ପ୍ରାର୍ଥୀ ଚୟନ ନେଇ ଭାଜପାରେ ଛକାପଞ୍ଝା

ଢେଙ୍କାନାଳ,୨୯ା୩(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବର୍ତ୍ତମାନର ବିଧାୟକ ସୁଧୀର କୁମାର ସାମଲଙ୍କୁ ବିଜେଡି ପୁନଃ ପ୍ରାର୍ଥୀ କରିବା ପରେ ଏଠାକାର ରାଜନୈତିକ ପାଣିପାଗ ଅଧିକ ସରଗରମ ହୋଇଯାଇଛି। ସୁଧୀରଙ୍କ ବିପକ୍ଷରେ ଭାଜପା ଓ କଂଗ୍ରେସ କାହାକୁ ପ୍ରାର୍ଥୀ କରିବେ, ତାହାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଉଥିବା ବେଳେ ଏଯାଏ ଏହି ଆସନ ପାଇଁ ଦୁଇ ଦଳ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ବିଶେଷକରି ଗତ ନିର୍ବାଚନରେ ଭାଜପା ପ୍ରାର୍ଥୀ ବିଜେଡି ପ୍ରାର୍ଥୀଙ୍କୁ ଟକ୍କର ଦେଇଥିବାରୁ ସେହି ଅନୁଯାୟୀ ଭାଜପାରୁ କିଏ ପ୍ରାର୍ଥୀ ହେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି।
ଢେଙ୍କାନାଳ ବିଧାନସଭା କ୍ଷେତ୍ରରୁ ଭାଜପା ପ୍ରାର୍ଥୀ ହେବାକୁ ଅନେକ ଆଶାୟୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ଚୂଡ଼ାନ୍ତ ତାଲିକାରେ ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର ଓ ନବୀନ ନନ୍ଦ ଏବଂ ଜିଲା ସାଧାରଣ ସମ୍ପାଦକ ସୁନୀଲ ଶର୍ମାଙ୍କ ନାମ ରହିଥିବା ସ୍ଥାନୀୟ ସ୍ତରରେ ଆଲୋଚନା ହେଉଛି। ଆଶାୟୀ ଥିବା ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର ଏହି ଦୌଡ଼ରୁ ଓହରି ଯାଇଥିବା ତାଙ୍କ ସମର୍ଥକମାନଙ୍କ ସୂତ୍ରରୁ ଜଣାପଡ଼ିଛି। ଜୟନ୍ତୀ ଓହରିଯିବା ପରେ ଚୂଡ଼ାନ୍ତ ତାଲିକାରେ ତାଙ୍କ ଦିଅର କୃଷ୍ଣଚନ୍ଦ୍ରଙ୍କ ନାମ ରହିଛି। କୃଷ୍ଣଚନ୍ଦ୍ର ୨୦୦୦ ମସିହାରେ ବିଜେଡି-ଭାଜପା ମେଣ୍ଟ ପ୍ରାର୍ଥୀ ଭାବେ ନିର୍ବାଚନରେ ବିଜୟୀ ହୋଇ ବିଧାୟକ ହୋଇଥିଲେ। ହେଲେ ଏହା ପରଠାରୁ ସେ ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ ନିର୍ବାଚନରେ ପ୍ରାର୍ଥୀ ହୋଇଥିଲେ ମଧ୍ୟ ପରାଜିତ ହୋଇଆସିଛନ୍ତି। ସେହିପରି ନିକଟରେ ଭାଜପାରେ ଯୋଗ ଦେଇଥିବା ପୂର୍ବତନ ବିଧାୟକ ନବୀନ ନନ୍ଦ ୨୦୦୯ ମସିହାରେ ବିଜେଡି ଓ ଏନ୍‌ସିିପି ମଧ୍ୟରେ ହୋଇଥିବା ମେଣ୍ଟରେ ଏନ୍‌ସିପି ପ୍ରାର୍ଥୀ ହୋଇ ବିଧାୟକ ହୋଇଥିଲେ। ଏଥିପୂର୍ବରୁ ନବୀନ ୨୦୦୦ ମସିହାରେ ଗଁଦିଆ ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ଭାବେ ବିଧାୟକ ହୋଇଥିଲେ। ଭାଜପାରୁ ଆଶାୟୀ ଥିବା କୃଷ୍ଣଚନ୍ଦ୍ର ଓ ନବୀନ ନନ୍ଦଙ୍କ ସମର୍ଥକମାନେ ସୋସିଆଲ ମିଡିଆରେ ଉଭୟଙ୍କ ପ୍ରାର୍ଥତ୍ତ୍ୱ ସମ୍ପର୍କରେ ବିଭିନ୍ନ ପ୍ରକାର ପୋଷ୍ଟ ଜାରି ରଖିଛନ୍ତି। ଏହାକୁ ନେଇ ରାଜନୈତିକ ବାତାବରଣ ସରଗରମ ହୋଇଛି। ସେହିପରି ଯୁବ ଆଶାୟୀ ଭାବେ ଜିଲା ଭାଜପା ସାଧାରଣ ସମ୍ପାଦକ ସୁନୀଲ ଶର୍ମାଙ୍କ ନାମ ମଧ୍ୟ ଚର୍ଚ୍ଚାରେ ରହିଛି। ସେ ୨୦୦୪-୨୦୦୫ରେ ଢେଙ୍କାନାଳ ପୌର ପରିଷଦର ଅଧ୍ୟକ୍ଷ ରହିଥିଲେ। ତେଣୁ ତାଙ୍କ ନାମକୁ ନେଇ ମଧ୍ୟ ଆଲୋଚନା ହେଉଛି। ସେହିପରି ଭାଜପାର କେତେଜଣ ସମର୍ଥକ ନୂଆମୁହଁ ଏବଂ ମହିଳା ପ୍ରାର୍ଥତ୍ତ୍ୱ ସମ୍ପର୍କରେ ଯୁକ୍ତି ବାଢ଼ୁଛନ୍ତି। ତେବେ ଦଳ କାହା ସପକ୍ଷରେ ନିଜ ମତ ଦେଉଛି, ତାହାକୁ ହିଁ ସମସ୍ତେ ଅପେକ୍ଷା କରି ରହିଛନ୍ତି। ଏ ସମ୍ପର୍କରେ ଜିଲା ଭାଜପା ସଭାପତି ନରେଶଚନ୍ଦ୍ର ମହାପାତ୍ର କହିଛନ୍ତି, ଦିନେ ଦୁଇଦିନ ମଧ୍ୟରେ ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?