ଙ୍କ ବିକାଶରେ କ୍ରୀଡ଼ା ଖବରଦାତାଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ସେମାନେ ନିଃସ୍ବାର୍ଥପର ଭାବେ କାର୍ଯ୍ୟ କରନ୍ତି। ଖେଳାଳିମାନଙ୍କୁ ଆଗକୁ ବଢ଼ିବାରେ ସହାୟକ ହୋଇଥାନ୍ତି“। ଓଡ଼ିଶାରେ ହକିର ଅତ୍ୟାଧୁନିକ ଭିତ୍ତିଭୂମି ଏବଂ ପ୍ରତିଭାଙ୍କର ଭୂୟସୀ ପ୍ରଶଂସା କରିଥିଲେ ଡେଭିଡ୍‌ ଜନ୍‌। ଓଡ଼ିଶା ହକିରେ ବିକାଶ ନେଇ ଓଡ଼ିଶା ନାଭାଲ ଟାଟା ଏକାଡେମୀ କିଭଳି କାର୍ଯ୍ୟ କରୁଛି ଏବଂ ଏକାଡେମୀର ସଫଳତା ସମ୍ପର୍କରେ ରାଜୀବ ସେଠ୍‌ ମତ ରଖିଥିଲେ।
ଓସ୍‌ଜା ସଭାପତି ସନ୍ଦୀପ ମିଶ୍ର ସମସ୍ତଙ୍କୁ ସ୍ବାଗତ କରିଥିବାବେଳେ ସମ୍ପାଦକ ଦେବୀ ପ୍ରସନ୍ନ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ସମ୍ବିତ୍‌ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସ୍ପୋଟର୍‌ସ ଜର୍ନାଲିଷ୍ଟ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଜେଏଫ୍‌ଆଇ) ପରିଚାଳନା କମିଟିକୁ ନିର୍ବାଚିତ ହୋଇଥିବା ସୁରେଶ ସ୍ବାଇଁ ଏବଂ ଗୋଲ୍ଡେନ ଜୁବିଲି କମିଟିରେ ସାମିଲ ହୋଇଥିବା ସନ୍ଦୀପ ମିଶ୍ରଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଓସ୍‌ଜାର କାର୍ଯ୍ୟକାରୀ ସଭାପତି କେ.ରବି, ସନାତନ ପାଣି, ତପନ କୁମାର ସ୍ବାଇଁ, ଦେବାଶିଷ ସୁନ୍ଦରାୟ, ସମୀକ୍ଷା ପଟ୍ଟନାୟକ, ଅନିରୁଦ୍ଧ ମିଶ୍ର, ସମୀର ରାଉତ, ସର୍ବେଶ୍ୱର ମହାନ୍ତି, ପ୍ରତାପ ପ୍ରଧାନ, ବେଣୁଧର ଦାସ, ମନୋରଞ୍ଜନ ଦାସ, ଶକ୍ତି ପ୍ରସାଦ ନନ୍ଦ, ବିମଳ କୁମାର ରାଉଳ, ସୁଜିତ ସ୍ବାଇଁ, ତୁଷାର ସେନାପତି, ରଞ୍ଜନ କୁମାର ରାୟ, ଦେବୀ ପ୍ରସନ୍ନ ପାଣିଗ୍ରାହୀ, ଚକ୍ରଧର ମାଝି, ମନମୋହନ ସ୍ବାଇଁ, ସନ୍ତୋଷ ମହାନ୍ତି, ମହେନ୍ଦ୍ର ସାହୁ ଓ ଶୁଭଲକ୍ଷ୍ମୀ ବଳଙ୍କ ସହ ବହୁ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri