ବିଧାନସଭାରେ ହଟ୍ଟଗୋଳ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଅଖାଦ୍ୟ ଖାଇ ଝାଡ଼ାବାନ୍ତିରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ସେଠାକାର ଲୋକମାନେ ଆମ୍ବଟାକୁଆ ଖାଇ ଭୋକ ଉପାସରେ ମରୁଛନ୍ତି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ମୁଖ୍ୟମନ୍ତ୍ରୀ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ବିଦେଶ ଯାଉଛନ୍ତି। ରାୟଗଡ଼ାର କାଶୀପୁର ନିଜେ ବୁଲି ଦେଖିବା ପରେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଭଲ ହୋଇଥାଆନ୍ତା। ସେହି ଲୋକମାନଙ୍କର ବଞ୍ଚତ୍ବାର ଅଧିକାରକୁ ଛଡ଼ାଇ ନିଆଯାଇଛି। ମୁଖ୍ୟମନ୍ତ୍ରୀ ଏ ନେଇ ତୁରନ୍ତ ଗୃହରେ ବିବୃତି ଦିଅନ୍ତୁ। ରାୟଗଡ଼ା ଜିଲାରେ ହେଉଥିବା ମୃତ୍ୟୁକୁ ନେଇ କଂଗ୍ରେସ ରାଜ୍ୟ ସରକାରଙ୍କଠାରୁ କୈଫିୟତ ତଲବ କରିଛି।
ଶନିବାର ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି ଯେ, କାଶୀପୁରରେ ଲୋକମାନେ ଅଖାଦ୍ୟ ଖାଇ ମରୁଛନ୍ତି। ସେମାନଙ୍କ ପାଖରେ ଖାଦ୍ୟ ପହଞ୍ଚୁ ନାହିଁ। ବାଧ୍ୟ ହୋଇ ଆମ୍ବଟାକୁଆ ଭଳି ଅଖାଦ୍ୟ ଖାଉଛନ୍ତି। ସେମାନଙ୍କ ଚାଉଳ ବାଟମାରଣା ହେଉଛି। ଯଦି ସେମାନେ ଚାଉଳ ପାଇଥାଆନ୍ତେ, ତେବେ ଏ ଅବସ୍ଥା ହୋଇ ନ ଥା’ନ୍ତା। ଏହା ଅତ୍ୟନ୍ତ ଗୁରୁତର ବିଷୟ। ମୁଖ୍ୟମନ୍ତ୍ରୀ ଏହାର ଜବାବ ଦେବା ଦରକାର। ଗୃହକୁ ଆସି ବିବୃତି ଦିଅନ୍ତୁ ବୋଲି ନରସିଂହ ଦାବି କରିଛନ୍ତି। କଂଗ୍ରେସ ସଭ୍ୟ ତାରା ପ୍ରସାଦ ବାହିନୀପତି କହିଛନ୍ତି ଯେ, ସ୍ବାଧୀନତାର ୭୫ ବର୍ଷ ଏବଂ ବିଜେଡି ସରକାରର ୨୨ ପରେ ମଧ୍ୟ ଲୋକମାନେ ଅନାହାରରେ ମରୁଛନ୍ତି। ଭୋକରେ କେହି ମରିବେନି ବୋଲି ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା କରାଯାଇଛି। ଗତ ୨୩ ବର୍ଷ ମଧ୍ୟରେ କାଶୀପୁରରେ ଅନେକ ଶହ ଲୋକଙ୍କର ମୃତ୍ୟୁ ହୋଇଛି। ଗଣମାଧ୍ୟମରେ ଏ ନେଇ ଖବର ପ୍ରକାଶ ପାଉଛି। ମୁଖ୍ୟମନ୍ତ୍ରୀ ତୁରନ୍ତ ଗୃହରେ ବିବୃତି ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି।
ରାୟଗଡ଼ା ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି କହିଲେ, ଗତ ଦୁଇ ତିନି ଦିନ ହେବ ରାୟଗଡ଼ା ଜିଲାର ତିଖିଡ଼ିରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ସେଠାରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରରେ ୨୦ ଜଣ ଭର୍ତ୍ତି ହୋଇଛନ୍ତି। କାଶୀପୁର ସ୍ବାସ୍ଥ୍ୟକେନ୍ଦ୍ରରେ ୭ ଜଣ ଭର୍ତ୍ତି ହୋଇଛନ୍ତି। ଏହାର କିପରି ଆଶୁ ସମାଧାନ ହୋଇପାରିବ, ସେ ନେଇ ସରକାର ବ୍ୟବସ୍ଥା କରନ୍ତୁ। ରାଜ୍ୟସ୍ତରରେ ଏକ ସ୍ବତନ୍ତ୍ର ମେଡିକାଲ ଟିମ ସେହି ଅଞ୍ଚଳକୁ ପଠାଯାଇ ପରିସ୍ଥିତି ଉପରେ ନଜର ରଖିବାକୁ ସେ ଦାବି କରିଛନ୍ତି।
ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବିରେ ହଟ୍ଟଗୋଳ କରିଥିଲେ। ମୁଖ୍ୟମନ୍ତ୍ରୀ ଷ୍ଟେଟ୍‌ମେଣ୍ଟ ଆମର ଦାବି… ଆମର ଦାବି… ସ୍ଲୋଗାନ ଦେଇ ହୋ ହଲ୍ଲା କରିଥିଲେ। ବାଚସ୍ପତି ଗୃହକାର୍ଯ୍ୟରେ ସହଯୋଗ କରିବାକୁ ବାରମ୍ବାର କହିଥିଲେ ମଧ୍ୟ କଂଗ୍ରେସ ସଭ୍ୟମାନେ ତାଙ୍କ ଜିଦ୍‌ରେ ଅଡ଼ି ବସିଥିଲେ। ବାଚସ୍ପତି ବାଧ୍ୟ ହୋଇ ଗୃହକୁ ମଧ୍ୟାହ୍ନ ୧୨ଟାରୁ ୧୨ଟା ୩୦ ମିନିଟ୍‌ଯାଏ ମୁଲତବୀ ଘୋଷଣା କରିଥିଲେ। ଗୃହକାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ବାଚସ୍ପତି କାଶୀପୁର ମୃତ୍ୟୁ ସମ୍ପର୍କରେ ବିଧାନସଭାରେ ଆସନ୍ତା ସୋମବାର ବିବୃତି ଦେବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri