ନିଜ ଅଞ୍ଚଳରେ କାମ ନାହିଁ, ଆନ୍ଧ୍ରମୁହାଁ ଶ୍ରମିକ

ପଟ୍ଟାଙ୍ଗୀ,୨୯ା୨(ଶରତ ଧଳ): ରାଜ୍ୟ ସରକାରଙ୍କ ପକ୍ଷରୁ ମିଳୁୁଥିବା କାମରେ ଶ୍ରମିକମାନେ ଉଚିତ ମଜୁରି ପାଉନାହାନ୍ତି। ନିଜ ଗ୍ରାମରେ ମଧ୍ୟ ସେମାନଙ୍କୁ କାମ ମିଳୁନାହିଁ। ଫଳରେ ସେମାନେ କାମପାଇଁ ବାହାର ରାଜ୍ୟମୁହାଁ ହେଉଛନ୍ତି। ଏପରି ଅଭିଯୋଗ ଆଣିଛନ୍ତି କାମ ପାଇଁ ପଡ଼ୋଶୀ ଆନ୍ଧ୍ର ଉପରେ ନିର୍ଭର କରୁଥିବା କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କେତେକ ପଞ୍ଚାୟତର ଶ୍ରମିକମାନେ। ସେମାନେ ଆନ୍ଧ୍ରର ସାଲୁର ଅଞ୍ଚଳକୁ ଦାଦନ ଖଟିବାକୁ ଯାଇଥାନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ମେଶିନ ଦ୍ୱାରା କରାଯାଉଛି। ମେଟ୍‌ମାନେ ଗ୍ରାମଗୁଡିକରେ ହେଉଥିବା ଉନ୍ନୟନମୂଳକ କାର୍ଯ୍ୟରେ ସେହି ଗ୍ରାମର ଲୋକଙ୍କୁ ଶ୍ରମିକ ଭାବେ ନ ନେଇ ଅନ୍ୟ ଗ୍ରାମରୁ ଲୋକଙ୍କୁ ଆଣି କାମ କରାଉଛନ୍ତି ବୋଲି ବ୍ଲକର ଗାଙ୍ଗରାଜପୁର, ଚନ୍ଦକା ଓ ସୁଙ୍କି ପଞ୍ଚାୟତର ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଉପରୋକ୍ତ ପଞ୍ଚାୟତର ଗ୍ରାମବାସୀ ନିକଟରେ ଅଟୋ ଯୋଗେ ସାଲୁର ବ୍ଲକକୁ ଯାଇ ସେଠାରୁ ଶ୍ରମିକଙ୍କୁ ନେଉଥିବା ଗାଡି ବିଭିନ୍ନ ସ୍ଥାନକୁ ଚାଲିଯାଇଥିବାରୁ ସେମାନେ ନିରାଶ ହୋଇ ଫେରିଥିଲେ। କାମ ପାଇଁ ଶ୍ରମିକମାନଙ୍କ ଏପରି ସ୍ଥିତି ଗ୍ରାମାଞ୍ଚଳରେ କାର୍ଯ୍ୟକାରୀ ହେଉଥିବା ଏମ୍‌ଜିଏନ୍‌ଆରଇଜିଏସ୍‌ର କାର୍ଯ୍ୟକାରିତା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଜିଲା ଓ ବ୍ଳକ ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri