କେନାଲ ଲୋକାର୍ପିତକୁ ବର୍ଷେ ହେଲାଣି: ପାଣି ଆସିନି

କେନ୍ଦ୍ରାପଡ଼ା, ୧୭ା୭ (ଜଗନ୍ନାଥ ଧଳ): ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ୨୦୨୨ ମେ’ ୧୮ ରେ ଉଦ୍‌ଘାଟନ ହୋଇଥିଲା। ଗରଦପୁର ବ୍ଲକ କଳାବୋଦାଠାରେ ଆୟୋଜିତ ଉତ୍ସବ ତତ୍କାଳୀନ ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଯୋଗଦେଇ ଏହି କେନାଲରେ ଖରିଫ ଚାଷ ପାଇଁ ପାଣି ଯୋଗାଇ ଦିଆଯିବ ବୋଲି ନିର୍ଭର ପ୍ରତିଶ୍ରୁତି ଦେଇଥିଲେ। ପାଟକୁରା ବିଧାୟିକାଙ୍କ ଉପସ୍ଥିତିରେ ଏହି ଉଦ୍‌ଘାଟନ ଉତ୍ସବ ହୋଇଥିବା ବେଳେ ଚାଷ ପାଇଁ ଜଳସେଚନ ସମସ୍ୟା ତୁଟିଥିବାରୁ ରାଜ୍ୟ ସରକାରଙ୍କ ଉଦ୍ୟମକୁ ସ୍ଥାନୀୟ ଚାଷୀ ପ୍ରଶଂସା କରିଥିଲେ। ତେବେ ଲୋକାର୍ପିତକୁ ବର୍ଷେ ହୋଇଥିଲେ ମଧ୍ୟ ଅଦ୍ୟାବଧି ଏହି କେନାଲକୁ ପାଣି ଟୋପାଏ ଆସିନାହିଁ। ସ୍ଥାନୀୟ ଅଞ୍ଚଳର ୬,୪୦୪ ହେକ୍ଟର ଚାଷଜମି ପାଇଁ ବର୍ଷା ଏକମାତ୍ର ଭରସା ହୋଇଛି। ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇ ନ ଥିଲେ ମଧ୍ୟ ମନ୍ତ୍ରୀ ଦାସଙ୍କର ଏହି ତରବରିଆ ଉଦ୍‌ଘାଟନ ଏବେ ଆଲୋଚନାର ବିଷୟ ହୋଇଛି।
ଏ ସମ୍ପର୍କରେ କୃଷକ ନେତା ବିଧୁଭୂଷଣ ମହାପାତ୍ର, ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ, ଚାଷୀ ରଞ୍ଜନ ରାଉତ, ସୁବାସ ରାଉତ, ଅମ୍ବିକା କାନୁନ୍‌ଗୋ, ସୁଶୀଲ ସାହୁ ପ୍ରମୁଖ କହିଛନ୍ତି, ଚଳିତ ବର୍ଷ ଖରିଫ ଚାଷ ପାଇଁ ଶନିବାରଠାରୁ ଜିଲାର ସମସ୍ତ କେନାଲରେ ପାଣି ଛଡ଼ାଯାଇଛି। ତେବେ ଏହି ଜଳସେଚନ ପ୍ରକଳ୍ପ ଅଧୀନ କେନାଲକୁ ଅଦ୍ୟାବଧି ପାଣି ଆସିନାହିଁ। ଫଳରେ ପାଣି ପାଇଁ ଚାହିଁଥିବା ଚାଷୀମାନଙ୍କୁ ଶେଷରେ ଭକୁଆ ହେବା ସାର ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ଉପକୃତ ହେବାକୁ ଥିବା ଦ୍ୱୀପାଞ୍ଚଳର ୧୫,୩୪୨ହେକ୍ଟର ଚାଷ ଜମି ମଧ୍ୟରୁ ୨୦୦୪ ସୁଦ୍ଧା କଟକ ଜିଲାର ନିଶ୍ଚିନ୍ତକୋଇଲି ବ୍ଲକ ଓ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକର ୮,୯୩୭ ହେକ୍ଟର ଜମିକୁ କେନାଲ ମାଧ୍ୟମରେ ଜଳ ଯୋଗାଇ ଦିଆଯାଇଛି। ଏବେ ଖୋଳା ଯାଇଥିବା ୧୨କିମି ଦୀର୍ଘ ଚିତ୍ରୋପତ୍ଳା ଦକ୍ଷିଣ ଓ ୧୦ କିମି ଦୀର୍ଘ ପାଇକା ବାମ ପାର୍ଶ୍ୱ କେନାଲ ସହ ପ୍ରାୟ ୫୦ କିମିର ୪୫ଟି ମାଇନର ଓ ସବ୍‌ମାଇନର କେନାଲ ଦ୍ୱାରା କେନ୍ଦ୍ରାପଡ଼ା ଜିଲାର ଗରଦପୁର ଓ ମାର୍ଶାଘାଇ ବ୍ଲକର ଅବଶିଷ୍ଟ ୬,୪୦୪ହେକ୍ଟର ଜମି ଚଳିତ ଖରିଫ ଋତୁଠାରୁ ଜଳସେଚିତ ହୋଇପାରିବ ବୋଲି ଉଦ୍‌ଘାଟନ ଉତ୍ସବରେ ମନ୍ତ୍ରୀ ଦାସ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ସେହି ସମୟରେ କେନାଲ ଖୋଳା ଅଧାପନ୍ତରିଆ ହୋଇ ପଡ଼ିଥିବାବେଳେ ମନ୍ତ୍ରୀଙ୍କ ଲୋକାର୍ପଣ ଓ ଚଳିତ ଖରିଫ ଋତୁରେ ଜଳ ଯୋଗାଣ ଦମ୍ଭୋକ୍ତି ଏହି ସମାରୋହରେ ଗୁଞ୍ଜରଣ ସୃଷ୍ଟି କରିଥିଲା। ଅଦ୍ୟାବଧି ଏହି କେନାଲରେ ପାଣି ନ ଆସିବାରୁ ମନ୍ତ୍ରୀଙ୍କ ତରବରିଆ ଉଦ୍‌ଘାଟନର କାରଣ ଖୋଜାଚାଲିଛି ବୋଲି ସେମାନେ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଏହି କେନାଲ ଦ୍ୱାରା ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳର ୧୯,୫୪୨ ହେକ୍ଟର ଚାଷଜମି ଜଳସେଚିତ ହେବ। ଏହା ଦ୍ୱୀପାଞ୍ଚଳର କୃଷି ଓ କୃଷକଙ୍କୁ ସମୃଦ୍ଧ କରିବ। ଏପରି ସ୍ବପ୍ନ ନେଇ ୨୩ ବର୍ଷ ପୂର୍ବେ ଜିଲାର ଗରଦପୁର, ମାର୍ଶାଘାଇ ଓ ମହାକାଳପଡ଼ା ବ୍ଲକ ସମେତ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକର ୩ ଶହରୁ ଊର୍ଦ୍ଧ୍ୱ ଗ୍ରାମର ଚାଷୀଙ୍କ ପାଇଁ ମହାନଦୀ-ଚିତ୍ରୋପତ୍ଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପ ରାଜ୍ୟ ସରକାର ଆରମ୍ଭ କରିଥିଲେ। ଏଥିପାଇଁ ପ୍ରକଳ୍ପର ବ୍ୟୟ ବରାଦ ୧୯୮୯ରେ ମାତ୍ର ୩୯.୯୪ କୋଟି ଟଙ୍କା ହୋଇଥିବା ବେଳେ ୨୦୧୨ରେ ୩୯୫.୪୬ କୋଟି ଟଙ୍କାରେ ପହଞ୍ଚତ୍ଥିଲା। ଲୋକଙ୍କ ଦାବି ଅନୁଯାୟୀ ଏଡିବି ସହାୟତାରେ ଏହି ପ୍ରକଳ୍ପ କାର୍ଯ୍ୟ ୨୦୧୬-୧୭ ଆର୍ଥିକ ବର୍ଷରେ ପୁନର୍ବାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ପାଇକା ନଦୀର ବାମ ପାର୍ଶ୍ୱରେ ଥିବା ଯଦୁପୁର ପର୍ଯ୍ୟନ୍ତ ହେବାକୁ ଥିବା ଏହି ମୁଖ୍ୟ କେନାଲ ଏବେ ବଟିରା ପାଖରେ ଅଟକି ରହିଛି। ସେହିପରି ଚିତ୍ରୋତ୍ପଳା ନଦୀର ଦକ୍ଷିଣ ପାର୍ଶ୍ୱରେ ଆସିଥିବା ମୁଖ୍ୟ କେନାଲ ଗରଜଙ୍ଗା ପର୍ଯ୍ୟନ୍ତ ଯିବାକୁ ଥିବା ବେଳେ ଉଦ୍‌ଘାଟନ ପୂର୍ବରୁ ନଇନ୍ଦିପୁର ପାଖରେ ଅଟକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରଙ୍କ ବକ୍ରୀ ଚଳନ: ଫାଇଦାରେ ରହିବେ ୫ ରାଶି, ମାସେ ଭିତରେ ହେବେ ଧନୀ!

ଶରତ ପୂର୍ଣ୍ଣିମା ଅବସରରେ ଅକ୍ଟୋବର ୨୫ ତାରିଖରେ ଶୁକ୍ର ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଘଟିବ। ବକ୍ରୀ ଶୁକ୍ର ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ଶୁକ୍ର ଏକ ମାସ…

ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ

ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ…

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?