୨୧ଶହ ବିଦ୍ୟାଳୟରେ ଜଣେ ଲେଖାଏ ଶିକ୍ଷକ

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଥିବା ସରକାର କହୁଛନ୍ତି। ଏପରି କି ବିଦ୍ୟାଳୟକୁ ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇ ଉନ୍ନତ ଏବଂ ଶୈକ୍ଷିକ ବାତାବରଣ ସୃଷ୍ଟି କରାଯାଉଛି। ଭିତ୍ତିଭୂମି ବିକାଶ ସହ ଆଧୁନିକୀକରଣ କରାଯାଉଛି। ହେଲେ ଶିକ୍ଷକ ଅଭାବ ଏହି ସବୁ ବ୍ୟବସ୍ଥାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ରାଜ୍ୟର ୨୧୦୭ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ମାତ୍ର ଜଣେ ଲେଖାଏ ଶିକ୍ଷକ ରହିଛନ୍ତି। ଭାଜପା ବିଧାୟକ ଗଣେଶ ରାମ ସିଂଙ୍କ ଦ୍ୱାରା ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ବୁଧବାର ବିଦ୍ୟାଳୟ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଧାନସଭାରେ ଉତ୍ତର ରଖିଛନ୍ତି। ରାଜ୍ୟରେ ୩୦,୩୭୭ ପ୍ରାଥମିକ ବିଦ୍ୟାଳୟ, ୧୯,୨୩୮ ଉଚ୍ଚ ପ୍ରାଥମିକ, ୨୬୦୧ ଇଂରାଜି ମାଧ୍ୟମ ଏବଂ ୧୦,୦୧୭ ହାଇସ୍କୁଲ ରହିଛି। ସେଥିମଧ୍ୟରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ୧,୬୭୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ ରହିଛନ୍ତି। ମୟୂରଭଞ୍ଜ ଜିଲାରେ ସର୍ବାଧିକ ୧୭୧ ଏବଂ ଗଞ୍ଜାମର ୧୩୪ ବିଦ୍ୟାଳୟ ଜଣେ ଲେଖାଏ ଶିକ୍ଷକରେ ଚାଲିଛି। ଏହା ବ୍ୟତୀତ ୪୩୫ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଜଣେ ମାତ୍ର ଶିକ୍ଷକରେ ଚାଲିଛି ବୋଲି ମନ୍ତ୍ରୀ ଦାଶ ଗୃହରେ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ମନ୍ତ୍ରୀ ଦାଶଙ୍କ ଲମ୍ବା ଉତ୍ତରକୁ ନେଇ ବାଚସ୍ପତି ଅସନ୍ତୋଷ ପ୍ରକାଶ କରିଥିଲେ। ଆଗାମୀ ସମୟରେ ସଂକ୍ଷିପ୍ତ ଉତ୍ତର ଦେବାକୁ ବାଚସ୍ପତି ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ବିଜେଡି ସଭ୍ୟ ପ୍ରଫୁଲ୍ଲ ସାମଲଙ୍କ ଏକ ପ୍ରଶ୍ନର ଉତ୍ତରରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୧୦ ମିନିଟ ଧରି ଗୃହରେ ଉତ୍ତର ପଢ଼ିବାରୁ ବାଚସ୍ପତି ଅସନ୍ତୋଷ ପ୍ରକାଶ କରିଥିଲେ। ମନ୍ତ୍ରୀଙ୍କୁ ପରାମର୍ଶ ଦେଇ ଗୃହରେ ସଂକ୍ଷିପ୍ତ ଉତ୍ତର ରଖିବାକୁ ବାଚସ୍ପତି କହିଛନ୍ତି। ଅଯଥା ଗୃହର ସମୟ ନଷ୍ଟ କରନ୍ତୁ ନାହିଁ ବୋଲି ସେ ମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ୨୦୨୧ ଡିସେମ୍ବର ୩୧ ସୁଦ୍ଧା ଉଚ୍ଚ ବିଦ୍ୟାଳୟରେ ୧୧,୪୦୩ ଶିକ୍ଷକ ପଦବୀ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୮୫୨ ଶିକ୍ଷକ ପଦବୀ ଖାଲି ପଡ଼ିଛି। ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୭୪ ପଦବୀ ଖାଲି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri