ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ: ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆଜି ବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ। ବିଧାନସଭାର ତୃତୀୟ ଦିନରେ ବିରୋଧୀଙ୍କ ହଟ୍ଟଗୋଳ ଓ ନାରାବାଜି ଯୋଗୁ ଗୃହକାର୍ଯ୍ୟ ଅଚଳ ହୋଇଛି। ଷ୍ଟାଫ୍‌ ସିଲେକ୍ସନ କମିଶନ ଦୁର୍ନୀତିକୁ ନେଇ ବିରୋଧୀମାନେ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଛନ୍ତି। କଂଗ୍ରେସ ସଦସ୍ୟଙ୍କ ହୋ-ହଲ୍ଲା ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଅନ୍ୟପକ୍ଷରେ ମହାଙ୍ଗା ଡବଲ ମର୍ଡର ଘଟଣାରେ ମନ୍ତ୍ରୀ ପ୍ରତାପ ଜୋନାଙ୍କ ବିରୋଧରେ ତଦନ୍ତ କରିବା ପାଇଁ କୋର୍ଟ ଦେଇଥିବା ଆଦେଶ ଭିତ୍ତିରେ ତାଙ୍କୁ ବହିଷ୍କାର କରିବାକୁ ଦାବି କରି ଭାଜପା ବିଧାୟକମାନେ ଗୃହର ମଧ୍ୟଭାଗକୁ ଚାଲିଆସିଥିଲେ। ଉଭୟ ପକ୍ଷକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବୁଝାଇବାକୁ ଚେଷ୍ଟା କଲେ ମଧ୍ୟ ତାହା କୌଣସି ଫଳପ୍ରଦ ହୋଇ ନ ଥିଲା। ବିଧାୟକମାନେ ନିଜ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଫଳରେ ଗୃହକାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri