ବିମାନ ବନ୍ଦରରେ ଲାଗିଲା ନିଆଁ, ଇମିଗ୍ରେଶନ ସିଷ୍ଟମ ପ୍ରଭାବିତ

ଲାହୋର,୧୦।୫: ଗୁରୁବାର ପାକିସ୍ତାନର ପଞ୍ଜାବ ପ୍ରଦେଶ ଲାହୋରର ଆଲାମା ଇକବାଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ସମଗ୍ର ଇମିଗ୍ରେସନ ସିଷ୍ଟମକୁ କ୍ଷତି ପହଞ୍ଚାଇଛି ଏବଂ ବିମାନ ଚଳାଚଳକୁ ବାଧା ଦେଇଛି।
ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ (CAA) ଅନୁଯାୟୀ ସର୍ଟ ସର୍କିଟ ଯୋଗୁଁ ଇମିଗ୍ରେସନ କାଉଣ୍ଟର ଛାତରେ ନିଆଁ ଲାଗିଯାଇଥିଲା। ଉଦ୍ଧାରକାରୀ ଦଳର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଜୀବନ କିମ୍ବା ସମ୍ପତ୍ତି ନଷ୍ଟ ହେବାର କୌଣସି ଖବର ନାହିଁ। ଇମିଗ୍ରେସନ ଅଞ୍ଚଳରେ ଉପସ୍ଥିତ ଯାତ୍ରୀମାନଙ୍କୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା।
ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ କହିଛି ଯେ ଅଗ୍ନିକାଣ୍ଡ ଯୋଗୁଁ ଆନ୍ତର୍ଜାତୀୟ ତଥା ଘରୋଇ ବିମାନ ଉଡ଼ାଣ ବିଳମ୍ବ ହୋଇଛି। ବିମାନବନ୍ଦର କର୍ମଚାରୀଙ୍କୁ ଏହି କାର୍ଯ୍ୟଟି ମାନୁଆଲୀ କରିବାକୁ ପଡିଲା।
ଇତିମଧ୍ୟରେ ଅଗ୍ନିକାଣ୍ଡ ଘଟଣାର ଅବଗତ ହୋଇ ଗୃହ ମନ୍ତ୍ରଣାଳୟ ବିସ୍ତୃତ ରିପୋର୍ଟ ମାଗି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛି। ଯାତ୍ରୀମାନଙ୍କ ସୁବିଧା ପାଇଁ ଯଥାଶୀଘ୍ର ଇମିଗ୍ରେସନ କାଉଣ୍ଟର ଖୋଲିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇଡେନଙ୍କ ପରେ କମଲାଙ୍କୁ ସମର୍ଥନ କଲେ ଓବାମା-ମିଶେଲ; ଟ୍ରମ୍ପଙ୍କ ଅଡୁଆ ବଢ଼ିଲା…

ଓ୍ବାଶିଂଟନ,୨୬।୭: ଆମେରିକା ରାଷ୍ଟ୍ରପତି ପଦ ଲାଗି କମଲା ହାରିସଙ୍କ ପ୍ରାର୍ଥୀତ୍ୱ ମଜଭୂତ ହେବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା...

ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍‌ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା...

ଭାରତ ଉପରେ ରାଗିଗଲା ଆମେରିକା: ପରେ ଭାରତ ଦେଲା କଡ଼ା ଜବାବ

ଓ୍ବାଶିଂଟନ,୨୬।୭: ନିକଟରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ଗସ୍ତରେ ଯାଇଥିଲେ। ସେଠାରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ମଧ୍ୟ ଭେଟିଥିଲେ। ତେବେ ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ମୋଦିଙ୍କ...

ଏହି କାମ କରିବାକୁ ଶପଥ ନେଲେ କମଲା ହାରିସ

ଓ୍ବାଶିଂଟନ,୨୬।୭: ହମାସ ସହିତ ଯୁଦ୍ଧ ମଧ୍ୟରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକାରେ ପହଞ୍ଚିଛନ୍ତି। ସେ ଏଠାରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା...

ପୁଅ ପାଇଁ କନ୍ୟା ଦେଖିବାକୁ ଯାଇଥିଲେ ବାପା: ଘରକୁ ଆସି ଦେଖିଲାବେଳକୁ ପାଦ ତଳୁ ଖସିଗଲା ମାଟି

ଢାକା,୨୫।୭: ବାଂଲାଦେଶରେ ସଂରକ୍ଷଣକୁ ନେଇ ହିଂସାତ୍ମକ ପ୍ରତିବାଦରେ ୧୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ କିଛି ଲୋକ ଅଛନ୍ତି, ଯାହାଙ୍କ ମୃତଦେହକୁ ଚିହ୍ନିବା କଷ୍ଟକର।...

ରାଷ୍ଟ୍ରପତି ପାଇଁ ଯୋଗ୍ୟ ନୁହଁନ୍ତି କମଲା ହାରିସ: ଟ୍ରମ୍ପ

ଓ୍ବାଶିଂଟନ୍‌,୨୫।୭: ରାଷ୍ଟ୍ରପତି ନିର୍ବାଚନକୁ ନେଇ ଆମେରିକାରେ ରାଜନୈତିକ ତାପମାତ୍ରା ବୃଦ୍ଧି ପାଇଛି। ନେତାଙ୍କ ପରସ୍ପର ଉପରେ ରାଜନୈତିକ ଆକ୍ରମଣ ମଧ୍ୟ ତୀବ୍ର ହୋଇଛି। ଏହି ସମୟରେ...

ମାଳଦ୍ୱୀପକୁ ବଡ଼ ଝଟ୍‌କା ଦେଲା ଭାରତ

ନୂଆଦିଲ୍ଲୀ,୨୫।୭: ୨୦୨୪ ବଜେଟରେ ମାଳଦ୍ୱୀପକୁ ଦିଆଯାଇଥିବା ଅନୁଦାନ ସହାୟତା ରାଶିରେ ଭାରତ ସରକାର ଏକ ବଡ଼ ହ୍ରାସ କରିଛନ୍ତି। ଏହା ପରେ ମୁଇଜୁଙ୍କ ଦେଶ ଭାରତରୁ...

ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ କେତେ ଟଙ୍କା ମିଳେ କ୍ଷତିପୂରଣ, ଜାଣିଲେ…

କାଠମାଣ୍ଡୁ/ନୂଆଦିଲ୍ଲୀ ,୨୪ା୭: ସୌର୍ଯ୍ୟ ଏୟାରଲାଇନ୍ସର ୯ଏନ୍‌-ଏଏମ୍‌ଇ (ସିଆରଜେ- ୨୦୦) ବିମାନ ଭାରତର ପଡ଼ୋଶୀ ଦେଶ ନେପାଳର ରାଜଧାନୀ କାଠମାଣ୍ଡୁର ତ୍ରିଭୂବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୁର୍ଘଟଣାର ଶିକାର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri