ରାସ୍ତାରେ ପାଣି, ଭାରରେ ବୁହା ହେଲେ ପ୍ରସୂତି

ଔପଦା,୩।୮(ଧରିତ୍ରୀ ପଣ୍ଡା)ବାଲେଶ୍ୱର ଜିଲାର ଔପଦା ବ୍ଲକର ରାଇରମଚନ୍ଦ୍ରପୁର ପଞ୍ଚାୟତର ପାହାଡ଼ ପାଦଦେଶରେ ଅବସ୍ଥିତ ଆଦିବାସୀ ଅଞ୍ଚଳ ରାଜସ୍ବ ଗ୍ରାମ ମହିଷାଡାଳିର କୁରାଢ଼ୀବସା ସାହିକୁ ରାସ୍ତା ନ ଥିବାରୁ ଜଣେ ଆଦିବାସୀ ଗର୍ଭବତୀ ପ୍ରସବ ପରେ ଘରକୁ ଭାରରେ ବୁହା ହେଉଥିବା ଭିଡିଓ ଭାଇରାଲ ହୋଇଛି। କୁରାଢ଼ୀବସା ସାହିର ଚନ୍ଦନ ମୁର୍ମୁଙ୍କ ସ୍ତ୍ରୀ ଦାନଗିଙ୍କ ପ୍ରସବ କରାଇବା ପାଇଁ ପ୍ରାୟ ୩ ଦିନ ପୂର୍ବେ ସୋର ଡାକ୍ତରଖାନାକୁ ଯାଇଥିଲେ। ପ୍ରସବ ପରେ ମହିଳା ଜଣଙ୍କ ଘରକୁ ଫେରୁଥିବା ବେଳେ ସାହିକୁ ଭଲ ରାସ୍ତା ନ ଥିବାରୁ ଲଘୁଚାପ ପ୍ରଭାବରେ ପାହାଡ଼ରୁ ବନ୍ୟା ଜଳ ସେହି ରାସ୍ତାରେ ପ୍ରବାହିତ ହେଉଥିଲା। ଶେଷରେ ତାଙ୍କର ପରିବାର ଲୋକେ ଉପାୟ ଶୂନ୍ୟ ହୋଇ ପ୍ରସୂତିଙ୍କୁ ଏକ ପ୍ଲାଷ୍ଟିକ ଚୌକିରେ ବସାଇ ଭାର କରି ଦେଢ଼ କି.ମି. ରାସ୍ତା ଅତିକ୍ରମ କରି ଘରେ ପହଞ୍ଚାଇଥିଲେ। ଏହି ପଞ୍ଚାୟତ ଦୁଇ ଥର ଆଦର୍ଶ ଗ୍ରାମ ପଞ୍ଚାୟତ ଭାବେ ମାନ୍ୟତା ପାଇଥିବା ବେଳେ ରାସ୍ତା ନ ଥିବାରୁ ପ୍ରସୂତିଙ୍କୁ ଭାରରେ ବୁହା ହେବା ଘଟଣା ଔପଦା ଅଞ୍ଚଳରେ ମୁଖ୍ୟ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri