କେନାଲରେ ପାଣି ନାହିଁ, ଶୁଖିଲା ପଡ଼ିଛି ଜମି

ପଦ୍ମପୁର,୧୦।୧୧(ପ୍ରଦୀପ୍ତ ଦାଶ): ଆଉ ଦିନ କେଇଟା ପରେ ଧାନ ଅମଳ ହେବ। ଏଭଳି ସମୟରେ ଫସଲକୁ ପାଣି ଆବଶ୍ୟକତା ଥିବାବେଳେ କେନାଲରେ ପାଣି ଆସୁନାହିଁ। ଫଳରେ ଚାଷଜମି ଫାଟି ଆଁ କରିବା ସହ ଧାନ ଗଛ ଶୁଖିବା ଅବସ୍ଥାକୁ ଆସିଲାଣି। କିଛି ସ୍ଥାନରେ ପମ୍ପ ସାହାଯ୍ୟରେ ପାଣି ମଢାଇ ଫସଲ ବଞ୍ଚାଇବା ପାଇଁ ଚେଷ୍ଟା ଚାଲିଛି ତ କିଛି ଜାଗାରେ ଚାଷୀ ଆଶା ଛାଡି ଦେଲେଣି। ଏହାସାଙ୍ଗକୁ ରୋଗପୋକ ଦାଉ ସାଧୁଛି। ମଇଷା, ଚକଡା, ଗଣ୍ଠି ପୋକ ଲାଗି ଏକର ଏକର ଚାଷଜମି ପ୍ରଭାବିତ ହୋଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ପଦ୍ମପୁର ବ୍ଲକ ଅଧୀନ ଦହଗାଁ, ଦହିତା, ଜମରତଲା ଏବଂ ବୁଡେନ ଆଦି ଅଞ୍ଚଳରେ। ଏହି ପଞ୍ଚାୟତର ଅଧିକାଂଶ ଗାଁରେ ଏହି ସମାନ ଅବସ୍ଥା ନଜରକୁ ଆସିଛି ବୋଲି ଚାଷୀ ବୁଲୁ ମଲ୍ଲିକ, ଜୟରାମ ସାହୁ, ଜୟନ୍ତ ସାହୁ, ପ୍ରହଲ୍ଲାଦ ସାହୁ ପ୍ରମୁଖ ପ୍ରକାଶ କରିଛନ୍ତି। ଦହଗାଁ  ଓ ଦହିତା ପଞ୍ଚାୟତର ଚାଷଜମିକୁ ଜଳସେଚନ ସୁବିଧା ପାଇଁ ବନ୍ଦେଶ୍ୱରୀ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଛି। ମାତ୍ର ଦୀର୍ଘଦିନ ଧରି ବର୍ଷା ନ ହେବାରୁ ଡ୍ୟାମ୍‌ରେ ଆବଶ୍ୟକ ପାଣି ନାହିଁ। ଫଳରେ କେନାଲ ଶୁଖିଲା ପଡିଛି। ଫଳରେ ଚାଷ ନଷ୍ଟ ହେବା ଅବସ୍ଥାକୁ ଆସିଲାଣି। ଧାର କରଜ କରି ଚାଷ କରିଥିବା ଚାଷୀ କେମିତି ଋଣ ପରିଶୋଧ କରିବ ସେହି ଚିନ୍ତାରେ ରହିଛନ୍ତି। ସରକାର କ୍ଷୟକ୍ଷତି ଆକଳନ କରି ସରକାରୀ ସହାୟତା ଯୋଗାଇ ଦେବାକୁ ଚାଷୀମାନେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ମନ୍ଦିର ଟ୍ରଷ୍ଟିରେ ବଡ଼ ହଲଚଲ: ମହାସଚିବଙ୍କ ସମେତ ୨ଜଣଙ୍କ ଇସ୍ତଫା

ଲକ୍ଷ୍ନୌ,୨୬।୬: ରାମ ମନ୍ଦିର ଦାନ ଚୋରି ମାମଲାର SIT ତଦନ୍ତ ପରେ ମାମଲା ରୁଜୁ ହୋଇଛି। ଏହି ପରିପ୍ରେକ୍ଷୀରେ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟର ସାଧାରଣ…

ଫ୍ଲାଟ୍ ଲୋଭରେ ଭଉଣୀଙ୍କୁ ଖଣ୍ଡଖଣ୍ଡ କଲେ ଭାଇ, ଶବକୁ ଟଏଲେଟ୍‌ରେ ଫ୍ଲଶ୍ କରିବା ବେଳେ….

ମସ୍କୋ,୨୬।୬: ମସ୍କୋରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ତିନି କୋଠରୀ ବିଶିଷ୍ଟ ଫ୍ଲାଟ ପାଇବା ପାଇଁ ଜଣେ ଭାଇ ଭଗାରି ପାଲଟିଗଲେ। ପ୍ରଥମେ, ସେ…

ଠିକ୍‌ ୪ଟା ବାଜିଲେ କାହିଁକି ହୁଏ ବର୍ଷା? ରହସ୍ୟ ଜାଣି ଚମକି ପଡିଲେ ବୈଜ୍ଞାନିକ

ବିଶ୍ୱ ଅନେକ ଅନନ୍ୟ ଏବଂ ଆଶ୍ଚର୍ଯ୍ୟଜନକ ପାଣିପାଗ ଘଟଣା ଦେଖିଥାଏ, କିନ୍ତୁ ବିଷୁବ ରେଖା ନିକଟରେ ଘଟୁଥିବା ଏକ ଘଟଣା ବୈଜ୍ଞାନିକ ଏବଂ ସାଧାରଣ ଲୋକଙ୍କୁ ଉଭୟଙ୍କୁ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: PNG କନେକ୍ସନ ନେଲେ ବି ମିଳିବ LPG, ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଏବେ ଲୋକଙ୍କୁ PNG (Pipe Natural Gas) କନେକ୍ସନ ନେବାକୁ ହେବ। ଅନ୍ୟପଟେ ଯେଉଁମାନେ PNG କନେକ୍ସନ ନେବେ, ସେମାନଙ୍କୁ…

କେସିଙ୍ଗା ଷ୍ଟେଶନ ପରିଦର୍ଶନ କଲେ ଜେନେରାଲ ମ୍ୟାନେଜର

କେସିଙ୍ଗା,୨୬।୬.(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନକୁ ଜେନେରାଲ ମ୍ୟାନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆରଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍‌ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ନୂଆପଡ଼ା ମୁଖ୍ୟ ଚିକିତ୍ସାଳୟରେ ବିରଳ ଅସ୍ତ୍ରୋପଚାର: ଯୁବକଙ୍କୁ ନୂଆ ଜୀବନ ଦେଲେ ଡାକ୍ତର

ନୂଆପଡ଼ା,୨୬/୬(ମକାରୁ ବେମାଲ): ସୀମିତ ସମ୍ବଳ କିନ୍ତୁ ଅସୀମ ସାହସ ଓ ଅସାଧାରଣ ଦକ୍ଷତା । ପୁଣିଥରେ ନିଜର ଚମତ୍କାରିତା ଦେଖାଇଛନ୍ତି ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟର ଅଭିଜ୍ଞ…

ବବି ଦାସଙ୍କୁ ଭେଟିଲେ ସୁଜାତା ପାଣ୍ଡିଆନ: ରାଜ୍ୟ ରାଜନୀତି ସରଗରମ

ଭୁବନେଶ୍ୱର,୨୬।୬: ପୂର୍ବତନ ଆଇଏଏସ୍‌ ଅଫିସର ତଥା କାର୍ତ୍ତିକ ପାଣ୍ଡିଆନଙ୍କ ସ୍ତ୍ରୀ ସୁଜାତା ପାଣ୍ଡିଆନ ବିଜେଡିରେ ସାମିଲ ହେବାପରେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ଆଗକୁ ସେ କୁଆଡେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri