ରତ୍ନଭଣ୍ଡାର ଖୋଲିବା ନେଇ ଜୋର୍‌ ଧରିଲା ଚର୍ଚ୍ଚା

ପୁରୀ ଅଫିସ,୧୩।୮:ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ଭେ (ଏଏସ୍‌ଆଇ) ଚିଠି ଲେଖିବା ପରେ ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ଜୋର ଧରିଛି। ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପରିଚାଳନା କମିଟି କି ନିଷ୍ପତ୍ତି ନେଉଛି ତାହାରି ଉପରେ ସମସ୍ତଙ୍କ ନଜର ରହିଛି। ପରିଚାଳନା କମିଟି ସୁପାରିସ ଉପରେ ସବୁ କିଛି ନିର୍ଭର କରୁଛି। ତେଣୁ ଆଇନ ବିଭାଗକୁ ଶ୍ରୀମନ୍ଦିର ପରିଚାଳନା କମିଟି କ’ଣ ସୁପାରିସ କରିବ ତାହାକୁ ନେଇ ମଧ୍ୟ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ପରିଚାଳନା କମିଟି ବୈଠକରେ ଏଏସ୍‌ଆଇ ଚିଠିକୁ ଶ୍ରୀମନ୍ଦିର ପ୍ରଶାସନ ଉପସ୍ଥାପନ କରିବ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଆବଶ୍ୟକ ପଦକ୍ଷେପ ନେବା ଲାଗି ଶ୍ରୀମନ୍ଦିର ପ୍ରଶାସନକୁ ଏଏସ୍‌ଆଇ ଚିଠି ଲେଖିଛି। ପରିଚାଳନା କମିଟି ବୈଠକରେ ଏନେଇ ଆଲୋଚନା କରାଯିବା ପରେ ସ୍ବୀକୃତି ଲାଗି ଆଇନ ବିଭାଗକୁ ପଠାଯିବ। ଏହାପରେ ରାଜ୍ୟ ସରକାର ଏନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବେ। ମୁଖ୍ୟତଃ ଶ୍ରୀମନ୍ଦିର ପରିଚାଳନା କମିଟିର ନିଷ୍ପତ୍ତି ଉପରେ ସବୁକିଛି ନିର୍ଭର କରୁଛି ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା କହିଛନ୍ତି।
୨୦୧୮ରେ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଗଠିତ କମିଟିର ସଦସ୍ୟ ତଥା ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡ଼ି କହିଛନ୍ତି, ୨୦୧୮ ମସିହାରେ ପ୍ରାଧିକୃତ କମିଟି ସ୍ଥିତି ଯାଞ୍ଚ ବେଳେ ଉଭୟ ବାହାର ଓ ଭିତର ରତ୍ନଭଣ୍ଡାରର ମରାମତି ଆବଶ୍ୟକ ବୋଲି ହୃଦ୍‌ବୋଧ କରିଥିଲା। ଶ୍ରୀମନ୍ଦିର ସୁରକ୍ଷା ଦୃଷ୍ଟିକୋଣରୁ ରତ୍ନଭଣ୍ଡାର ମରାମତି ନିହାତି ଆବଶ୍ୟକ। ତେଣୁ ମୋର ବ୍ୟକ୍ତିଗତ ମତ ହେଉଛି, ରତ୍ନଭଣ୍ଡାର ମରାମତି ଲାଗି କାର୍ଯ୍ୟକ୍ରମ ହାତକୁ ନିଆଯାଉ। ସେହିଭଳି ଶ୍ରୀମନ୍ଦିର ଭଣ୍ଡାର ମେକାପ ନାରାୟଣ ମେକାପ ମଧ୍ୟ ସମାନ କଥା କହିଛନ୍ତି। ସେ କହିଛନ୍ତି, ଭଣ୍ଡାର ମେକାପ ଭାବେ ଆମେ ଆମ ଦାୟିତ୍ୱ ସମ୍ପାଦନ କରିଛୁ। ବିଭିନ୍ନ ସମୟରେ ରତ୍ନଭଣ୍ଡାର ସ୍ଥିତି ଦୁର୍ବଳ ଥିବା ଶ୍ରୀମନ୍ଦିର ପ୍ରଶାସନକୁ ଅବଗତ କରାଇଛୁ। ରତ୍ନଭଣ୍ଡାରରେ କ୍ରମାଗତ ଭାବେ ପାଣି ଗଳୁଥିବା ପ୍ରସଙ୍ଗ ଶ୍ରୀମନ୍ଦିର ପ୍ରଶାସନକୁ ଅବଗତ କରାଇଛୁ। ପ୍ରଶାସନ ଏନେଇ ପଦକ୍ଷେପ ନେବା ଦରକାର। ତେବେ ପରିଚାଳନା କମିଟି ସଦସ୍ୟମାନେ ବୈଠକ ପୂର୍ବରୁ ଏନେଇ କ’ଣ ନିଷ୍ପତ୍ତି ନିଆଯିବ ତାହା କହିବା କଷ୍ଟ ବୋଲି ସେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ଯେଉଁ ପରିଚାଳନା କମିଟି ରତ୍ନଭଣ୍ଡାର ପ୍ରସଙ୍ଗରେ ଆଲୋଚନାଠାରୁ ଦୂରେଇ ରହୁଛିି, ସେହି କମିଟି ଏହି ପ୍ରସଙ୍ଗରେ କ’ଣ ନିଷ୍ପତ୍ତି ନେବ କୋଟି କୋଟି ଜଗନ୍ନାଥପ୍ରେମୀଙ୍କର ତା’ ଉପରେ ନଜର ରହିବ। ସୂଚନା ଅଧିକାର କର୍ମୀ ଦିଲୀପ କୁମାର ବରାଳ କହିଛନ୍ତି, ସବୁଠୁ ବଡ଼ କଥା ହେଉଛି, ପରିଚାଳନା କମିଟିର ସୁପାରିସ ନିରପେକ୍ଷ ଭାବେ ଓ ସମସ୍ତଙ୍କ ମତକୁ ସମ୍ମାନ ଦେଇ କରାଯିବା ଦରକାର। ପରିଚାଳନା କମିଟିର ସୁପାରିସ ଅନୁଯାୟୀ ରାଜ୍ୟ ସରକାର ନିଷ୍ପତ୍ତି ନେବେ। ତେଣୁ ପରିଚାଳନା କମିଟି ଯାଞ୍ଚ ରିପୋର୍ଟ ଉପରେ ବିଚାରବିମର୍ଶ କରି ରତ୍ନଭଣ୍ଡାର ମରାମତି ଲାଗି ସୁପାରିସ କରିବା ଉଚିତ ବୋଲି ବରାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri