୭ ଦିନ ହେଲା ପାଇପ୍‌ରେ ପାଣି ଆସୁନି, ପ୍ରତିବାଦ କଲେ ମହିଳା

ଗଞ୍ଜାମ,୧୩ା୫(ଡି.ଏନ୍‌.ଏ.): ଦିନକୁ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି l ଖରାର ଉତ୍ତାପ ଏତେ ପ୍ରଖର ଯେ, ଲୋକେ ଘରୁ ବାହାରକୁ ବାହାରି ପାରୁନାହାନ୍ତି l ଏହି ଭଳି ପରିସ୍ଥିତିରେ ପାନୀୟ ଜଳ ସମସ୍ୟା ଲୋକଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି l ଏହିଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଏନ୍‌ଏସି ୩ ନଂ ଓ୍ବାର୍ଡର ବଜାର ଗୌଡ଼ସାହିରେ। ଗତ ୭ ଦିନ ହେଲା ଉକ୍ତ ସାହିକୁ ଠିକ ଭାବେ ପାଇପରେ ପିଇବା ପାଣି ଆସୁନାହିଁ l ଫଳରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ସାହି ବାସିନ୍ଦା l ବାଧ୍ୟ ହୋଇ ଶନିବାର ସାହିର ୫୦ରୁ ଊର୍ଦ୍ଧ୍ୱ ମହିଳା ଗରାମାଠିଆ, ହାଣ୍ଡି,ବାଲ୍‌ଟି ଧରି ଏହାର ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି l ଠିକ୍‌ ଭାବେ ପାଣି ନ ଆସିବାରୁ ଉକ୍ତ ସାହି ମହିଳାମାନେ ଖରାରେ କୂଅ ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି ବୋଲି ଅଭିଯୋଗ ହୋଇଛି। ଏନେଇ ମହିଳାମାନେ ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରୁଥିଲେ ମଧ୍ୟ କିଛି ଫଳପ୍ରଦ ହେଉନାହିଁ। ଶନିବାର ଏନ୍‌ଏସି କାର୍ଯ୍ୟାଳୟ ଛୁଟି ଥିବାରୁ ଫୋନ ଯୋଗେ ଏନ୍‌ଏସି ଇଓ ଅବିନାଶ ମିଶ୍ରଙ୍କୁ ସମସ୍ୟା ସମ୍ପର୍କରେ ସାହିବାସୀଜଣାଇଥିଲେ l ଅଭିଯୋଗ ପାଇବା ପରେ ଶ୍ରୀ ମିଶ୍ର ସଙ୍ଗେ ସଙ୍ଗେ ଜନସ୍ବାସ୍ଥ୍ୟ ବିଭାଗ ସହ ଆଲୋଚନା କରିଛନ୍ତି। ଉକ୍ତ ସମସ୍ୟା ଖୁବ୍‌ଶୀଘ୍ର ସମାଧାନ ହୋଇଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପଟେ ସ୍ଥାୟୀ ସମାଧାନ ନ ହେଲେ ରାଜରାସ୍ତାରେ ଆନ୍ଦୋଳନ କରାଯିବ ବୋଲି ସାହିବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri