ଭୋଗରାଇ ରାଜନୀତିରେ ବଡ଼ ହଲଚଲ, ବିଜେଡି ଛାଡିଲେ ବଡ଼ ନେତା

ବାଲେଶ୍ୱର,୨୪।୫: ରୋଚକ ମୋଡରେ ଭୋଗରାଇ ରାଜନୀତି। ନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ଦଳଡିଆଁ କାର୍ଯ୍ୟକ୍ରମ ଏବେ ବି ଜାରି ରହିଛି। ଏହି କ୍ରମରେ ଶୁକ୍ରବାର ବିଜେଡି ଛାଡିଛନ୍ତି ଦଳର ଭେଟେରାନ ନେତା ତଥା ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ଡାହାଣ ହାତ ଅଚ୍ୟୁତ ନନ୍ଦନ ଦାସ। ସାମ୍ବାଦିକ ସମ୍ମିଳନୀ କରି ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ବିଜେଡି ପ୍ରାର୍ଥୀ ଗୌତମବୁଦ୍ଧ ଦାସଙ୍କ ମାମୁ ପୁଅ ଭାଇ ହୋଇଥିବାରୁ ବିଜେଡି ଛାଡିବା ପରେ ଆଗାମୀ ନିର୍ବାଚନ ଗୌତମଙ୍କ ପାଇଁ ଅଡୁଆ ହୋଇପାରେ ବୋଲି କୁହାଯାଉଛି।

ଭୋଗରାଇ ବିଧାୟକ ହେଉଛନ୍ତି ଅନନ୍ତ ଦାସ। ୨୦୦୪ ମସିହାରୁ ସେ ଲଗାତାର ଭାବେ ଜିତି ଆସୁଛନ୍ତି। ଦେହ ଅସୁସ୍ଥତା ଯୋଗୁ ଏଥର ସେ ତାଙ୍କ ପୁଅ ପାଇଁ ଅପିଲ କରିଥିଲେ। ଏପରିକି ନବୀନ ନିବାସ ଆସିଥିଲେ। ମାତ୍ର ଦେଖା ନ ପାଇ ଫେରି ଯାଇଥିଲେ। ତଥାପି ଭାବିଥିଲେ ତାଙ୍କ ପୁଅଙ୍କୁ ଟିକଟ ମିଳିବ। ହେଲେ ନିରାଶ ହୋଇଥିଲେ। ତାଙ୍କ ସ୍ଥାନରେ ବିଜେଡି ଗୌତମବୁଦ୍ଧ ଦାସଙ୍କୁ ପ୍ରାର୍ଥୀ କରିଥିଲା। ଯାହାକୁ ନେଇ ଅନନ୍ତଙ୍କ ସମର୍ଥକଙ୍କ ଭିତରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରିକି ଅଚ୍ୟୁତ ବିଜେଡିର ଏପରି ନିଷ୍ପତ୍ତିକୁ ବିରୋଧ କରିଥିଲେ। କିନ୍ତୁ ବିଜେଡି ଛାଡି ନ ଥିଲେ। କିନ୍ତୁ ଶୁକ୍ରବାର ସେ ବିଜେଡି ଛାଡିବା ପରେ ଗୌତମଙ୍କ ଅଡୁଆ ବଢିବ ନା ସେହି ଭୋଟ କଂଗ୍ରେସ-ଭାଜପାକୁ ଯିବ ସେ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri