ଜିଲାର ୫୩ ସ୍କୁଲରେ ଗୋଟିଏ ଲେଖାଏ ଶ୍ରେଣୀଗୃହ

କଟକ ଅଫିସ,୧୧ା୫: ଉନ୍ନତ ଶିକ୍ଷାଦାନ ସହ ବିଦ୍ୟାଳୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରଚୁର ଟଙ୍କା ଖର୍ଚ୍ଚ କରୁଛନ୍ତି। ଏପରିକି ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ କରାଯାଉଛି। ତଥାପି ଅନେକ ବିଦ୍ୟାଳୟର ସ୍ଥିତି ସୁଧୁରିପାରୁନାହିଁ। କେଉଁଠି ଶିକ୍ଷକ ସମସ୍ୟା ତ ଆଉ କେଉଁଠାରେ ଶ୍ରେଣୀଗୃହ ସମେତ ଅନ୍ୟ ଭିତ୍ତିଭୂମିର ଅଭାବ ଲାଗିରହିଛି। କଟକ ଜିଲାର ଅନେକ ପ୍ରାଥମିକ ସ୍କୁଲରେ ଏଭଳି ସମସ୍ୟା ଦେଖିବାକୁ ମିଳିଛି। ଜିଲାରେ ୫୩ଟି ପ୍ରାଥମିକ ବିଦ୍ୟାଳୟରେ ମାତ୍ର ଗୋଟିଏ ଲେଖାଏ ଶ୍ରେଣୀଗୃହ ରହିଛି, ଯାହା ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ଅସଲ ଚିତ୍ରକୁ ପଦାରେ ପକାଉଛି।
ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକର୍ଷିତ କରିବା ଲାଗି ଅନେକ ସରକାରୀ ଯୋଜନା କାର୍ଯ୍ୟକାରୀ ହେଉଛି। ଯେପରି ୬ରୁ ୧୪ବର୍ଷର ସମସ୍ତ ପିଲା ବିଦ୍ୟାଳୟକୁ ଆସି ପାଠ ପଢିବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ଏପରିକି ଛାତ୍ରୀଛାତ୍ରଙ୍କୁ ଆକର୍ଷିତ କରିବା ଲାଗି ମଧ୍ୟାହ୍ନଭୋଜନ, ଡ୍ରେସ୍‌ କୋଡ୍‌, ମାଗଣା ପୁସ୍ତକ ଯୋଗାଣ ଭଳି ଅନେକ ଯୋଜନା ହୋଇଛି। ମାତ୍ର ପ୍ରାଥମିକ ଶିକ୍ଷା ନେଇ ଭିତ୍ତିଭୂମିର ବିକାଶ ପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ସରକାରୀ ଉଚ୍ଚ ବିଦ୍ୟାଳୟକୁ ୫-ଟି ଯୋଜନାରେ ସୌନ୍ଦର୍ଯ୍ୟକରଣ କରାଯିବା ସହ ଅତ୍ୟାଧୁନିକ ଶିକ୍ଷାଦାନ ବ୍ୟବସ୍ଥା ହୋଇଛି। ମାତ୍ର ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ଅନେକ ସମସ୍ୟା ଲାଗିରହିଛି। କଟକ ଜିଲାରେ ଥିବା ୮୨୨ରୁ ଅଧିକ ପ୍ରାଥମିକ ବିଦ୍ୟାଳୟ ମଧ୍ୟରୁ ୫୩ ବିଦ୍ୟାଳୟରେ ଗୋଟିଏ ଲେଖାଏ ଶ୍ରେଣୀଗୃହ ରହିଥିବା ବେଳେ ୫୦୦ଟି ବିଦ୍ୟାଳୟରେ ୨ଟି ଲେଖାଏ ଶ୍ରେଣୀଗୃହ ରହିଛି। ସେହିପରି ୨୬୨ଟି ବିଦ୍ୟାଳୟରେ ୩ରୁ ଅଧିକ ଶ୍ରେଣୀଗୃହ ଥିବା ସରକାରୀ ତଥ୍ୟରୁ ସୂଚନା ମିଳିଛି। ପ୍ରାଥମିକ ଶିକ୍ଷା ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ଜୀବନରେ ଗୁରୁତ୍ୱ ବହନ କରିଥାଏ। ଏହିଠାରୁ ହିଁ ଶିକ୍ଷାର ମୂଳଦୁଆ ପଡ଼ିିଥାଏ। ମାତ୍ର ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ସରକାରୀ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ପରିଲକ୍ଷିତ ହୋଇଛି। ବହୁ ବିଦ୍ୟାଳୟରେ ଆବଶ୍ୟକ ଶ୍ରେଣୀଗୃହ ନାହିଁ। ଏପରିକି ଗୋଟିଏ ଶ୍ରେଣୀଗୃହରେ ଏକାଧିକ ଶ୍ରେଣୀର ବିଦ୍ୟାର୍ଥୀ ବସି ପାଠ ପଢୁଛନ୍ତି। ଭିତ୍ତିଭୂମି ଅଭାବ ଓ ଅତ୍ୟାଧୁନିକ ପଦ୍ଧତିରେ ଶିକ୍ଷାଦାନ କରାଯାଉ ନ ଥିବାରୁ ବିଭିନ୍ନ ଘରୋଇ ବିଦ୍ୟାଳୟ ପ୍ରତି ଆଗ୍ରହ ବଢିବାରେ ଲାଗିଛି। ବହୁ ଅଭିଭାବକ ସେମାନଙ୍କ ପିଲାଙ୍କୁ ସରକାରୀ ସ୍କୁଲ ପରିବର୍ତ୍ତେ ଘରୋଇ ବିଦ୍ୟାଳୟରେ ନାମ ଲେଖାଉଛନ୍ତି। ଅନ୍ୟପକ୍ଷରେ ଏ ନେଇ ବିଭାଗୀୟ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?