ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌ ମାଡ଼ିବସିଲେ….

ହେଉଥିବା ବେଳେ ମାଡ଼ି ବସିଲେ ପୋଲିସ ଓ ବନ କର୍ମ ଚାରି: ୨ଗିରଫ॥ ପାଟଣା,୩୦।୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡ଼ା ସେକ୍ସନ ଓସ୍ତଯୋଡ଼ି ରାସ୍ତାରେ ସୋମବାର ପୂର୍ବାହ୍ନରେ ଏକ କଲାରା ପତରିଆ ବାଘଛାଲ ବିକ୍ରିପାଇଁ ଡିଲ ଚାଲିଥିବା ବେଳେ ମାଡ଼ିବସିଲେ ବନକର୍ମଚାରୀ ପୋଲିସ।
କୌଣସି ସୂତ୍ରରୁ ଖବର ପାଇ ପାଟଣା ବନ କର୍ମଚାରୀ ଓ ପୋଲିସ ଚାଢାଉ କରି ୨ଜଣକୁ କାବୁ କରିବା ସହ ବାଘ ଛାଲ, ଏକ ବାଇକ, ୨ ମୋବାଇଲ ଫୋନ ଜବତ କରିଛନ୍ତି। ଗିରଫ ୨ ବ୍ୟକ୍ତି ହେଉଛନ୍ତି ମୟୂରଭଞ୍ଜ ଜିଲା ଠାକୁର ମୁଣ୍ଡା ଥାନା ବସନ୍ତପୁର ଗ୍ରାମର ରାମ ବାନ୍ଦିଆ ଓ ମୟୂରଭଞ୍ଜ ଜିଲା ଠାକୁର ମୁଣ୍ଡା ଥାନା ଖଡ଼ିପାଳ ଗ୍ରାମର ସାଗର କୁଳପାଡ଼ିଆ। ବାଘ ଛାଲର ବିକ୍ରେତା ରାମ ବାନ୍ଦିଆ ଥିବା ବେଳେ କ୍ରେତା ସାଗର କୂଳପଡିଆ ଥିଲେ। ଡିଲ ଚାଲିଥିବା ବେଳେ ପାଟଣା ଥାନା ଇନ୍ସପେକ୍ଟର ଉଦୟବୀର କୁଲୁ ଓ ପାଟଣା ରେଞ୍ଜର ବନବିହାରୀ ସର୍ଦ୍ଦାର ଓ ସାହାର ପଡ଼ା ବନପାଳ ଭୂପତି ସେଠୀ ଚଢାଉ କରିଥିଲେ। ଏ ନେଇ ପାଟଣା ରେଞ୍ଜରେ ଓଆର କେସ ନ. ୮୪(ପି)/୨୪ ର ଏକ ମାମଲା ରୁଜୁ ହୋଇଥିବା ଏକ ଖବର ଦାତା ସମ୍ମିଳନୀରେ ଘଟଗାଁ ଏସ୍‌ଡିପିଓ ପ୍ରଭାତ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।
ଏହି ଖବର ଦାତା ସମ୍ମିଳନୀରେ ଏସିଏଫ (ସହକାରୀ ବନ ସଂରକ୍ଷକ)ଅଶୋକ କୁମାର ଦାଶ, ଜିତେନ୍ଦ୍ର କୁମାର ବେହେରା, ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ ଓ ରେଞ୍ଜର ବନ ବିହାରୀ ସର୍ଦ୍ଦାର ପ୍ରମୁଖ ସାମିଲ ହୋଇଥିଲେ। ଏହି ଚଢାଉ କେନ୍ଦୁଝର ଡିଏଫଓ ଧନରାଜ ହନୁମନ୍ତ ଧମଧେର ଓ ଏସପି କୁଶଲ କର ନୀତିନ୍‌ ଦାଗୁଡୁଙ୍କ ନିର୍ଦ୍ଦେଶରେ ଏହି ଚଢ଼ାଉ ହୋଇଥିଲା। ଗଠିତ ପାଟଣା ରେଞ୍ଜ କର୍ମଚାରୀ ଓ ପୋଲିସର ମିଳିତ ଚାଢାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri