ରଥ ପାଇଁ କାଠ ନାହିଁ

ବାରିପଦା ଅଫିସ,୧୬।୪ ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାର ଶ୍ରୀଶ୍ରୀ ହରିବଳଦେବଜୀଉ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ କାଠ ମିଳୁନି। ଏନେଇ ରଥ ମହାପାତ୍ରଙ୍କ ସମେତ ନିୟୋଜିତ ଥିବା କାରିଗରମାନେ ଜିଲାପାଳଙ୍କୁ ଭେଟି ଅଭିଯୋଗ କରିଛନ୍ତି। ଚଳିତ ବର୍ଷ ରଥ ନିର୍ମାଣକୁ ନେଇ ଉପୁଜିଥିବା ସମସ୍ୟାର ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ କରିବା ପାଇଁ ୭ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ତୁରନ୍ତ ସମାଧାନ କରା ନ ଗଲେ ରଥ କାରିଗରମାନେ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହେବେ ବୋଲି ପ୍ରକାଶ କରିଛନ୍ତି।
ମହାପାତ୍ରଙ୍କଠାରୁ ପ୍ରକାଶ, ପ୍ରତିବର୍ଷ ରଥ ନିର୍ମାଣ ନିମନ୍ତେ ୪୫ଦିନ ପୂର୍ବରୁ ପ୍ରଶାସନକୁ ନୂତନ କାଠ ପାଇଁ ଚିଠା ପ୍ରଦାନ କରାଯାଇଥାଏ। ମାତ୍ର ଅଦ୍ୟାବଧି ଜଙ୍ଗଲରୁ କାଠ ଆସି ନ ଥିବାରୁ ରଥ ନିର୍ମାଣକୁ ନେଇ ଅନିଶ୍ଚିତତା ଦେଖା ଦେଇଛି। ରଥ କାମରେ ବ୍ୟବହୃତ ହେଉଥିବା କାଠଗୁଡ଼ିକୁ ପୁନଃ ବ୍ୟବହାର ପାଇଁ ଅତିଯତ୍ନ ସହକାରେ ରଥ ଗୋଦାମରେ ରଖାଯାଇଥାଏ। ନୂତନ ଗୋଦାମ ନିର୍ମାଣ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ କିଛି ବିଚାର କରା ନ ଯାଇ ରଥ ଗୋଦାମ ଘରକୁ ଭାଙ୍ଗି ଦିଆଯାଇଛି। ରଥ କାଠଗୁଡିକୁ ଅସ୍ଥାୟୀ ପଲିଥିନ ଛାଉଣିରେ ରଖାହେବା ଦ୍ୱାରା ୬ ମାସ ମଧ୍ୟରେ କାଠଗୁଡ଼ିକ ଖରାବର୍ଷା ଖାଇ ବ୍ୟବହାର ଅନୁପଯୋଗୀ ହୋଇପଡ଼ିଛି। ସେହିପରି ୨୦୧୬ରୁ ରଥ ଚକରେ ହାଲ ଚପାଇବାରେ ଅସୁବିଧା ହେଉଥିବାରୁ ନୂତନ ହାଲ ଯୋଗାଇବାକୁ ଲିଖିତ ଭାବେ ଜଣା ଯାଇଥିଲେ ସୁଦ୍ଧା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ ବୋଲି ମୁଖ୍ୟ ରଥ ମହାରଣା ରବୀନ୍ଦ୍ର ମହାରଣା କହିଛନ୍ତି ା ଅନ୍ୟ ପକ୍ଷରେ ମହାପ୍ରଭୁଙ୍କ ରଥକାମରେ ନିୟୋଜିତ ଥିବା ରଥ ବାର୍ଛିଆମାନଙ୍କୁ ସେବାୟତର ମାନ୍ୟତା ଘୋଷଣା କରାଯାଉ ନ ଥିବାରୁ ରଥ କାର୍ଯ୍ୟ କରିବାରେ ବାଧା ସୃଷ୍ଟି ହେଉଛି। ରଥ ମହାରଣାମାନଙ୍କର ଜାଗିରି ଜମିଗୁଡ଼ିକ ସୁବର୍ଣ୍ଣରେଖା କେନାଲରେ ଚାଲିଯାଇଛି। ଏଗୁଡ଼ିକୁ ସରକାରୀ ଜମି ଭାବି ଲୋକମାନେ ଜବରଦଖଲ କରି ଚାଷ କରୁଛନ୍ତି। ଜବର ଦଖଲ ହଟାଇବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜଣାଇବା ସତ୍ତ୍ୱେ ପ୍ରଶାସନ ପକ୍ଷରୁ କୌଣସି ନ୍ୟାୟ ପ୍ରଦାନ କରାଯାଉନାହିଁ। ପ୍ରତିନିଧି ଦଳରେ ହରିଶ୍ଚନ୍ଦ୍ର ମହାରଣା, କ୍ଷୀତିଶ ଚନ୍ଦ୍ର ମହାରଣା, ଆଲୋକ ନାଥ ମହାରଣା, ହରିମୋହନ ମହାରଣା ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri