ଶିକ୍ଷକଙ୍କ ଲାଗି କୌଣସି ଟିକାକରଣ ବ୍ୟବସ୍ଥା ନାହିଁ

ଭୁବନେଶ୍ୱର, ୨୨।୭(ବ୍ୟୁରୋ): ରାଜ୍ୟରେ କରୋନା କଟକଣା ଭିତରେ ଆସନ୍ତା ୨୬ ତାରିଖରୁ ସ୍କୁଲ ଖୋଲିବ। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା ସ୍କୁଲ ଆସିବେ। ତେବେ ପ୍ରାଥମିକତା ଭିତ୍ତିରେ ଶିକ୍ଷକଙ୍କୁ ଆଗ ଟିକା ଦିଆଯିବ ବୋଲି ଗଣଶିକ୍ଷା ବିଭାଗ କହିଥିଲା। କିନ୍ତୁ ସ୍କୁଲ ଖୋଲିବାକୁ ଆଉ ମାତ୍ର ୨ଦିନ ଥିବା ବେଳେ ସେଭଳି କୌଣସି ବ୍ୟବସ୍ଥା ହୋଇ ନ ଥିବା ଜଣାପଡ଼ିଛି। ତେଣୁ କିଛି ଅଭିଭାବକ ପିଲାଙ୍କୁ ସ୍କୁଲ ଛାଡ଼ିବା ବିପଦ ମନେ କରୁଛନ୍ତି। ସେପଟେ ସ୍କୁଲ ଖୋଲିବାରେ ଟିକାକରଣ ବାଧକ ସାଜିବନି ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ସେ କହିଛନ୍ତି, ପ୍ରାୟ ସମସ୍ତ ଶିକ୍ଷକ ଓ କର୍ମଚାରୀ ଟିକା ନେଇଛନ୍ତି। ଯେଉଁମାନେ ନେଇ ନ ଥିବେ ସେମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦେବାକୁ ସ୍ବାସ୍ଥ୍ୟ ବିଭାଗକୁ କହିଛୁ। ସେହିପରି ସ୍କୁଲକୁ ଆସୁଥିବା ପିଲାଙ୍କ ଅଭିଭାବକଙ୍କ ସହମତି ଆବଶ୍ୟକ। ଏଥିପାଇଁ ସବୁ ସ୍କୁଲର ପ୍ରଧାନ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର କହିଛନ୍ତି, ଶିକ୍ଷକମାନଙ୍କ ପାଇଁ ସ୍ବତନ୍ତ୍ର ଟିକାକରଣ ବ୍ୟବସ୍ଥା ନାହିଁ। ଆମେ ଯେଉଁ ବୟସ ଅନୁଯାୟୀ ଟିକାକରଣ କରୁଛୁ, ସମସ୍ତ ଶିକ୍ଷକ ସେଥିରେ ଅନ୍ତର୍ଭୁକ୍ତ। ସମସ୍ତଙ୍କୁ ଟିକା ନେବାକୁ କୁହାଯାଇଛି। ସେମାନେ ଟିକା ନେବା କଥା। ଯଦି ଏଯାଏଁ ଟିକା ନେଇନାହାନ୍ତି, ତେବେ ସ୍ବତଃପ୍ରବୃତ ଭାବରେ ଆସି ଟିକା ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri