ନିୟମିତ ଆସୁନାହାନ୍ତି ଅଙ୍ଗନବାଡି କର୍ମୀ, ଶିକ୍ଷାଦାନରେ ଅବ୍ୟବସ୍ଥାକୁ ନେଇ ଜନ ଅସନ୍ତୋଷ

ଦାରିଙ୍ଗବାଡି, ୯।୮(ଅରୁଣ ସାହୁ ): ଶିଶୁଙ୍କ ଶିକ୍ଷା ସହ ସ୍ବାସ୍ଥ୍ୟରେ ଉନ୍ନତି ଆଣିବା ଅପପୁଷ୍ଟି ରୋକିବା ଦିଗରେ ସରକାରଙ୍କ ପକ୍ଷରୁ ଅନେକ ଯୋଜନା କରାଯିବା ସହ ସେମାନଙ୍କ ପାଇଁ ମାଗଣା ଛତୁଆ, ଅଣ୍ଡା ସହ ବିଭିନ୍ନ ପୁଷ୍ଟିକର ଖାଦ୍ୟ ଯୋଗାଇଦିଆଯାଉଛି। ଏହି ସବୁ ଯୋଜନା ଅଙ୍ଗନବାଡି କେନ୍ଦ୍ରରେ ଶିଶୁ ଓ ପ୍ରସୂତି ମହିଳାଙ୍କ ପାଇଁ ବ୍ୟବସ୍ଥା କରାଯାଇଛି ହେଲେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ହାତୀମୁଣ୍ଡା ପଞ୍ଚାୟତ ପୀଡଡ଼ମା ଅଙ୍ଗନବାଡି କେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ଦେଖାଯାଇଛି। ଅଙ୍ଗନବାଡି କର୍ମୀ ନିମନ୍ତି ବଳିୟାରସିଂ ବିଭିନ୍ନ କାର୍ଯ୍ୟ ଦେଖାଇ କେନ୍ଦ୍ରକୁ ନିୟମିତ ଆସନ୍ତି ନାହିଁକି ଶିଶୁଙ୍କ ପାଇଁ ସରକାର ଦେଉଥିବା ବିଭିନ୍ନ ଅନୁଦାନ ଯଥା ପାଠ୍ୟ ସାମଗ୍ରୀ, କେନ୍ଦ୍ରକୁ ସୌନ୍ଦର୍ଯ୍ୟକରଣ ପାଇଁ ୱାଲ ପେଣ୍ଟ କରାଇବା ଆଦି ଅବହେଳା କରନ୍ତି ଓ ଅନୁଦାନକୁ ତୋସାରପାତ କରୁଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଗ୍ରାମବାସୀ ଏନେଇ ତାଙ୍କୁ ପଚାରିଲେ କୁଆଡେ କର୍ମୀ ଜଣକ ଧମକଚମକ ଦେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଶିଶୁଙ୍କୁ କେନ୍ଦ୍ରକୁ ନିୟମିତ ଆସିବାପାଇଁ ଆକୃଷ୍ଟ କରାଯିବା ପାଇଁ କେନ୍ଦ୍ରରେ ୱାଲ ପେଣ୍ଟ ସହ ବିଭିନ୍ନ ଚିତ୍ର, ପାଠ୍ୟ ଉପକରଣ ନ ଥିବାରୁ ଶିକ୍ଷାରେ ବାଧାପ୍ରାପ୍ତ ହେବା ସହ କେବଳ ସହାୟକ ମାଧ୍ୟମରେ କେନ୍ଦ୍ର ପରିଚାଳନା ହେଉଛି। ଏନେଇ ଅଙ୍ଗନବାଡି କର୍ମୀ ନିମନ୍ତି ବଳିୟାରସିଂ କୁହନ୍ତି, ସେ ନିୟମିତ ଆସନ୍ତି ହେଲେ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଇଣ୍ଟରନେଟ ବ୍ୟବସ୍ଥା ନ ଥିବାରୁ ମୋତେ ଅନେକ ସମୟରେ ଇଣ୍ଟରନେଟ ପାଇଁ ବାହାରକୁ ଯିବାକୁ ପଡୁଛି ବୋଲି କହିଛନ୍ତି। ମୁଁ କେନ୍ଦ୍ର ଠାରୁ ଦୂରରେ ରହୁଥିବାରୁ କେନ୍ଦ୍ରରେ ବିଳମ୍ବରେ ପହଞ୍ଚିଛି ବୋଲି କହିଛନ୍ତି। ଏନେଇ ଦାରିଙ୍ଗବାଡି ସିଡିପିଓ ଅଞ୍ଜଳି ମହାପାତ୍ର କହିଛନ୍ତି , ଏ ସମ୍ପର୍କରେ ସେ ତଦନ୍ତ କରିବେ ଯଦି କେନ୍ଦ୍ର ଅନିୟମିତତାରେ ଚାଲିଥିବ ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri