କଂଗ୍ରେସ ବିଧାୟକ ଦଳ ବୈଠକରେ ତାରାଙ୍କ ଅନୁପସ୍ଥିତି ନେଇ ଚର୍ଚ୍ଚା

ଭୁବନେଶ୍ୱର, ୨୩। ୭(ସୁନିତ୍‌ ମିଶ୍ର): କଂଗ୍ରେସ ବିଧାୟକ ଦଳ ବୈଠକ ସୋମବାର ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଛି। ନୂତନ ଭାବେ ନିଯୁକ୍ତ ହୋଇଥିବା ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ନେତୃତ୍ୱରେ ଏହି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତି ସାମିଲ ହୋଇ ନାହାନ୍ତି। ତାଙ୍କ ବଦଳରେ ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କୁ ବିଧାୟକ ଦଳ ନେତା କରାଯାଇଥିବାରୁ ତାରା ଅସନ୍ତୁଷ୍ଟ ହୋଇ ବୈଠକରେ ସାମିଲ ହୋଇ ନ ଥିବା ଚର୍ଚ୍ଚା ହେଉଛି। ତେବେ ବରିଷ୍ଠତା ଦୃଷ୍ଟିରୁ ତାଙ୍କୁ ଏହି ପଦ ମିଳିବ ବୋଲି କୁହାଯାଉଥିଲା। ଅନ୍ୟପକ୍ଷରେ ବିଧାୟକ ଦଳ ବୈଠକ ନେଇ ସେ କିଛି ଜାଣି ନ ଥିବା ଏବଂ ତାଙ୍କୁ କେହି ଡାକି ନ ଥିଲେ ବୋଲି ତାରା କହିଛନ୍ତି। ସେ କହିଛନ୍ତି, ଆଜି ବିଧାୟକ ଦଳ ବୈଠକ ବସିବ ବୋଲି ତାଙ୍କ ପାଖକୁ କୌଣସି ଫୋନ୍‌ ଆସି ନ ଥିଲା। ବୈଠକ ବସିବ ବୋଲି ତାଙ୍କୁ କୁହାଯାଇନି। ତେବେ ସାନଖେମୁଣ୍ଡି ବିଧାୟକ ରମେଶ ଜେନା ବିଳମ୍ବରେ ଆସି ବୈଠକରେ ଯୋଗ ଦେଇଥିଲେ। ହେଲେ ବିଧାନସଭା କାର୍ଯ୍ୟରେ ତାରାପ୍ରସାଦ ବାହିନୀପତି ସାମିଲ ହୋଇଥିଲେ। ଅନ୍ୟପଟେ କାଡାମଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରକାରଙ୍କୁ କାଉଣ୍ଟର କରିବା ପାଇଁ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛି। ତେବେ ରାଜ୍ୟପାଳଙ୍କ ପୁଅ କାର୍ଯ୍ୟରତ ଏଏସ୍‌ଓଙ୍କୁ ଆକ୍ରମଣ କରିବା ଘଟଣାକୁ ନେଇ ଦଳ ପ୍ରଥମ ଦିନ ସରକାରକୁ ଘେରିବା ସହିତ କକ୍ଷତ୍ୟାଗ କରିବାକୁ ନିଷ୍ପତ୍ତି ନେଇଥିଲା। ସେହିକ୍ରମରେ ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କଂଗ୍ରେସ ବିଧାୟକମାନେ କକ୍ଷତ୍ୟାଗ କରିଥିଲେ। ଆଗକୁ କେଉଁ ପ୍ରସଙ୍ଗରେ ଦଳ ସରକାରଙ୍କୁ ଘେରିବ ସେନେଇ ମଙ୍ଗଳବାର ଅଧିବେଶନ ଆରମ୍ଭ ହେବାର ଘଣ୍ଟାଏ ପୂର୍ବରୁ ଆଉଥରେ ବିଧାୟକ ଦଳ ବୈଠକ କରି ନିଷ୍ପତ୍ତି ନେବ ବୋଲି ବିଧାୟକ ଦାଶରଥି ଗମାଙ୍ଗ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ବିଧାୟକ ଦଳ ନେତା ପଦବୀକୁ ନେଇ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ଏବଂ ରାମଚନ୍ଦ୍ର କାଡାମଙ୍କ ନାଁ ଚର୍ଚ୍ଚାରେ ଥିଲା। ତାରା ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଥିବା ବେଳେ କାଡାମ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ହେଲେ ଦଳ କାଡାମଙ୍କ ଉପରେ ଭରସା କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri