ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ଲଢ଼ିବା ଚର୍ଚ୍ଚା

ଭୁବନେଶ୍ୱର, ୨୮।୯(ସୁନିତ୍‌ ମିଶ୍ର):ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଓଡ଼ିଶା ଗସ୍ତକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱଶର୍ମା ଶୁକ୍ରବାର ୨ ଘଣ୍ଟିଆ ଓଡ଼ିଶା ଗସ୍ତରେ ଆସି ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ସେ ସ୍ବଳ୍ପ ସମୟର ଗସ୍ତ ଅବସରରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ଆଲୋଚନା କରିଛନ୍ତି। ତେବେ ନିକଟରେ ଝାଡ଼ଖଣ୍ଡ ନିର୍ବାଚନ ହେବାକୁ ଥିବାବେଳେ ହିମନ୍ତ ସେଠାକାର ନିର୍ବାଚନ ପ୍ରଭାରୀ ଦାୟିତ୍ୱରେ ଅଛନ୍ତି। ରଘୁବର ଦାସ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଥିବାବେଳେ ଏଥର ସେ ପୁଣି ସକ୍ରିୟ ରାଜନୀତିକୁ ଫେରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଯଦି ରଘୁବର ଝାଡ଼ଖଣ୍ଡରେ ନିର୍ବାଚନ ଲଢ଼ନ୍ତି ତେବେ ସେ ରାଜ୍ୟପାଳ ପଦବୀ ଛାଡ଼ି ତାଙ୍କ ରାଜ୍ୟକୁ ଫେରିବା ନେଇ ଚର୍ଚ୍ଚା ଚାଲିଥିବା ବେଳେ ହିମନ୍ତଙ୍କ ୨ଘଣ୍ଟିଆ ରାଜଭବନ ଗସ୍ତ ଏଭଳି ଆଲୋଚନାକୁ ଆହୁରି ଖୋରାକ ଯୋଗାଇଛି। ତେବେ ବିମାନବନ୍ଦରରେ ହିମନ୍ତ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ସେ ୨ ଘଣ୍ଟା ପାଇଁ ରାଜ୍ୟ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ଓଡ଼ିଶାର ରାଜ୍ୟପାଳଙ୍କୁ ଭେଟିବେ। ତାଙ୍କର ରାଜ୍ୟପାଳଙ୍କ ସହ କିଛି ବ୍ୟକ୍ତିଗତ ଆଲୋଚନା କରିବାର ଅଛି। ସେ ଝାଡ଼ଖଣ୍ଡର ନିର୍ବାଚନ ଦାୟିତ୍ୱରେ ଅଛନ୍ତି। ରଘୁବରଙ୍କୁ ସାକ୍ଷାତ ଏବଂ ନିର୍ବାଚନ ସହ କୌଣସି ସମ୍ପର୍କ ନ ଥିବା ହିମନ୍ତ କହିଛନ୍ତି। ହେଲେ ଏହି ଚର୍ଚ୍ଚାକୁ ହିମନ୍ତ ଖଣ୍ଡନ କରିଥିଲେ ମଧ୍ୟ ରାଜନୈତିକ ମହଲରେ ଏହାକୁ କେହି ଗ୍ରହଣ କରୁନାହାନ୍ତି। କାରଣ କିଛିଦିନ ତଳେ ରଘୁବର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ଏଥର ଝାଡ଼ଖଣ୍ଡରୁ ନିର୍ବାଚନ ଲଢ଼ିବାକୁ ଚାହଁୁଛନ୍ତି ବୋଲି କହିଥିବା ଚର୍ଚ୍ଚା ହେଉଥିଲା। ଏହାର କିଛିଦିନ ପରେ ହିମନ୍ତ ବିଶ୍ୱଶର୍ମା ଆସି ଓଡ଼ିଶାରେ ରଘୁବରଙ୍କୁ ଭେଟିବା ଉକ୍ତ ଆଲୋଚନାକୁ ଅଧିକ ସତେଜ କରିଦେଇଛି। ଅନ୍ୟପଟେ ଏହି ଅବସରରେ ଆସାମ ମୁଖ୍ୟମନ୍ତ୍ରୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମଧ୍ୟ ରାଜଭବନରେ ସାକ୍ଷାତକରି କିଛି ସମୟ ଆଲୋଚନା କରିଛନ୍ତି। ଏହି ଅବସରରେ ମୋହନ ତାଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିଥିବା ଦେଖିବାକୁ ମିଳିଛି।
ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଟ୍ରେନ୍‌ ଯୋଗେ ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରେଳ ଷ୍ଟେଶନଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ସେଠାରୁ ସେ ରାଜଭବନ ଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଭେଟି କିଛି ସମୟ ଆଲୋଚନା କରିଛନ୍ତି। ଏକ ଘରୋଇ କଲେଜର କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଭେଙ୍କୟା ଓଡ଼ିଶା ଆସିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ସେମିକଣ୍ଡକ୍ଟରରୁ ଡିଜିଟାଲ ପେମେଣ୍ଟ ପୁଣି AI ପର୍ଯ୍ୟନ୍ତ… ଭାରତ-ମାଲେସିଆ ମଧ୍ୟରେ ସ୍ବାକ୍ଷରିତ ହେଲା ୬ଟି ପ୍ରମୁଖ ଚୁକ୍ତି

କୁଆଲାଲମ୍ପୁର,୮।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଉପସ୍ଥିତିରେ ଭାରତ ଏବଂ ମାଲେସିଆ ମଧ୍ୟରେ ଛଅଟି ପ୍ରମୁଖ ଚୁକ୍ତି ସ୍ବାକ୍ଷରିତ ହୋଇଛି। କୁଆଲାଲମ୍ପୁରରେ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri