୨୧ଶହ ବିଦ୍ୟାଳୟରେ ଜଣେ ଲେଖାଏ ଶିକ୍ଷକ

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଥିବା ସରକାର କହୁଛନ୍ତି। ଏପରି କି ବିଦ୍ୟାଳୟକୁ ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇ ଉନ୍ନତ ଏବଂ ଶୈକ୍ଷିକ ବାତାବରଣ ସୃଷ୍ଟି କରାଯାଉଛି। ଭିତ୍ତିଭୂମି ବିକାଶ ସହ ଆଧୁନିକୀକରଣ କରାଯାଉଛି। ହେଲେ ଶିକ୍ଷକ ଅଭାବ ଏହି ସବୁ ବ୍ୟବସ୍ଥାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ରାଜ୍ୟର ୨୧୦୭ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ମାତ୍ର ଜଣେ ଲେଖାଏ ଶିକ୍ଷକ ରହିଛନ୍ତି। ଭାଜପା ବିଧାୟକ ଗଣେଶ ରାମ ସିଂଙ୍କ ଦ୍ୱାରା ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ବୁଧବାର ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଧାନସଭାରେ ଉତ୍ତର ରଖିଛନ୍ତି। ରାଜ୍ୟରେ ୩୦,୩୭୭ ପ୍ରାଥମିକ ବିଦ୍ୟାଳୟ, ୧୯,୨୩୮ ଉଚ୍ଚ ପ୍ରାଥମିକ, ୨୬୦୧ ଇଂରାଜି ମାଧ୍ୟମ ଏବଂ ୧୦,୦୧୭ ହାଇସ୍କୁଲ ରହିଛି। ସେଥିମଧ୍ୟରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ୧,୬୭୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ ରହିଛନ୍ତି। ମୟୂରଭଞ୍ଜ ଜିଲାରେ ସର୍ବାଧିକ ୧୭୧ ଏବଂ ଗଞ୍ଜାମର ୧୩୪ ବିଦ୍ୟାଳୟ ଜଣେ ଲେଖାଏ ଶିକ୍ଷକରେ ଚାଲିଛି। ଏହା ବ୍ୟତୀତ ୪୩୫ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଜଣେ ମାତ୍ର ଶିକ୍ଷକରେ ଚାଲିଛି ବୋଲି ମନ୍ତ୍ରୀ ଦାଶ ଗୃହରେ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ମନ୍ତ୍ରୀ ଦାଶଙ୍କ ଲମ୍ବା ଉତ୍ତରକୁ ନେଇ ବାଚସ୍ପତି ଅସନ୍ତୋଷ ପ୍ରକାଶ କରିଥିଲେ। ଆଗାମୀ ସମୟରେ ସଂକ୍ଷିପ୍ତ ଉତ୍ତର ଦେବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲଙ୍କ ଏକ ପ୍ରଶ୍ନର ଉତ୍ତରରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୧୦ ମିନିଟ ଧରି ଗୃହରେ ଉତ୍ତର ପଢ଼ିବାରୁ ବାଚସ୍ପତି ଅସନ୍ତୋଷ ପ୍ରକାଶ କରିଥିଲେ। ମନ୍ତ୍ରୀଙ୍କୁ ପରାମର୍ଶ ଦେଇ ଗୃହରେ ସଂକ୍ଷିପ୍ତ ଉତ୍ତର ରଖିବାକୁ ବାଚସ୍ପତି କହିଛନ୍ତି। ଅଯଥା ଗୃହର ସମୟ ନଷ୍ଟ କରନ୍ତୁ ନାହିଁ ବୋଲି ସେ ମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ୨୦୨୧ ଡିସେମ୍ବର ୩୧ ସୁଦ୍ଧା ଉଚ୍ଚ ବିଦ୍ୟାଳୟରେ ୧୧,୪୦୩ ଶିକ୍ଷକ ପଦବୀ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୮୫୨ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୭୪ ପଦବୀ ଖାଲି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri