୭ ଦିନ ହେଲା ପାଇପ୍‌ରେ ପାଣି ଆସୁନି, ପ୍ରତିବାଦ କଲେ ମହିଳା

ଗଞ୍ଜାମ,୧୩ା୫(ଡି.ଏନ୍‌.ଏ.): ଦିନକୁ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି l ଖରାର ଉତ୍ତାପ ଏତେ ପ୍ରଖର ଯେ, ଲୋକେ ଘରୁ ବାହାରକୁ ବାହାରି ପାରୁନାହାନ୍ତି l ଏହି ଭଳି ପରିସ୍ଥିତିରେ ପାନୀୟ ଜଳ ସମସ୍ୟା ଲୋକଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି l ଏହିଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଏନ୍‌ଏସି ୩ ନଂ ଓ୍ବାର୍ଡର ବଜାର ଗୌଡ଼ସାହିରେ। ଗତ ୭ ଦିନ ହେଲା ଉକ୍ତ ସାହିକୁ ଠିକ ଭାବେ ପାଇପରେ ପିଇବା ପାଣି ଆସୁନାହିଁ l ଫଳରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ସାହି ବାସିନ୍ଦା l ବାଧ୍ୟ ହୋଇ ଶନିବାର ସାହିର ୫୦ରୁ ଊର୍ଦ୍ଧ୍ୱ ମହିଳା ଗରାମାଠିଆ, ହାଣ୍ଡି,ବାଲ୍‌ଟି ଧରି ଏହାର ପ୍ରତିବାଦ କରିଥିବା ଦେଖିବାକୁ ମିଳିଛି l ଠିକ୍‌ ଭାବେ ପାଣି ନ ଆସିବାରୁ ଉକ୍ତ ସାହି ମହିଳାମାନେ ଖରାରେ କୂଅ ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି ବୋଲି ଅଭିଯୋଗ ହୋଇଛି। ଏନେଇ ମହିଳାମାନେ ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରୁଥିଲେ ମଧ୍ୟ କିଛି ଫଳପ୍ରଦ ହେଉନାହିଁ। ଶନିବାର ଏନ୍‌ଏସି କାର୍ଯ୍ୟାଳୟ ଛୁଟି ଥିବାରୁ ଫୋନ ଯୋଗେ ଏନ୍‌ଏସି ଇଓ ଅବିନାଶ ମିଶ୍ରଙ୍କୁ ସମସ୍ୟା ସମ୍ପର୍କରେ ସାହିବାସୀଜଣାଇଥିଲେ l ଅଭିଯୋଗ ପାଇବା ପରେ ଶ୍ରୀ ମିଶ୍ର ସଙ୍ଗେ ସଙ୍ଗେ ଜନସ୍ବାସ୍ଥ୍ୟ ବିଭାଗ ସହ ଆଲୋଚନା କରିଛନ୍ତି। ଉକ୍ତ ସମସ୍ୟା ଖୁବ୍‌ଶୀଘ୍ର ସମାଧାନ ହୋଇଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଅନ୍ୟପଟେ ସ୍ଥାୟୀ ସମାଧାନ ନ ହେଲେ ରାଜରାସ୍ତାରେ ଆନ୍ଦୋଳନ କରାଯିବ ବୋଲି ସାହିବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri