ଜାତୀୟ ଉଦ୍ୟାନର ୩ ନଦୀ ସିଷ୍ଟମରେ ଜଳାଭାବ

କେନ୍ଦ୍ରାପଡ଼ା, ୨୬ା୬ (ଜଗନ୍ନାଥ ଧଳ): ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିଛି। ତେବେ କେନ୍ଦ୍ରାପଡ଼ା ଜିଲାରେ ଆଶାନୂରୂପକ ବର୍ଷା ହୋଇନାହିଁ। ଫଳରେ ଜିଲାରେ ଉତ୍କଟ ଜଳାଭାବ ଦେଖାଦେଇଛି। ଏପରି କି ଭିତରକନିକା ଆର୍ଦ୍ରଭୂମିକୁ ସଂଲଗ୍ନ କରୁଥିବା ୩ ନଦୀ ସିଷ୍ଟମ ଜଳାଭାବରୁ ଶୁଖିଲା ପଡିଛି। ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀ ସିଷ୍ଟମରେ ଥିବା ୭ ନଦୀରେ ଏବେ ପ୍ରଦୂଷିତ ଜଳ ପ୍ରବାହିତ ହେଉଛି। ଏହି ଜଳ ଜାତୀୟ ଉଦ୍ୟାନର ବହୁ କ୍ଷତି ଘଟାଇବ ବୋଲି ପରିବେଶବିତ୍‌ମାନେ ଆଶଙ୍କା ପ୍ରକାଶ କରିଛନ୍ତି।
ଏ ସମ୍ପର୍କରେ ପରିବେଶବିତ୍‌ ଅଧ୍ୟାପକ କ୍ଷୀତିଶ କୁମାର ସିଂହ କହିଛନ୍ତି, ଭିତରକନିକା ଆର୍ଦ୍ରଭୂମିରେ ପ୍ରଦୂଷିତ ଜଳକୁ ନେଇ ହାଇକୋର୍ଟରେ ଉଦ୍‌ବେଗ ପ୍ରକାଶ ପାଇଛି। ନିକଟରେ ଏହି ମାମଲାର ହାଇକୋର୍ଟ ପକ୍ଷରୁ ରହିଥିବା ଆମିକସକ୍ୟୁରୀ ମୋହିତ ଅଗ୍ରୱାଲ ଆଶଙ୍କା କରିଛନ୍ତି ଯେ, ବ୍ରାହ୍ମଣୀ ନଦୀ ଜଳ ଭିତରକନିକାକୁ ସର୍ବାଧିକ ପ୍ରଦୂଷିତ କରୁଛି। ନାଲ୍‌କୋ ଓ ଅନ୍ୟ ସାର ଶିଳ୍ପରୁ ନିର୍ଗତ ରାସାୟନିକ ଦ୍ରବ୍ୟ ବ୍ରାହ୍ମଣୀ ନଦୀକୁ ପ୍ରଦୂଷିତ କରୁଛି। ଏହି ଶିଳ୍ପଗୁଡ଼ିକ କୋଇଲା ସହିତ ଫ୍ଲୋରାଇଡ, ନାଇଟ୍ରୋଜେନ, ସିଆନାଇଡ, କ୍ରୋମିଅମ, ଫ୍ଲାଏ ଆଶ ସହିତ ଅନ୍ୟ ସାମଗ୍ରୀ ବ୍ୟବହାର କରୁଥିବାରୁ ଏହାର ଉଦ୍‌ବୃତତ୍ତ ଅଂଶ ବ୍ରାହ୍ମଣୀରେ ମିଶୁଛି। ଭିତରକନିକା ଜଳ ପ୍ରଦୂଷଣରେ ଅବାଧ ନୌଚଳାଚଳ, ବେଆଇନ ଭାବେ ରହିଥିବା ବାଂଲାଦେଶୀଙ୍କ ଦ୍ୱାରା ବନ କ୍ଷୟ ଓ ଚିଙ୍ଗୁଡି ଘେରି ଆଦି ନିର୍ମାଣ ଏହାର କାରଣ ହୋଇଛି। ଅପରପକ୍ଷରେ ଏହି ଆର୍ଦ୍ରଭୂମିକୁ ଆଗାମୀଦିନରେ ମଧୁର ଜଳ ମିଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ବ୍ରାହ୍ମଣୀ, ବୈତରଣୀ ଓ ମହାନଦୀର ସିଷ୍ଟମରେ ଥିବା କେନ୍ଦ୍ରାପଡ଼ା ଜିଲାର ୭ ନଦୀ ଓ ୨୭ ନାଳ ଭିତରକନିକାର ହେନ୍ତାଳ ବଣକୁ ବଞ୍ଚାଇ ରଖୁଛି। ତେବେ ବିଭିନ୍ନସ୍ଥାନରେ ମଧୁର ପାଣି ଅଟକ ଓ ଉତ୍ତୋଳନ ଜୈବ ବିବିଧତାକୁ ନଷ୍ଟ କରିବ। ପରିବେଶବିତ୍‌ ହେମନ୍ତ କୁମାର ରାଉତ କହିଛନ୍ତି, ମଧୁର ଜଳ ଅଭାବ ହେନ୍ତାଳବଣ ନଷ୍ଟର କାରଣ ହେବ। ୬୦ ପ୍ରତିଶତ ଲୁଣା ଓ ୪୦ ପ୍ରତିଶତ ମଧୁର ଜଳର ମିଶ୍ରଣ ଅଞ୍ଚଳରେ ସାଧାରଣରେ ହେନ୍ତାଳବଣ ସୃଷ୍ଟି ହୋଇଥାଏ। ମଧୁର ଜଳ ନ ଥିବାରୁ ସମୁଦ୍ର ତଟରେ କେବଳ ଝାଉଁବଣ ଦେଖିବାକୁ ମିଳେ। ଭିତରକନିକାକୁ ମଧୁର ଜଳ ଯୋଗାଉଥିବା ମୁଖ୍ୟତଃ ମହାନଦୀ, ବୈତରଣୀ ଓ ବ୍ରାହ୍ମଣୀର ଶାଖା ନଦୀ ଖରସ୍ରୋତା ଏବେ ଅକାମୀ ହେବାକୁ ଯାଉଛି। ଛତିଶଗଡ଼ ରାଜ୍ୟରେ ବନ୍ଧ ନିର୍ମାଣ ପରେ ମହାନଦୀ ଜଳକୁ ନେଇ ଓଡ଼ିଶା ସରକାରଙ୍କ ସହିତ ଦ୍ୱନ୍ଦ୍ୱ ଦେଖାଯାଇଛି। ଅଣମୌସୁମୀରେ ମହାନଦୀର ତଳ ମୁଣ୍ଡରେ ଥିବା କେନ୍ଦ୍ରାପଡ଼ା ଜିଲାରେ ଜଳ ସ୍ରୋତ କମି ଯାଇଛି। ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ସନ୍ତରାଠାରେ ମହାନଦୀରେ ଏକ ବୃହତ ଜଳାଶୟ ନିର୍ମାଣ କରାଯାଇ କେନ୍ଦ୍ରାପଡ଼ା ଜିଲାର ପାନୀୟ ଜଳ ଯୋଗାଣ ପ୍ରକଳ୍ପ ହେବାକୁ ଯାଉଛି। ଜଳାଶୟରୁ ଉଦ୍‌ବୃତ୍ତ ଜଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଓ ମାର୍ଶାଘାଇ ବ୍ଲକ ଅଞ୍ଚଳର ୨୦୦ ଗ୍ରାମକୁ ପାନୀୟ ଜଳ ଯୋଗାଣ ପାଇଁ ୨ଟି ମେଗା ପ୍ରକଳ୍ପ ନିର୍ମାଣାଧୀନ ଅଛି। ଫଳରେ ମହାନଦୀର ତଳମୁଣ୍ଡରେ ଥିବା ଭିତରକନିକାକୁ ମଧୁର ଜଳ ପହଞ୍ଚତ୍ବା ଆଶା କ୍ଷୀଣ ହୋଇଛି। ସେହିପରି କିଛି ବର୍ଷ ଧରି ଅଣମୌସୁମୀ ସମୟରେ ବୈତରଣୀର ମଧୁର ଜଳ ଭିତରକନିକାକୁ ପହଞ୍ଚୁ ନାହିଁ। ମୌସୁମୀ ସମୟରେ ଭିତରକନିକା ଆସୁଥିବା ଜଳକୁ ଏବେ ଯାଜପୁର ସହର ନିକଟ ନିର୍ମାଣାଧୀନ ଜଳାଶୟରେ ରଖିବାକୁ ଯୋଜନା ହୋଇଛି। ବ୍ରାହ୍ମଣୀ ସିଷ୍ଟମରେ ବ୍ରାହ୍ମଣୀ ଓ ଶାଖା ନଦୀ ଖରସ୍ରୋତା ଅଛି। ଏବେ ଖରସ୍ରୋତାରେ କେନ୍ଦ୍ରାପଡ଼ା ଜିଲାର ୨ଟି ସ୍ଥାନରେ ମେଗା ଜଳସେଚନ ପ୍ରକଳ୍ପ ଓ ୨ଟି ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି। ଏଥିସହ ଭଦ୍ରକ ଜିଲାର ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ପାଣି ନିଆଯାଉଛି। ଏହି ୫ ପ୍ରକଳ୍ପର ଆବଶ୍ୟକ ଜଳକୁ ଖରସ୍ରୋତାରେ ଏକ ବ୍ୟାରେଜ ଦ୍ୱାରା ଅଟକାଇବା ପାଇଁ ସ୍ଥାନୀୟ ଅଞ୍ଚଳରେ ଖରସ୍ରୋତା ନଦୀ ବଞ୍ଚାଅ ଆନ୍ଦୋଳନ ହେଉଛି। ବ୍ୟାରେଜ ପରେ ଉଦ୍‌ବୃତ୍ତ ଜଳ ଭିତରକନିକାରେ ପହଞ୍ଚତ୍ବା ନେଇ ସନ୍ଦେହ ପ୍ରକାଶ ପାଇଛି। କେବଳ ବ୍ରାହ୍ମଣୀର ସ୍ବଳ୍ପଧାରା ଭିତରକନିକାର ପ୍ରାକୃତିକ ବିଭବକୁ ବଞ୍ଚାଇବା ସମ୍ଭବ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri