ଜିଲାର ୫୩ ସ୍କୁଲରେ ଗୋଟିଏ ଲେଖାଏ ଶ୍ରେଣୀଗୃହ

କଟକ ଅଫିସ,୧୧ା୫: ଉନ୍ନତ ଶିକ୍ଷାଦାନ ସହ ବିଦ୍ୟାଳୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରଚୁର ଟଙ୍କା ଖର୍ଚ୍ଚ କରୁଛନ୍ତି। ଏପରିକି ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ କରାଯାଉଛି। ତଥାପି ଅନେକ ବିଦ୍ୟାଳୟର ସ୍ଥିତି ସୁଧୁରିପାରୁନାହିଁ। କେଉଁଠି ଶିକ୍ଷକ ସମସ୍ୟା ତ ଆଉ କେଉଁଠାରେ ଶ୍ରେଣୀଗୃହ ସମେତ ଅନ୍ୟ ଭିତ୍ତିଭୂମିର ଅଭାବ ଲାଗିରହିଛି। କଟକ ଜିଲାର ଅନେକ ପ୍ରାଥମିକ ସ୍କୁଲରେ ଏଭଳି ସମସ୍ୟା ଦେଖିବାକୁ ମିଳିଛି। ଜିଲାରେ ୫୩ଟି ପ୍ରାଥମିକ ବିଦ୍ୟାଳୟରେ ମାତ୍ର ଗୋଟିଏ ଲେଖାଏ ଶ୍ରେଣୀଗୃହ ରହିଛି, ଯାହା ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ଅସଲ ଚିତ୍ରକୁ ପଦାରେ ପକାଉଛି।
ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକର୍ଷିତ କରିବା ଲାଗି ଅନେକ ସରକାରୀ ଯୋଜନା କାର୍ଯ୍ୟକାରୀ ହେଉଛି। ଯେପରି ୬ରୁ ୧୪ବର୍ଷର ସମସ୍ତ ପିଲା ବିଦ୍ୟାଳୟକୁ ଆସି ପାଠ ପଢିବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ଏପରିକି ଛାତ୍ରୀଛାତ୍ରଙ୍କୁ ଆକର୍ଷିତ କରିବା ଲାଗି ମଧ୍ୟାହ୍ନଭୋଜନ, ଡ୍ରେସ୍‌ କୋଡ୍‌, ମାଗଣା ପୁସ୍ତକ ଯୋଗାଣ ଭଳି ଅନେକ ଯୋଜନା ହୋଇଛି। ମାତ୍ର ପ୍ରାଥମିକ ଶିକ୍ଷା ନେଇ ଭିତ୍ତିଭୂମିର ବିକାଶ ପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ସରକାରୀ ଉଚ୍ଚ ବିଦ୍ୟାଳୟକୁ ୫-ଟି ଯୋଜନାରେ ସୌନ୍ଦର୍ଯ୍ୟକରଣ କରାଯିବା ସହ ଅତ୍ୟାଧୁନିକ ଶିକ୍ଷାଦାନ ବ୍ୟବସ୍ଥା ହୋଇଛି। ମାତ୍ର ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଅନେକ ସମସ୍ୟା ଲାଗିରହିଛି। କଟକ ଜିଲାରେ ଥିବା ୮୨୨ରୁ ଅଧିକ ପ୍ରାଥମିକ ବିଦ୍ୟାଳୟ ମଧ୍ୟରୁ ୫୩ ବିଦ୍ୟାଳୟରେ ଗୋଟିଏ ଲେଖାଏ ଶ୍ରେଣୀଗୃହ ରହିଥିବା ବେଳେ ୫୦୦ଟି ବିଦ୍ୟାଳୟରେ ୨ଟି ଲେଖାଏ ଶ୍ରେଣୀଗୃହ ରହିଛି। ସେହିପରି ୨୬୨ଟି ବିଦ୍ୟାଳୟରେ ୩ରୁ ଅଧିକ ଶ୍ରେଣୀଗୃହ ଥିବା ସରକାରୀ ତଥ୍ୟରୁ ସୂଚନା ମିଳିଛି। ପ୍ରାଥମିକ ଶିକ୍ଷା ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ଜୀବନରେ ଗୁରୁତ୍ୱ ବହନ କରିଥାଏ। ଏହିଠାରୁ ହିଁ ଶିକ୍ଷାର ମୂଳଦୁଆ ପଡ଼ିିଥାଏ। ମାତ୍ର ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ସରକାରୀ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ପରିଲକ୍ଷିତ ହୋଇଛି। ବହୁ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ନାହିଁ। ଏପରିକି ଗୋଟିଏ ଶ୍ରେଣୀଗୃହରେ ଏକାଧିକ ଶ୍ରେଣୀର ବିଦ୍ୟାର୍ଥୀ ବସି ପାଠ ପଢୁଛନ୍ତି। ଭିତ୍ତିଭୂମି ଅଭାବ ଓ ଅତ୍ୟାଧୁନିକ ପଦ୍ଧତିରେ ଶିକ୍ଷାଦାନ କରାଯାଉ ନ ଥିବାରୁ ବିଭିନ୍ନ ଘରୋଇ ବିଦ୍ୟାଳୟ ପ୍ରତି ଆଗ୍ରହ ବଢିବାରେ ଲାଗିଛି। ବହୁ ଅଭିଭାବକ ସେମାନଙ୍କ ପିଲାଙ୍କୁ ସରକାରୀ ସ୍କୁଲ ପରିବର୍ତ୍ତେ ଘରୋଇ ବିଦ୍ୟାଳୟରେ ନାମ ଲେଖାଉଛନ୍ତି। ଅନ୍ୟପକ୍ଷରେ ଏ ନେଇ ବିଭାଗୀୟ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri